ସୁନୀତି ମୁଣ୍ଡ୍ ହେଲେ ବିଜେପିର ଭୁବନେଶ୍ବର ମେୟର ପ୍ରାର୍ଥୀ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ମେୟର ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବରୁ କଂଗ୍ରେସ ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଏବେ ଭାରତୀୟ ଜନତା ପାର୍ଟି ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି । ଲେଖିକା ସୁନୀତି ମୁଣ୍ଡଙ୍କୁ ପ୍ରାର୍ଥୀ କରିଛି ବିଜେପି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମେୟର ପ୍ରାର୍ଥୀ ଘୋଷଣା କରିଛନ୍ତି । ବିଜେଡି ଭୁବନେଶ୍ୱର ମେୟର ପାଇଁ ସୁଲୋଚନା ଦାସଙ୍କୁ ପ୍ରାର୍ଥୀ ଘୋଷମା କରିଥିବାବେଳେ ବିଜେପି […]

ଭୁବନେଶ୍ୱର: ଭୁବନେଶ୍ୱର ମେୟର ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବରୁ କଂଗ୍ରେସ ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଏବେ ଭାରତୀୟ ଜନତା ପାର୍ଟି ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି । ଲେଖିକା ସୁନୀତି ମୁଣ୍ଡଙ୍କୁ ପ୍ରାର୍ଥୀ କରିଛି ବିଜେପି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମେୟର ପ୍ରାର୍ଥୀ ଘୋଷଣା କରିଛନ୍ତି । ବିଜେଡି ଭୁବନେଶ୍ୱର ମେୟର ପାଇଁ ସୁଲୋଚନା ଦାସଙ୍କୁ ପ୍ରାର୍ଥୀ ଘୋଷମା କରିଥିବାବେଳେ ବିଜେପି ଲେଖିକା ସୁନୀତି ମୁଣ୍ଡଙ୍କୁ ପ୍ରାର୍ଥୀ ଘୋଷଣା କରିଛି । ଏହାସହିତ ୩ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଛନ୍ତି । ବିଜେଡି ସୁଲୋଚନା ଦାସଙ୍କୁ ପ୍ରାର୍ଥୀ ଭାବେ ଛିଡା କରିଥିବା ବେଳେ କଂଗ୍ରେସ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି । ଏବେ ବିଜେପି ନିଜ ପ୍ରାର୍ଥୀ ଘୋଷଣା କରି ପୌର ରାଜନୀତିକୁ ଆହୁରି ଉଷ୍ମ କରି ଦେଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ RI, ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ପ୍ରଥମ ଥର ପାଇଁ ରାଜ୍ୟରେ ମେୟର ପଦବୀ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେବାକୁ ଯାଉଛି । ଭୁବନେଶ୍ୱର-କଟକ-ବ୍ରହ୍ମପୁର ମହାନଗର ନିଗମ ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ନିର୍ବାଚନ । କଂଗ୍ରେସ ମଧ୍ୟ ଭୁବନେଶ୍ୱର ମହାଗନର ନିଗମ ପାଇଁ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା । ତେବେ ଆଗକୁ ହେବାକୁ ଯାଉଥିବା ନିର୍ବାଚନରେ କେଉଁ ପ୍ରାର୍ଥୀ ଲୋକଙ୍କ ପାଖରେ ପହଁଚି ପାରୁଛନ୍ତି । କିଏ ଭୋଟରଙ୍କ ଲୋକାଦୃତ ହୋଇପାରୁଛନ୍ତି ତାହା ଉପରେ ନଜର ରହିଛି ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ସେପଟେ କଟକ ଏବଂ ବ୍ରହ୍ମପୁର ପାଇଁ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଘୋଷଣା କରିନାହିଁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ହେଉଛି ଭୁବନେଶ୍ୱର ପାଇଁ ବିଜେପି ଓ ବିଜେଡି ଉଭୟେ ଜଣେ ସାମ୍ବାଦିକଙ୍କୁ ପ୍ରାର୍ଥୀ କରିଛନ୍ତି । ପୂର୍ବରୁ ପ୍ରତ୍ୟକ୍ଷ ସାମ୍ବାଦିକତା କରୁଥିବା ସୁଲୋଚନା ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ସେହିପରି ଡକ୍ତର ସୁନୀତି ମୁଣ୍ଡ୍ ମଧ୍ୟ ସାମ୍ବାଦିକ ଏବଂ ଲେଖକ ଭାବେ କର୍ତ୍ତବ୍ୟ ନିର୍ବାଙ କରୁଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଥମ: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତାବ

05 Mar 2022 By The Sakala

ସୁନୀତି ମୁଣ୍ଡ୍ ହେଲେ ବିଜେପିର ଭୁବନେଶ୍ବର ମେୟର ପ୍ରାର୍ଥୀ

ଭୁବନେଶ୍ୱର: ଭୁବନେଶ୍ୱର ମେୟର ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବରୁ କଂଗ୍ରେସ ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଏବେ ଭାରତୀୟ ଜନତା ପାର୍ଟି ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି । ଲେଖିକା ସୁନୀତି ମୁଣ୍ଡଙ୍କୁ ପ୍ରାର୍ଥୀ କରିଛି ବିଜେପି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମେୟର ପ୍ରାର୍ଥୀ ଘୋଷଣା କରିଛନ୍ତି । ବିଜେଡି ଭୁବନେଶ୍ୱର ମେୟର ପାଇଁ ସୁଲୋଚନା ଦାସଙ୍କୁ ପ୍ରାର୍ଥୀ ଘୋଷମା କରିଥିବାବେଳେ ବିଜେପି ଲେଖିକା ସୁନୀତି ମୁଣ୍ଡଙ୍କୁ ପ୍ରାର୍ଥୀ ଘୋଷଣା କରିଛି । ଏହାସହିତ ୩ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଛନ୍ତି । ବିଜେଡି ସୁଲୋଚନା ଦାସଙ୍କୁ ପ୍ରାର୍ଥୀ ଭାବେ ଛିଡା କରିଥିବା ବେଳେ କଂଗ୍ରେସ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି । ଏବେ ବିଜେପି ନିଜ ପ୍ରାର୍ଥୀ ଘୋଷଣା କରି ପୌର ରାଜନୀତିକୁ ଆହୁରି ଉଷ୍ମ କରି ଦେଇଛି ।

ପ୍ରଥମ ଥର ପାଇଁ ରାଜ୍ୟରେ ମେୟର ପଦବୀ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେବାକୁ ଯାଉଛି । ଭୁବନେଶ୍ୱର-କଟକ-ବ୍ରହ୍ମପୁର ମହାନଗର ନିଗମ ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ନିର୍ବାଚନ । କଂଗ୍ରେସ ମଧ୍ୟ ଭୁବନେଶ୍ୱର ମହାଗନର ନିଗମ ପାଇଁ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା । ତେବେ ଆଗକୁ ହେବାକୁ ଯାଉଥିବା ନିର୍ବାଚନରେ କେଉଁ ପ୍ରାର୍ଥୀ ଲୋକଙ୍କ ପାଖରେ ପହଁଚି ପାରୁଛନ୍ତି । କିଏ ଭୋଟରଙ୍କ ଲୋକାଦୃତ ହୋଇପାରୁଛନ୍ତି ତାହା ଉପରେ ନଜର ରହିଛି ।

ସେପଟେ କଟକ ଏବଂ ବ୍ରହ୍ମପୁର ପାଇଁ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଘୋଷଣା କରିନାହିଁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ହେଉଛି ଭୁବନେଶ୍ୱର ପାଇଁ ବିଜେପି ଓ ବିଜେଡି ଉଭୟେ ଜଣେ ସାମ୍ବାଦିକଙ୍କୁ ପ୍ରାର୍ଥୀ କରିଛନ୍ତି । ପୂର୍ବରୁ ପ୍ରତ୍ୟକ୍ଷ ସାମ୍ବାଦିକତା କରୁଥିବା ସୁଲୋଚନା ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ସେହିପରି ଡକ୍ତର ସୁନୀତି ମୁଣ୍ଡ୍ ମଧ୍ୟ ସାମ୍ବାଦିକ ଏବଂ ଲେଖକ ଭାବେ କର୍ତ୍ତବ୍ୟ ନିର୍ବାଙ କରୁଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର