ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦ ନୂଆ ଆକ୍ରାନ୍ତ

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୯୩କୁ ବୃଦ୍ଧି ପାଇଛି । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ମହଜୁଦ ଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଏହାସହ ଲୋକଙ୍କୁ ସଚେତନ କରାଯିବା […]

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୯୩କୁ ବୃଦ୍ଧି ପାଇଛି । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ମହଜୁଦ ଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଏହାସହ ଲୋକଙ୍କୁ ସଚେତନ କରାଯିବା ସହ ଟେଷ୍ଟିଂ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇରହିଛନ୍ତି । ସେହିଭଳି ଜିଲ୍ଲପାଳଙ୍କ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାର ସମସ୍ତ ଏଏନଏମ , ପିଏସଚସି ଓ ସିଏଚସି ଏବଂ ଜିଲ୍ଲା ମୁଖ୍ୟଚିକିତ୍ସାଳୟର ସ୍ଥିତିକୁ ନଜରରେ ରଖି ତ୍ୱରିତ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

19 Sep 2023 By The Sakala

ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦ ନୂଆ ଆକ୍ରାନ୍ତ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୯୩କୁ ବୃଦ୍ଧି ପାଇଛି । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ମହଜୁଦ ଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଏହାସହ ଲୋକଙ୍କୁ ସଚେତନ କରାଯିବା ସହ ଟେଷ୍ଟିଂ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇରହିଛନ୍ତି । ସେହିଭଳି ଜିଲ୍ଲପାଳଙ୍କ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାର ସମସ୍ତ ଏଏନଏମ , ପିଏସଚସି ଓ ସିଏଚସି ଏବଂ ଜିଲ୍ଲା ମୁଖ୍ୟଚିକିତ୍ସାଳୟର ସ୍ଥିତିକୁ ନଜରରେ ରଖି ତ୍ୱରିତ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର