ଶିଶୁଙ୍କ ପୋଷଣ ପାଇଁ ‘ମାଣ୍ଡିଆ ଲଡୁ’କୁ ନିତି ଆୟୋଗର ପ୍ରଶଂସା

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ସାନ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନିତି ଆୟୋଗ ପ୍ରଶଂସା କରିଛନ୍ତି। ପିଲାଙ୍କ ପୋଷଣ ସହ ଏହା ସ୍ଥାନୀୟ ଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ଜୀବିକାକୁ ସୁନିଶ୍ଚିତ କରୁଥିବା ନେଇ ଏକ ସର୍ବଭାରତୀୟ ରିପୋର୍ଟରେ ଦର୍ଶାଇଛନ୍ତି। କେନ୍ଦ୍ର ସରକାରଙ୍କ ଏହି ଆୟୋଗଙ୍କ ପକ୍ଷରୁ ନିକଟରେ ପ୍ରକାଶିତ ‘ଟେକ୍‍ ହୋମ୍‍ ରାସନ – ଗୁଡ୍‍ ପ୍ରାକ୍ଟିସେସ୍‍ ଆକ୍ରସ ଦ ଷ୍ଟେଟସ୍‍/ୟୁନିଅନ ଟେରିଟୋରିଜ୍‍’ରେ […]

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ସାନ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନିତି ଆୟୋଗ ପ୍ରଶଂସା କରିଛନ୍ତି। ପିଲାଙ୍କ ପୋଷଣ ସହ ଏହା ସ୍ଥାନୀୟ ଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ଜୀବିକାକୁ ସୁନିଶ୍ଚିତ କରୁଥିବା ନେଇ ଏକ ସର୍ବଭାରତୀୟ ରିପୋର୍ଟରେ ଦର୍ଶାଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

କେନ୍ଦ୍ର ସରକାରଙ୍କ ଏହି ଆୟୋଗଙ୍କ ପକ୍ଷରୁ ନିକଟରେ ପ୍ରକାଶିତ ‘ଟେକ୍‍ ହୋମ୍‍ ରାସନ – ଗୁଡ୍‍ ପ୍ରାକ୍ଟିସେସ୍‍ ଆକ୍ରସ ଦ ଷ୍ଟେଟସ୍‍/ୟୁନିଅନ ଟେରିଟୋରିଜ୍‍’ରେ କୋଭିଡ୍‍ ସମୟରେ ସୁନ୍ଦରଗଡ଼ ଜିଲ୍ଲାରେ ଅଙ୍ଗନବାଡ଼ି ମାଧ୍ୟମରେ ପିଲାଙ୍କ ଘରେ ଘରେ ‘ମାଣ୍ଡିଆ ଲଡୁ ମିକ୍ସ’ ଦିଆଯିବା ବିଷୟ ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟକୁ ସ୍ୱାଗତ କରି ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି କହିଛନ୍ତି, ‘ପିଲାମାନଙ୍କ ଶାରୀରିକ ଓ ମାନସିକ ବିକାଶ କ୍ଷେତ୍ରରେ ପୋଷଣ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ। ଜିଲ୍ଲାରେ ମାଣ୍ଡିଆ ଉତ୍ପାଦନ ବଢ଼଼ାଇ ଚାଷୀଙ୍କୁ ପରିଶ୍ରମର ଉଚିତ ମୂଲ୍ୟ ପ୍ରଦାନ ସହ ଏସ୍‍ଏଚଜି ମହିଳାଙ୍କ ଜୀବିକା ବିକାଶ ଉପରେ ପ୍ରଶାସନ ଗୁରୁତ୍ୱ ଦେଉଛି’।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ସୁନ୍ଦରଗଡ଼ ଜିଲ୍ଲାରେ ଅଙ୍ଗନବାଡ଼ି ଶିଶୁଙ୍କ ଅତିରିକ୍ତ ପୋଷଣ ଲାଗି ମାଣ୍ଡିଆ ଲଡୁ ପ୍ରଦାନ କରାଯାଉଛି। ଜିଲ୍ଲାରେ ମିଶନ ଶକ୍ତିର ମହିଳାମାନେ ଏହି ମାଣ୍ଡିଆ ଲଡୁ ମିକ୍ସ ତିଆରି କରୁଛନ୍ତି। ୩୯ଟି ଏସଏଚଜିକୁ ମାଣ୍ଡିଆ ଲଡ଼ୁ ମିକ୍ସ ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି। ଏହି ମାଣ୍ଡିଆ ଲଡ଼ୁ କାର୍ଯ୍ୟକ୍ରମରୁ ୩,୮୦୯ ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ୬୩ ହଜାର ଶିଶୁ ଉପକୃତ ହେଉଛନ୍ତି। ମିଳିତ ଜାତିସଂଘ ୨୦୨୩କୁ ‘ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ’ ବର୍ଷ ଭାବେ ଘୋଷଣା କରିଛନ୍ତି। ଓଡ଼ିଶା ପୁଷ୍ଟିଶସ୍ୟ ମିଶନ କାର୍ଯ୍ୟକ୍ରମରେ ରାଜ୍ୟରେ ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟ ଉତ୍ପାଦନ,ସଂଗ୍ରହ ଏବଂ ବ୍ୟବହାର ଉପରେ କୃଷି ବିଭାଗ ଗୁରୁତ୍ୱ ଦେଉଛି।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନରେ ୧୯ଟି ଜିଲ୍ଲାର ୧୪୩ଟି ବ୍ଲକରେ ମାଣ୍ଡିଆ ସହ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରାଯାଉଛି। ଏହା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ୧୨ଟି ବ୍ଲକ ରହିଛି। ତା’ଭିତରୁ ୮ଟି ବ୍ଲକରେ ପୁଷ୍ଟିଶସ୍ୟକୁ ପ୍ରୋତ୍ସାହନ ଦେବା ଲାଗି ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ୨୦୧୮-୧୯ରେ ସୁନ୍ଦରଗଡ଼ ଜିଲ୍ଲା ଓଡ଼ିଶା ପୁଷ୍ଟିଶସ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲା। ସେହି ବର୍ଷ ୪ଟି ବ୍ଲକରେ ଏହି କାର୍ଯ୍ୟକ୍ରମ ଲାଗୁ କରାଯାଇଥିଲା। ୨୦୨୨-୨୩ରେ ତାହା ଆଜି ୧୨ ବ୍ଲକରେ ପହଞ୍ଚି ପାରିଛି। ଚଳିତ ବର୍ଷ ୧୬ ହଜାରରୁ ଅଧିକ ଚାଷୀ ୬ ହଜାର ହେକ୍ଟର ଜମିରେ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରୁଛନ୍ତି। ଏଥିପାଇଁ ଚାଷୀଙ୍କୁ ବିହନ, ସାର, ଆଧୁନିକ କୃଷି ଯନ୍ତ୍ରପାତି ଓ ବୈଷୟିକ ସହାୟତା ଯୋଗାଇ ଦିଆଯାଉଛି। ସେହିପରି ସେମାନଙ୍କଠାରୁ ଉଚିତ୍‍ ମୂଲ୍ୟରେ ପୁଷ୍ଟିଶସ୍ୟ କିଣିବାକୁ ସରକାର ମଣ୍ଡି ବ୍ୟବସ୍ଥା କରୁଛନ୍ତି। ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟର ପ୍ରସାର ପାଇଁ ପୁଷ୍ଟିଶସ୍ୟ ଖାଦ୍ୟ ମେଳାର ଆୟୋଜନ କରାଯାଉଛି। ସେହିପରି ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଓ ମିଶନ ଶକ୍ତି ସହଭାଗିତାରେ ଜିଲ୍ଲାରେ ୨୧ଟି ମିଲେଟ୍‍ ଶକ୍ତି ଟିଫିନ ସେଣ୍ଟର ଏବଂ ରାଉରକେଲାଠାରେ ଗୋଟିଏ ମିଲେଟ୍‍ ଶକ୍ତି କାଫେ ଖୋଲିଛି। ସ୍ଥାନୀୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏହାର ପରିଚାଳନା କରୁଛନ୍ତି। କେନ୍ଦୁଝର ଜିଲ୍ଲାରେ ମଧ୍ୟ ଚାଲିଥିବା ମାଣ୍ଡିଆ ଲଡ଼ୁ କାର୍ଯ୍ୟକ୍ରମ ବିଷୟରେ ନିତି ଆୟୋଗଙ୍କ ରିପୋର୍ଟରେ ସ୍ଥାନ ପାଇଛି।

04 Sep 2022 By The Sakala

ଶିଶୁଙ୍କ ପୋଷଣ ପାଇଁ ‘ମାଣ୍ଡିଆ ଲଡୁ’କୁ ନିତି ଆୟୋଗର ପ୍ରଶଂସା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ସାନ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନିତି ଆୟୋଗ ପ୍ରଶଂସା କରିଛନ୍ତି। ପିଲାଙ୍କ ପୋଷଣ ସହ ଏହା ସ୍ଥାନୀୟ ଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ଜୀବିକାକୁ ସୁନିଶ୍ଚିତ କରୁଥିବା ନେଇ ଏକ ସର୍ବଭାରତୀୟ ରିପୋର୍ଟରେ ଦର୍ଶାଇଛନ୍ତି।

କେନ୍ଦ୍ର ସରକାରଙ୍କ ଏହି ଆୟୋଗଙ୍କ ପକ୍ଷରୁ ନିକଟରେ ପ୍ରକାଶିତ ‘ଟେକ୍‍ ହୋମ୍‍ ରାସନ – ଗୁଡ୍‍ ପ୍ରାକ୍ଟିସେସ୍‍ ଆକ୍ରସ ଦ ଷ୍ଟେଟସ୍‍/ୟୁନିଅନ ଟେରିଟୋରିଜ୍‍’ରେ କୋଭିଡ୍‍ ସମୟରେ ସୁନ୍ଦରଗଡ଼ ଜିଲ୍ଲାରେ ଅଙ୍ଗନବାଡ଼ି ମାଧ୍ୟମରେ ପିଲାଙ୍କ ଘରେ ଘରେ ‘ମାଣ୍ଡିଆ ଲଡୁ ମିକ୍ସ’ ଦିଆଯିବା ବିଷୟ ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟକୁ ସ୍ୱାଗତ କରି ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି କହିଛନ୍ତି, ‘ପିଲାମାନଙ୍କ ଶାରୀରିକ ଓ ମାନସିକ ବିକାଶ କ୍ଷେତ୍ରରେ ପୋଷଣ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ। ଜିଲ୍ଲାରେ ମାଣ୍ଡିଆ ଉତ୍ପାଦନ ବଢ଼଼ାଇ ଚାଷୀଙ୍କୁ ପରିଶ୍ରମର ଉଚିତ ମୂଲ୍ୟ ପ୍ରଦାନ ସହ ଏସ୍‍ଏଚଜି ମହିଳାଙ୍କ ଜୀବିକା ବିକାଶ ଉପରେ ପ୍ରଶାସନ ଗୁରୁତ୍ୱ ଦେଉଛି’।

ସୁନ୍ଦରଗଡ଼ ଜିଲ୍ଲାରେ ଅଙ୍ଗନବାଡ଼ି ଶିଶୁଙ୍କ ଅତିରିକ୍ତ ପୋଷଣ ଲାଗି ମାଣ୍ଡିଆ ଲଡୁ ପ୍ରଦାନ କରାଯାଉଛି। ଜିଲ୍ଲାରେ ମିଶନ ଶକ୍ତିର ମହିଳାମାନେ ଏହି ମାଣ୍ଡିଆ ଲଡୁ ମିକ୍ସ ତିଆରି କରୁଛନ୍ତି। ୩୯ଟି ଏସଏଚଜିକୁ ମାଣ୍ଡିଆ ଲଡ଼ୁ ମିକ୍ସ ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି। ଏହି ମାଣ୍ଡିଆ ଲଡ଼ୁ କାର୍ଯ୍ୟକ୍ରମରୁ ୩,୮୦୯ ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ୬୩ ହଜାର ଶିଶୁ ଉପକୃତ ହେଉଛନ୍ତି। ମିଳିତ ଜାତିସଂଘ ୨୦୨୩କୁ ‘ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ’ ବର୍ଷ ଭାବେ ଘୋଷଣା କରିଛନ୍ତି। ଓଡ଼ିଶା ପୁଷ୍ଟିଶସ୍ୟ ମିଶନ କାର୍ଯ୍ୟକ୍ରମରେ ରାଜ୍ୟରେ ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟ ଉତ୍ପାଦନ,ସଂଗ୍ରହ ଏବଂ ବ୍ୟବହାର ଉପରେ କୃଷି ବିଭାଗ ଗୁରୁତ୍ୱ ଦେଉଛି।

ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନରେ ୧୯ଟି ଜିଲ୍ଲାର ୧୪୩ଟି ବ୍ଲକରେ ମାଣ୍ଡିଆ ସହ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରାଯାଉଛି। ଏହା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ୧୨ଟି ବ୍ଲକ ରହିଛି। ତା’ଭିତରୁ ୮ଟି ବ୍ଲକରେ ପୁଷ୍ଟିଶସ୍ୟକୁ ପ୍ରୋତ୍ସାହନ ଦେବା ଲାଗି ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ୨୦୧୮-୧୯ରେ ସୁନ୍ଦରଗଡ଼ ଜିଲ୍ଲା ଓଡ଼ିଶା ପୁଷ୍ଟିଶସ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲା। ସେହି ବର୍ଷ ୪ଟି ବ୍ଲକରେ ଏହି କାର୍ଯ୍ୟକ୍ରମ ଲାଗୁ କରାଯାଇଥିଲା। ୨୦୨୨-୨୩ରେ ତାହା ଆଜି ୧୨ ବ୍ଲକରେ ପହଞ୍ଚି ପାରିଛି। ଚଳିତ ବର୍ଷ ୧୬ ହଜାରରୁ ଅଧିକ ଚାଷୀ ୬ ହଜାର ହେକ୍ଟର ଜମିରେ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରୁଛନ୍ତି। ଏଥିପାଇଁ ଚାଷୀଙ୍କୁ ବିହନ, ସାର, ଆଧୁନିକ କୃଷି ଯନ୍ତ୍ରପାତି ଓ ବୈଷୟିକ ସହାୟତା ଯୋଗାଇ ଦିଆଯାଉଛି। ସେହିପରି ସେମାନଙ୍କଠାରୁ ଉଚିତ୍‍ ମୂଲ୍ୟରେ ପୁଷ୍ଟିଶସ୍ୟ କିଣିବାକୁ ସରକାର ମଣ୍ଡି ବ୍ୟବସ୍ଥା କରୁଛନ୍ତି। ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟର ପ୍ରସାର ପାଇଁ ପୁଷ୍ଟିଶସ୍ୟ ଖାଦ୍ୟ ମେଳାର ଆୟୋଜନ କରାଯାଉଛି। ସେହିପରି ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଓ ମିଶନ ଶକ୍ତି ସହଭାଗିତାରେ ଜିଲ୍ଲାରେ ୨୧ଟି ମିଲେଟ୍‍ ଶକ୍ତି ଟିଫିନ ସେଣ୍ଟର ଏବଂ ରାଉରକେଲାଠାରେ ଗୋଟିଏ ମିଲେଟ୍‍ ଶକ୍ତି କାଫେ ଖୋଲିଛି। ସ୍ଥାନୀୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏହାର ପରିଚାଳନା କରୁଛନ୍ତି। କେନ୍ଦୁଝର ଜିଲ୍ଲାରେ ମଧ୍ୟ ଚାଲିଥିବା ମାଣ୍ଡିଆ ଲଡ଼ୁ କାର୍ଯ୍ୟକ୍ରମ ବିଷୟରେ ନିତି ଆୟୋଗଙ୍କ ରିପୋର୍ଟରେ ସ୍ଥାନ ପାଇଛି।

https://www.thesakala.in/latest-odisha-news/sundargarh/niti-aayog-praises-mandia-ladu-for-child-support/article-14678
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର