ରଥଉପରୁ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

The Sakala Picture
Published On

ପୁରୀ: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି ।ଭଗବାନଙ୍କର ଏହି ଦିବ୍ୟ ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସେବାୟତମାନେ ଆଜି ସଅଳ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ରତ୍ନଭଣ୍ଡାରରୁ ସେବାୟତମାନେ ମହାପ୍ରଭୁଙ୍କର ସୁନା ଅଳଙ୍କାରଗୁଡ଼ିକ ରଥ ଉପରକୁ ନେଇଯାଇଛନ୍ତି। […]

ପୁରୀ: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି ।ଭଗବାନଙ୍କର ଏହି ଦିବ୍ୟ ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସେବାୟତମାନେ ଆଜି ସଅଳ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ରତ୍ନଭଣ୍ଡାରରୁ ସେବାୟତମାନେ ମହାପ୍ରଭୁଙ୍କର ସୁନା ଅଳଙ୍କାରଗୁଡ଼ିକ ରଥ ଉପରକୁ ନେଇଯାଇଛନ୍ତି। ଏବେ ରଥ ଉପରେ ମହାପ୍ରଙ୍କୁ ବେଶ କରାଯାଉଛି। ବର୍ତ୍ତମାନ ସୁଦ୍ଧା ଶ୍ରୀଜିଉମାନେ ପ୍ରାୟତ ସୁନା ଅଳଙ୍କାରେ ସୁସଜ୍ଜିତ ହୋଇସାରିଲେଣି।   ସିଂହଦ୍ବାର ସମ୍ମୁଖରେ ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତମାନେ ନିଜକୁ ଧନ୍ୟ ମନେ କରୁଛନ୍ତି। ମହାପ୍ରଭୁଙ୍କର ଏହି ଦିବ୍ୟ ବେଶ ରାତି ୧୧ଟା ଯାଏଁ ରହିବ। ଏହା ପରେ ବେଶ ଓଳାଗି ହେବ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।ରଥ ଉପରେ ସୁନାବେଶ ବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହୋଇଥାଏ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ରତ୍ନଭଣ୍ଡାରରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୁଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।ଭକ୍ତମାନଙ୍କୁ ସୁବିଧାରେ ସୁନାବେଶ ଦର୍ଶନ କରାଇବା ପାଇଁ ୩ ରଥର ୧୪ ନାହାକାରେ ଲୁହା ବ୍ୟାରିକେଡ ଲଗାଯାଇଛି। ସୁନାବେଶ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଏହି ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ଅନ୍ୟପଟରେ ମହାପ୍ରଭୁଙ୍କର ମନଲୋଭା ସୁନାବେଶ ‌ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ଲକ୍ଷାଧିକ ଭକ୍ତଙ୍କ ଗହଳିରେ ବଡ଼ଦାଣ୍ଡ ଲୋକାରଣ୍ୟ ସୃଷ୍ଟି ହୋଇଛି। ସୁନାବେଶ ଦର୍ଶନ ପାଇଁ ଭକ୍ତମାନେ ଯେପରିକି ଆଦୌ ଅସୁବିଧାର ସାମ୍ନା ନ କରିବେ, ସେଥିପାଇଁ ପ୍ରଶାସନ ପକ୍ଷରୁ ଆବଶ୍ୟକ ବନ୍ଦୋବସ୍ତ କରାଯାଇଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

ସୂଚନାଯୋଗ୍ୟ, ଶ୍ରୀଜିଉମାନଙ୍କର ବର୍ଷକୁ ୬ ଥର ସୁନାବେଶ ନୀତି ଅନୁଷ୍ଠିତ ହୋଇଥାଏ। ଏଥିରୁ ଗୋଟିଏ ରଥ ଉପରେ ଥରେ ସୁନାବେଶ ହେବାର ପଂରାପରା ରହିଛି। ଏହା ବାହୁଡ଼ା ଯାତ୍ରାର ପରଦିନ ଅର୍ଥାତ ଆଶାଢ଼ ଶୁକ୍ଲ ପକ୍ଷ ଏକାଦଶୀ ତିଥିରେ ଶ୍ରୀଜିଉମାନଙ୍କୁ ରଥ ଉପରେ ସୁନା ବେଶ କରାଯାଇଥାଏ। ଏତଦ୍‌ ବ୍ୟତୀତ ଶ୍ରୀଜିଉମାନଙ୍କୁ ମନ୍ଦିର ଭିତରେ ୫ ଥର ସୁନାବେଶ କରାଯାଇଥାଏ। ଦଶହରା, କୁମାରପୂର୍ଣ୍ଣିମା, କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା ଓ ଦୋଳ ପୂର୍ଣ୍ଣିମାରେ ମଧ୍ୟ ମହାପ୍ରଭୁଙ୍କୁ ସୁନାବେଶ କରାଯାଏ।

10 Jul 2022 By The Sakala

ରଥଉପରୁ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ: ତିନି ରଥରେ ବସି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ତିନି ଠାକୁର । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି ।ଭଗବାନଙ୍କର ଏହି ଦିବ୍ୟ ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସେବାୟତମାନେ ଆଜି ସଅଳ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ରତ୍ନଭଣ୍ଡାରରୁ ସେବାୟତମାନେ ମହାପ୍ରଭୁଙ୍କର ସୁନା ଅଳଙ୍କାରଗୁଡ଼ିକ ରଥ ଉପରକୁ ନେଇଯାଇଛନ୍ତି। ଏବେ ରଥ ଉପରେ ମହାପ୍ରଙ୍କୁ ବେଶ କରାଯାଉଛି। ବର୍ତ୍ତମାନ ସୁଦ୍ଧା ଶ୍ରୀଜିଉମାନେ ପ୍ରାୟତ ସୁନା ଅଳଙ୍କାରେ ସୁସଜ୍ଜିତ ହୋଇସାରିଲେଣି।   ସିଂହଦ୍ବାର ସମ୍ମୁଖରେ ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତମାନେ ନିଜକୁ ଧନ୍ୟ ମନେ କରୁଛନ୍ତି। ମହାପ୍ରଭୁଙ୍କର ଏହି ଦିବ୍ୟ ବେଶ ରାତି ୧୧ଟା ଯାଏଁ ରହିବ। ଏହା ପରେ ବେଶ ଓଳାଗି ହେବ।

ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।ରଥ ଉପରେ ସୁନାବେଶ ବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହୋଇଥାଏ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ରତ୍ନଭଣ୍ଡାରରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୁଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।ଭକ୍ତମାନଙ୍କୁ ସୁବିଧାରେ ସୁନାବେଶ ଦର୍ଶନ କରାଇବା ପାଇଁ ୩ ରଥର ୧୪ ନାହାକାରେ ଲୁହା ବ୍ୟାରିକେଡ ଲଗାଯାଇଛି। ସୁନାବେଶ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଏହି ବ୍ୟବସ୍ଥା କରାଯାଇଛି।

ଅନ୍ୟପଟରେ ମହାପ୍ରଭୁଙ୍କର ମନଲୋଭା ସୁନାବେଶ ‌ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ଲକ୍ଷାଧିକ ଭକ୍ତଙ୍କ ଗହଳିରେ ବଡ଼ଦାଣ୍ଡ ଲୋକାରଣ୍ୟ ସୃଷ୍ଟି ହୋଇଛି। ସୁନାବେଶ ଦର୍ଶନ ପାଇଁ ଭକ୍ତମାନେ ଯେପରିକି ଆଦୌ ଅସୁବିଧାର ସାମ୍ନା ନ କରିବେ, ସେଥିପାଇଁ ପ୍ରଶାସନ ପକ୍ଷରୁ ଆବଶ୍ୟକ ବନ୍ଦୋବସ୍ତ କରାଯାଇଛି।

ସୂଚନାଯୋଗ୍ୟ, ଶ୍ରୀଜିଉମାନଙ୍କର ବର୍ଷକୁ ୬ ଥର ସୁନାବେଶ ନୀତି ଅନୁଷ୍ଠିତ ହୋଇଥାଏ। ଏଥିରୁ ଗୋଟିଏ ରଥ ଉପରେ ଥରେ ସୁନାବେଶ ହେବାର ପଂରାପରା ରହିଛି। ଏହା ବାହୁଡ଼ା ଯାତ୍ରାର ପରଦିନ ଅର୍ଥାତ ଆଶାଢ଼ ଶୁକ୍ଲ ପକ୍ଷ ଏକାଦଶୀ ତିଥିରେ ଶ୍ରୀଜିଉମାନଙ୍କୁ ରଥ ଉପରେ ସୁନା ବେଶ କରାଯାଇଥାଏ। ଏତଦ୍‌ ବ୍ୟତୀତ ଶ୍ରୀଜିଉମାନଙ୍କୁ ମନ୍ଦିର ଭିତରେ ୫ ଥର ସୁନାବେଶ କରାଯାଇଥାଏ। ଦଶହରା, କୁମାରପୂର୍ଣ୍ଣିମା, କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା ଓ ଦୋଳ ପୂର୍ଣ୍ଣିମାରେ ମଧ୍ୟ ମହାପ୍ରଭୁଙ୍କୁ ସୁନାବେଶ କରାଯାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର