ବିଲକୁ ଯିବାବେଳେ ହାତୀ ଆକ୍ରମଣରେ ଚାଷୀ ମୃତ

The Sakala Picture
Published On

ସୁନ୍ଦରଗଡ଼: ହାତୀ ଆକ୍ରମଣରେ ଚାଷୀ ମୃତ । ସକାଳୁ ସକାଳୁ ବିଲକୁ ଯିବାବେଳେ ଆକ୍ରମଣ କରିଥିଲା ହାତୀ । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ ଗରଗଡ଼ବାହାଲ ଗାଁରେ ଧାନ ବିଲକୁ ଯିବାବେଳେ କଚାଡ଼ି ମାରିଦେଲା ହାତୀ । ମୃତକ ଜଣକ ହେଲେ ଗରଗଡ଼ବାହାଲ ଗାଁର ହିରାଲାଲ ବେହେରା । ଭୋର ସାଢ଼େ ୩ଟାରେ ବେଳେ ବିଲରେ ହାତୀ ପଶି ଫସଲ ନଷ୍ଟ କରୁଥିବା ଜାଣିବା ପରେ ହିରାଲାଲ ଧାନ ବିଲକୁ ଜଗିବାକୁ ଯାଇଥିଲେ । ଏହି ସମୟରେ […]

ସୁନ୍ଦରଗଡ଼: ହାତୀ ଆକ୍ରମଣରେ ଚାଷୀ ମୃତ । ସକାଳୁ ସକାଳୁ ବିଲକୁ ଯିବାବେଳେ ଆକ୍ରମଣ କରିଥିଲା ହାତୀ । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ ଗରଗଡ଼ବାହାଲ ଗାଁରେ ଧାନ ବିଲକୁ ଯିବାବେଳେ କଚାଡ଼ି ମାରିଦେଲା ହାତୀ । ମୃତକ ଜଣକ ହେଲେ ଗରଗଡ଼ବାହାଲ ଗାଁର ହିରାଲାଲ ବେହେରା । ଭୋର ସାଢ଼େ ୩ଟାରେ ବେଳେ ବିଲରେ ହାତୀ ପଶି ଫସଲ ନଷ୍ଟ କରୁଥିବା ଜାଣିବା ପରେ ହିରାଲାଲ ଧାନ ବିଲକୁ ଜଗିବାକୁ ଯାଇଥିଲେ । ଏହି ସମୟରେ କଚାଡ଼ି ମାରିଦେଇଛି ହାତୀ । ୩୦ ଟିକିଆ ହାତୀ ପଲ ଗତ କିଛି ଦିନ ହେଲା ସ୍ଥାନୀୟ ଅଂଚଳକୁ ଆସି ଉତ୍ପାତ କରୁଛନ୍ତି । ବନ ବିଭାଗ ଘଟଣାସ୍ଥଳରେ ପହଂଚି ମୃତ ଦେହକୁ ଉଦ୍ଧାର କରିବା ସହ ହାତୀ ଘଉଡାଇବା ପାଇଁ ବ୍ୟବସ୍ଥା କରୁଛି ।

ଆହୁରି ପଢ଼ନ୍ତୁ: ଗୁରୁ ନାଁରେ କଳଙ୍କ: ନାବାଳକ ଛାତ୍ରଙ୍କ ସହ ଅପ୍ରାକୃତିକ ଯୌନ କ୍ରିୟା, କଲେଜ ଅଧ୍ୟକ୍ଷ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର