ଉଦଘାଟିତ ହେଲା ବିଶ୍ୱର ସର୍ବବୃହତ ହକି ଷ୍ଟାଡିୟମ, ହକି ବିଶ୍ବକପରେ ସାମିଲ ହେବାକୁ ସମସ୍ତଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ରାଉରକେଲା: ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ବିଶ୍ଵ କ୍ରୀଡା ଇତିହାସରେ ଯୋଡି ହୋଇଛି ଏକ ସ୍ଵର୍ଣ୍ଣିମ ଅଧ୍ୟାୟ । ମାତ୍ର ପନ୍ଦର ମାସ ସମୟ ମଧ୍ୟରେ ଏହି ଷ୍ଟାଡିୟମ୍ ନିର୍ମିତ ହୋଇଛି । ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳୀ, […]

ରାଉରକେଲା: ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ବିଶ୍ଵ କ୍ରୀଡା ଇତିହାସରେ ଯୋଡି ହୋଇଛି ଏକ ସ୍ଵର୍ଣ୍ଣିମ ଅଧ୍ୟାୟ । ମାତ୍ର ପନ୍ଦର ମାସ ସମୟ ମଧ୍ୟରେ ଏହି ଷ୍ଟାଡିୟମ୍ ନିର୍ମିତ ହୋଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳୀ, ସାଧାରଣ ଜନତା, ଓଡିଶାର ହକିପ୍ରେମୀ ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିଅମକୁ ମୁଁ ଉତ୍ସର୍ଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ହକିକୁ ଭଲ ପାଉଥିବା ସମସ୍ତଙ୍କୁ ହକି ବିଶ୍ଵ କପ୍ ଭବ୍ୟ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଥିଲେ। ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ଏକ କୋଟି ଟଙ୍କା ଦିଆଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ମୁଖ୍ୟମନ୍ତ୍ରୀ କହିଥିଲେ ଯ। ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ବିଶ୍ବର ସବୁଠାରୁ ବଡ ଷ୍ଟାଡିଅମ ଓଡିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିଅମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳି ମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିଆନ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

ମହାପ୍ରଭୁ ଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସଦିଚ୍ଛା ଓ ଭଲପାଇବା ଯୋଗୁ ଆମର ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ସବୁକ୍ଷେତ୍ରରେ ଶ୍ରେଷ୍ଠ ହେବାର ଉଦ୍ୟମର ଏହା ପ୍ରତିଫଳନ। ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିଅମ ଓଡିଶାର ଛବିକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରୁ କହିଥିଲେ ଯେ, ଆଗାମୀ ଅନେକ ଯୁଗ ପର୍ଯ୍ୟନ୍ତ ଏହି ଷ୍ଟାଡିଅମ ଆମର ମୁକୁଟମଣି ହୋଇ ହକି ପ୍ରତି ଭାରତୀୟ ମାନଙ୍କର ଭାବାବେଗ ଓ ଭଲପାଇବାକୁ ପରିପ୍ରକାଶ କରିଚାଲିବ। ଏହା ଭାରତୀୟ ହକିର ଏନ୍ତୁଡିଶାଳା ହୋଇ ରହିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ତଥା କିମ୍ବଦନ୍ତୀ ପୁରୁଷ ବିର୍ସା ମୁଣ୍ଡାଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରା ,ହକି ଇଣ୍ଡିଆର ସଭାପତି ଶ୍ରୀ ଦିଲୀପ ତିର୍କୀ , ୫ଟି ସଚିବ ଭିକେ ପାଣ୍ଡିଆନ୍ ଓ ହକି ଇଣ୍ଡିଆର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ଇଣ୍ଡିଆ A ଓ ଇଣ୍ଡିଆ B team ମଧ୍ୟରେ ଉଦଘାଟନୀ ମ୍ଯାଚକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦଘାଟନ କରିଥିଲେ।

ମୁଖ୍ୟମନ୍ତ୍ରୀ ଆଜି ରାଉରକେଲାରେ ପହଞ୍ଚିବା ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ପରିଦର୍ଶନ କରି ସେଠାରେ ଭାରତୀୟ ହକି ଟିମ୍‌ର ଖେଳାଳୀ ମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ମେଡିକାଲ କଲେଜ ଉଦ୍‌ଘାଟନ କରିବା ସହିତ ସୁନ୍ଦରଗଡ ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଉରକେଲା ସହରରେ ମୋ ବସ୍‌ ଚଳାଚଳର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହାପରେ ସେ ହକି ଷ୍ଟାଡିଅମ ଉଦ୍‌ଘାଟନ କରିଥିଲେ।

05 Jan 2023 By The Sakala

ଉଦଘାଟିତ ହେଲା ବିଶ୍ୱର ସର୍ବବୃହତ ହକି ଷ୍ଟାଡିୟମ, ହକି ବିଶ୍ବକପରେ ସାମିଲ ହେବାକୁ ସମସ୍ତଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ବିଶ୍ଵ କ୍ରୀଡା ଇତିହାସରେ ଯୋଡି ହୋଇଛି ଏକ ସ୍ଵର୍ଣ୍ଣିମ ଅଧ୍ୟାୟ । ମାତ୍ର ପନ୍ଦର ମାସ ସମୟ ମଧ୍ୟରେ ଏହି ଷ୍ଟାଡିୟମ୍ ନିର୍ମିତ ହୋଇଛି ।

ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳୀ, ସାଧାରଣ ଜନତା, ଓଡିଶାର ହକିପ୍ରେମୀ ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିଅମକୁ ମୁଁ ଉତ୍ସର୍ଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ହକିକୁ ଭଲ ପାଉଥିବା ସମସ୍ତଙ୍କୁ ହକି ବିଶ୍ଵ କପ୍ ଭବ୍ୟ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଥିଲେ। ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ଏକ କୋଟି ଟଙ୍କା ଦିଆଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯ। ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ବିଶ୍ବର ସବୁଠାରୁ ବଡ ଷ୍ଟାଡିଅମ ଓଡିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିଅମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳି ମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିଆନ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

ମହାପ୍ରଭୁ ଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସଦିଚ୍ଛା ଓ ଭଲପାଇବା ଯୋଗୁ ଆମର ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ସବୁକ୍ଷେତ୍ରରେ ଶ୍ରେଷ୍ଠ ହେବାର ଉଦ୍ୟମର ଏହା ପ୍ରତିଫଳନ। ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିଅମ ଓଡିଶାର ଛବିକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରୁ କହିଥିଲେ ଯେ, ଆଗାମୀ ଅନେକ ଯୁଗ ପର୍ଯ୍ୟନ୍ତ ଏହି ଷ୍ଟାଡିଅମ ଆମର ମୁକୁଟମଣି ହୋଇ ହକି ପ୍ରତି ଭାରତୀୟ ମାନଙ୍କର ଭାବାବେଗ ଓ ଭଲପାଇବାକୁ ପରିପ୍ରକାଶ କରିଚାଲିବ। ଏହା ଭାରତୀୟ ହକିର ଏନ୍ତୁଡିଶାଳା ହୋଇ ରହିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ତଥା କିମ୍ବଦନ୍ତୀ ପୁରୁଷ ବିର୍ସା ମୁଣ୍ଡାଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରା ,ହକି ଇଣ୍ଡିଆର ସଭାପତି ଶ୍ରୀ ଦିଲୀପ ତିର୍କୀ , ୫ଟି ସଚିବ ଭିକେ ପାଣ୍ଡିଆନ୍ ଓ ହକି ଇଣ୍ଡିଆର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ଇଣ୍ଡିଆ A ଓ ଇଣ୍ଡିଆ B team ମଧ୍ୟରେ ଉଦଘାଟନୀ ମ୍ଯାଚକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦଘାଟନ କରିଥିଲେ।

ମୁଖ୍ୟମନ୍ତ୍ରୀ ଆଜି ରାଉରକେଲାରେ ପହଞ୍ଚିବା ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ପରିଦର୍ଶନ କରି ସେଠାରେ ଭାରତୀୟ ହକି ଟିମ୍‌ର ଖେଳାଳୀ ମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ମେଡିକାଲ କଲେଜ ଉଦ୍‌ଘାଟନ କରିବା ସହିତ ସୁନ୍ଦରଗଡ ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଉରକେଲା ସହରରେ ମୋ ବସ୍‌ ଚଳାଚଳର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହାପରେ ସେ ହକି ଷ୍ଟାଡିଅମ ଉଦ୍‌ଘାଟନ କରିଥିଲେ।

https://www.thesakala.in/latest-odisha-news/sundargarh/today-world-biggest-hockey-stadium-inaugurated-by-cm-naveen-patnaik/article-17902
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର