ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ୧୦୦ ଏମବିବିଏସ୍ ସିଟ୍ ଲାଗି ଅନୁମୋଦନ, ଚଳିତ ଶିକ୍ଷାବର୍ଷରୁ ପାଠପଢ଼ା

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର। ସୁନ୍ଦରଗଡ଼ ସହରର ଶଙ୍କରାଠାରେ ନିର୍ମିତ ନୂତନ ସରକାରୀ ମେଡିକାଲ କଲେଜରେ ଏମବିବିଏସ୍ ପାଠପଢ଼ା ଲାଗି ନାସନାଲ ମେଡିକାଲ କମିଶନ ବିଧିବଦ୍ଧ ଅନୁମତି ଦେଇଛନ୍ତି। ୧୦୦ଟି ସିଟ୍ ଲାଗି ଏହି ମଞ୍ଜୁରୀ ମିଳିଛି। ୨୦୨୨-୨୩ ଶିକ୍ଷାବର୍ଷରୁ ପାଠପଢ଼ା ପାଇଁ କମିଶନ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଅନୁମତି ପ୍ରଦାନ କରିଛନ୍ତି। ଏହି ବହୁ ପ୍ରତୀକ୍ଷିତ ଅନୁମତି ଆସିବା ଫଳରେ ସୁନ୍ଦରଗଡ଼ ଜିଲ୍ଲାରେ ଅତ୍ୟାଧୁନିକ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ […]

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର। ସୁନ୍ଦରଗଡ଼ ସହରର ଶଙ୍କରାଠାରେ ନିର୍ମିତ ନୂତନ ସରକାରୀ ମେଡିକାଲ କଲେଜରେ ଏମବିବିଏସ୍ ପାଠପଢ଼ା ଲାଗି ନାସନାଲ ମେଡିକାଲ କମିଶନ ବିଧିବଦ୍ଧ ଅନୁମତି ଦେଇଛନ୍ତି। ୧୦୦ଟି ସିଟ୍ ଲାଗି ଏହି ମଞ୍ଜୁରୀ ମିଳିଛି। ୨୦୨୨-୨୩ ଶିକ୍ଷାବର୍ଷରୁ ପାଠପଢ଼ା ପାଇଁ କମିଶନ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଅନୁମତି ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ଏହି ବହୁ ପ୍ରତୀକ୍ଷିତ ଅନୁମତି ଆସିବା ଫଳରେ ସୁନ୍ଦରଗଡ଼ ଜିଲ୍ଲାରେ ଅତ୍ୟାଧୁନିକ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହା ରାଜ୍ୟର ବିଭିନ୍ନ ସ୍ଥାନରେ, ବିଶେଷକରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଡାକ୍ତରୀ ଶିକ୍ଷାର ପ୍ରସାର ଲାଗି ରାଜ୍ୟ ସରକାରଙ୍କ ପରିକଳ୍ପନାକୁ ସାକାର କରିବ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

‘‘ମେଡିକାଲ କଲେଜ ଆରମ୍ଭ ହେବା ଫଳରେ ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବା ଏକ ନୂଆ ସୋପାନକୁ ଯାଇପାରିବ। ଏହି ଅତ୍ୟାଧୁନିକ ଡାକ୍ତରୀ ଶିକ୍ଷାନୁଷ୍ଠାନରେ ନିୟୋଜିତ ଉଚ୍ଚମାନର ମାନବ ସମ୍ବଳ ତଥା ତାଲିମ ଓ ଚିକିତ୍ସା ଲାଗି ନିୟୋଜିତ ଅତ୍ୟାଧୁନିକ ଉପକରଣ ସର୍ବଭାରତୀୟ ସ୍ତରରେ ଛାତ୍ରଛାତ୍ରୀମାନଙ୍କୁ ନିଶ୍ଚୟ ଆକର୍ଷିତ କରିବ’’, କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି।
ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ପରିଚାଳିତ ହେବାକୁ ଥିବା ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ଛାତ୍ରଛାତ୍ରୀମାନଙ୍କ ସୁବିଧା ପାଇଁ ଆବଶ୍ୟକ କ୍ଲାସରୁମ ସହିତ ବିଭିନ୍ନ ବିଭାଗରେ ଅତ୍ୟାଧୁନିକ ଲାବୋରେଟୋରି ରହିଛି। ଛାତ୍ର ଏବଂ ଛାତ୍ରୀମାନଙ୍କ ରହିବା ପାଇଁ ଅଲଗାକରି ମୋଟ ୪୮୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ କରାଯାଇଛି। ସେହିପରି ଏହି ୨୧ ଏକର ପରିବ୍ୟାପ୍ତ କ୍ଷେତ୍ରରେ ମେଡିକାଲ କଲେଜ ଏବଂ ହସ୍ପିଟାଲ ସହ ରେସିଡେଣ୍ଟ ଡାକ୍ତର ଏବଂ ନର୍ସଙ୍କ ପାଇଁ ହଷ୍ଟେଲ ତଥା କର୍ମଚାରୀ ଓ ଡିନଙ୍କ ପାଇଁ କ୍ୱାର୍ଟର ନିର୍ମାଣ କରାଯାଇଛି।

‘‘ନାସନାଲ ମେଡିକାଲ କମିଶନଙ୍କ ଅନୁମତି ମିଳିବା ଫଳରେ ଏବେ ଚଳିତ ବର୍ଷ ଲାଗି ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ନାମ ଲେଖା ପାଇଁ ପଥ ପରିଷ୍କାର ହୋଇଯାଇଛି। ବର୍ତ୍ତମାନ ମେଡିକାଲ କଲେଜ ପାଇଁ ଆବଶ୍ୟକ ଅନ୍ୟାନ୍ୟ ଅନୁମତି ଲାଗି ପଦକ୍ଷେପ ନିଆଯିବ। ଚଳିତ ଶିକ୍ଷାବର୍ଷରେ ସର୍ବଭାରତୀୟ ସ୍ତରରେ ପ୍ରତିଯୋଗିତାମୂଳକ ନିଟ୍ ପରୀକ୍ଷାରୁ ଉତ୍ତୀର୍ଣ୍ଣ ପ୍ରାର୍ଥୀମାନେ ନାମ ଲେଖାଇବାର ସୁଯୋଗ ପାଇବେ। ମେଡିକାଲ କଲେଜ ସହିତ ସଂଲଗ୍ନ ହସ୍ପିଟାଲ ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବା ଯାଏଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ‘ଟ୍ରିଟିଙ୍ଗ ହସ୍ପିଟାଲ’ ଭାବେ ବ୍ୟବହାର କରାଯିବ’’, ସୂଚନା ଦେଇ କହିଛନ୍ତି ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜର ଡିନ୍ ପ୍ରଫେସର ଡାକ୍ତର ଦୈତାରୀ ରାଉତରାୟ।

ଏହି ମେଡିକାଲ କଲେଜ ସହିତ ୬ ମହଲା ବିଶିଷ୍ଟ ତଥା ୫୦୦ ଶଯ୍ୟାର ଏକ ସୁପରସ୍ପେଶାଲଟି ହସ୍ପିଟାଲ ନିର୍ମାଣ କରାଯାଇଛି। ଏଠାରେ ଆବଶ୍ୟକ ସଂଖ୍ୟକ ଆଇସିୟୁ ବେଡ୍, ବିଭିନ୍ନ ଅତ୍ୟାଧୁନିକ ଡାକ୍ତରୀ ପରୀକ୍ଷା, ଅତ୍ୟାଧୁନିକ ଅପରେସନ ଥିଏଟର ଏବଂ ନିଜସ୍ୱ ଅକ୍ସିଜେନ ପ୍ଲାଣ୍ଟ ରହିଛି। ଫଳରେ ଆଗାମୀ ଦିନରେ ସୁନ୍ଦରଗଡ଼ ଡାକ୍ତରୀ ଶିକ୍ଷା ପାଇଁ ଏକ ପ୍ରମୁଖ ଆକର୍ଷଣ ହେବା ସହିତ ପଶ୍ଚିମ ଓଡ଼ିଶାରେ ଚିକିତ୍ସା ସେବା ଯୋଗାଇ ଦେବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର