ଗ୍ରାମାଞ୍ଚଳରେ ବିଶୁଦ୍ଧ ପାନୀୟଜଳ ଯୋଗାଣକୁ ରାଜ୍ୟ ସରକାରଙ୍କ ପ୍ରାଥମିକତା, ୩ ଜିଲ୍ଲାର ୯ ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଂଜୁରୀ

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ଏକ ପ୍ରମୁଖ ଲକ୍ଷ୍ୟ ରହିଛି। ଏହି ଅଧିନରେ ବର୍ତ୍ତମାନ ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଘରପାଖରେ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୋଟ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏଥିରେ ଜେଜେଏମ୍‌ ଯୋଜନାରେ ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାରେ ଗ୍ରାମ୍ୟ […]

ଭୁବନେଶ୍ବର : ରାଜ୍ୟର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ଏକ ପ୍ରମୁଖ ଲକ୍ଷ୍ୟ ରହିଛି। ଏହି ଅଧିନରେ ବର୍ତ୍ତମାନ ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଘରପାଖରେ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୋଟ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏଥିରେ ଜେଜେଏମ୍‌ ଯୋଜନାରେ ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ରାଜ୍ୟର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବାକୁ ରାଜ୍ୟ ସରକାର  ଏହି ପଦକ୍ଷେପ ନେଇଛନ୍ତି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଆଜି କ୍ୟାବିନେଟ୍‌ ବୈଠକରେ ଢେଙ୍କାନାଳ ଜିଲ୍ଲାରେ ୪ ଗୋଟି ଗ୍ରାମ୍ୟ ପାନୀୟ ଜଳଯୋଗାଣ ପ୍ରକଳ୍ପକୁ ଇପିସି ନିବିଦା ମାଧ୍ୟମରେ କାର୍ୟ୍ୟକାରୀ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଉକ୍ତ ପ୍ରକଳ୍ପ ଦ୍ବାରା ଉପରୋକ୍ତ ଜିଲ୍ଲାର ୪ ଗୋଟି ବ୍ଲକ ଅଧିନରେ ଥିବା ୭୧ଟି ଗ୍ରାମାପଂଚାୟତ ଅନ୍ତର୍ଗତ ୨୭୧ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୩୨୨୨୦୪ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ତନ୍ମଧ୍ୟରୁ କାମାକ୍ଷାନଗର ବ୍ଲକ ଅଧୀନରେ ଥିବା ୧୩ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୪୬ଟି ଗ୍ରାମର ପ୍ରାୟ ୫୨୯୧୪ ଜଣ, ପରଜଂଗ ବ୍ଲକ ଅଧୀନରେ ଥିବା ୨୯ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୯୨ଟି ଗ୍ରାମର ପ୍ରାୟ୧୩୫୨୪୩ ଜଣ, କଙ୍କଡାହାଡ ବ୍ଲକ ଅଧୀନରେ ଥିବା ୨୧ ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୧୦୬ଟି ଗ୍ରାମର ପ୍ରାୟ ୯୬୯୭୩ ଜଣ ଓ ସଦର ବ୍ଲକ ଅଧୀନରେ ଥିବା ୮ ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୨୭ଟି ଗ୍ରାମର ପ୍ରାୟ ୩୭,୦୭୪ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହୋଇପାରିବେ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସେହିଭଳି କେନ୍ଦ୍ରାପଡ଼ା ଜିଲ୍ଲାର ୩‌ଟି ବ୍ଲକ ଅଧୀନରେ ଥିବା ୭୬ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୫୨୨ଟି ଗାଁରେ ବସବାସ କରୁଥିବା ପ୍ରାୟ ୪ ଲକ୍ଷ ୩୫ ହଜାର୧୯୦ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିରୁ ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନରେ ଥିବା ୨୯ଟି ଗ୍ରାମପଞ୍ଚାୟତର ୧୩୮ଟି ଗାଁର ପ୍ରାୟ ୧ ଲକ୍ଷ ୫୫ ହଜାର ୩୩୪ ଜଣ, ରାଜନଗର ବ୍ଲକ ଅଧୀନରେ ଥିବା ୨୯ଟି ପଞ୍ଚାୟତର ୨୪୯ଟି ଗାଁର ପ୍ରାୟ ୧ ଲକ୍ଷ ୬୮ ହଜାର ୭୧୨ ଜଣ ଓ ଗରଦପୁର ବ୍ଲକର ୧୮ଟି ପଞ୍ଚାୟତ ଅଧୀନରେ ଥିବା ୧୩୫ଟି ଗାଁର ୧ଲକ୍ଷ ୧୧ ହାଜର ୧୪୪ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହେବେ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଅନ୍ୟପଟେ ବାଲେଶ୍ବର ଜିଲ୍ଲାର ୩ଟି ବ୍ଲକ ଅଧୀନରେ ଥିବା ୪୧ଟି ଗ୍ରାମପଞ୍ଚାୟତର ୩୦୧ଟି ଗାଁରେ ବସବାସ କରୁଥିବା ପ୍ରାୟ ୨ଲକ୍ଷ ୬୨ ହଜାର ୦୯୩ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ବାଲେଶ୍ବର ବ୍ଲକ ଅଧୀନରେ ଥିବା ୧୪ଟି ଗ୍ରାମ ପଞ୍ଚାୟତର ୮୧ଟି ଗାଁର ପ୍ରାୟ ୧ ଲକ୍ଷ୧ ହଜାର ୩୨୧ଜଣ, ରେମୁଣା ବ୍ଲକ ଅଧୀନରେ ଥିବା ୨୦ଟି ଗ୍ରାମପଞ୍ଚାୟତ ୧୬୦ଟି ଗାଁର ପ୍ରାୟ ୧ଲକ୍ଷ ୨୧ ହଜାର ୨୧୦ ଜଣ ଓ ଖଇରା ବ୍ଲକ ଅଧୀନରେ ଥିବା ୭ ଗୋଟି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୬୦ଟି ଗାଁର ୩୯ ହଜାର ୫୬୨ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହେବେ। ରାଜ୍ୟ କ୍ୟାବିନେଟ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ସମ୍ପାଦନ ପାଇଁ ଠିକାଦାର ସଂସ୍ଥା ଏମ୍‌/ଏସ୍‌ ଲକ୍ଷ୍ମୀ ସିଭିଲ ଇଞ୍ଜିନିୟରିଂ ସର୍ଭିସେସ୍‌ ପ୍ରାଇଭେଟ. ଲିମିଟେଡ ଅନୁମୋଦନ କରିଛନ୍ତି। ଉକ୍ତ ପ୍ରକଳ୍ପଗୁଡ଼ିକ ୨୪ ମାସ ସମୟସୀମା ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।

12 Aug 2022 By The Sakala

ଗ୍ରାମାଞ୍ଚଳରେ ବିଶୁଦ୍ଧ ପାନୀୟଜଳ ଯୋଗାଣକୁ ରାଜ୍ୟ ସରକାରଙ୍କ ପ୍ରାଥମିକତା, ୩ ଜିଲ୍ଲାର ୯ ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଂଜୁରୀ

ଭୁବନେଶ୍ବର : ରାଜ୍ୟର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ଏକ ପ୍ରମୁଖ ଲକ୍ଷ୍ୟ ରହିଛି। ଏହି ଅଧିନରେ ବର୍ତ୍ତମାନ ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଘରପାଖରେ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୋଟ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏଥିରେ ଜେଜେଏମ୍‌ ଯୋଜନାରେ ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ରାଜ୍ୟର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବାକୁ ରାଜ୍ୟ ସରକାର  ଏହି ପଦକ୍ଷେପ ନେଇଛନ୍ତି।

ଆଜି କ୍ୟାବିନେଟ୍‌ ବୈଠକରେ ଢେଙ୍କାନାଳ ଜିଲ୍ଲାରେ ୪ ଗୋଟି ଗ୍ରାମ୍ୟ ପାନୀୟ ଜଳଯୋଗାଣ ପ୍ରକଳ୍ପକୁ ଇପିସି ନିବିଦା ମାଧ୍ୟମରେ କାର୍ୟ୍ୟକାରୀ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଉକ୍ତ ପ୍ରକଳ୍ପ ଦ୍ବାରା ଉପରୋକ୍ତ ଜିଲ୍ଲାର ୪ ଗୋଟି ବ୍ଲକ ଅଧିନରେ ଥିବା ୭୧ଟି ଗ୍ରାମାପଂଚାୟତ ଅନ୍ତର୍ଗତ ୨୭୧ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୩୨୨୨୦୪ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ତନ୍ମଧ୍ୟରୁ କାମାକ୍ଷାନଗର ବ୍ଲକ ଅଧୀନରେ ଥିବା ୧୩ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୪୬ଟି ଗ୍ରାମର ପ୍ରାୟ ୫୨୯୧୪ ଜଣ, ପରଜଂଗ ବ୍ଲକ ଅଧୀନରେ ଥିବା ୨୯ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୯୨ଟି ଗ୍ରାମର ପ୍ରାୟ୧୩୫୨୪୩ ଜଣ, କଙ୍କଡାହାଡ ବ୍ଲକ ଅଧୀନରେ ଥିବା ୨୧ ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୧୦୬ଟି ଗ୍ରାମର ପ୍ରାୟ ୯୬୯୭୩ ଜଣ ଓ ସଦର ବ୍ଲକ ଅଧୀନରେ ଥିବା ୮ ଗୋଟି ଗ୍ରାମପଂଚାୟତ ଅନ୍ତର୍ଗତ ୨୭ଟି ଗ୍ରାମର ପ୍ରାୟ ୩୭,୦୭୪ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହୋଇପାରିବେ।

ସେହିଭଳି କେନ୍ଦ୍ରାପଡ଼ା ଜିଲ୍ଲାର ୩‌ଟି ବ୍ଲକ ଅଧୀନରେ ଥିବା ୭୬ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୫୨୨ଟି ଗାଁରେ ବସବାସ କରୁଥିବା ପ୍ରାୟ ୪ ଲକ୍ଷ ୩୫ ହଜାର୧୯୦ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିରୁ ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନରେ ଥିବା ୨୯ଟି ଗ୍ରାମପଞ୍ଚାୟତର ୧୩୮ଟି ଗାଁର ପ୍ରାୟ ୧ ଲକ୍ଷ ୫୫ ହଜାର ୩୩୪ ଜଣ, ରାଜନଗର ବ୍ଲକ ଅଧୀନରେ ଥିବା ୨୯ଟି ପଞ୍ଚାୟତର ୨୪୯ଟି ଗାଁର ପ୍ରାୟ ୧ ଲକ୍ଷ ୬୮ ହଜାର ୭୧୨ ଜଣ ଓ ଗରଦପୁର ବ୍ଲକର ୧୮ଟି ପଞ୍ଚାୟତ ଅଧୀନରେ ଥିବା ୧୩୫ଟି ଗାଁର ୧ଲକ୍ଷ ୧୧ ହାଜର ୧୪୪ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହେବେ।

ଅନ୍ୟପଟେ ବାଲେଶ୍ବର ଜିଲ୍ଲାର ୩ଟି ବ୍ଲକ ଅଧୀନରେ ଥିବା ୪୧ଟି ଗ୍ରାମପଞ୍ଚାୟତର ୩୦୧ଟି ଗାଁରେ ବସବାସ କରୁଥିବା ପ୍ରାୟ ୨ଲକ୍ଷ ୬୨ ହଜାର ୦୯୩ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ବାଲେଶ୍ବର ବ୍ଲକ ଅଧୀନରେ ଥିବା ୧୪ଟି ଗ୍ରାମ ପଞ୍ଚାୟତର ୮୧ଟି ଗାଁର ପ୍ରାୟ ୧ ଲକ୍ଷ୧ ହଜାର ୩୨୧ଜଣ, ରେମୁଣା ବ୍ଲକ ଅଧୀନରେ ଥିବା ୨୦ଟି ଗ୍ରାମପଞ୍ଚାୟତ ୧୬୦ଟି ଗାଁର ପ୍ରାୟ ୧ଲକ୍ଷ ୨୧ ହଜାର ୨୧୦ ଜଣ ଓ ଖଇରା ବ୍ଲକ ଅଧୀନରେ ଥିବା ୭ ଗୋଟି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୬୦ଟି ଗାଁର ୩୯ ହଜାର ୫୬୨ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ବାରା ଉପକୃତ ହେବେ। ରାଜ୍ୟ କ୍ୟାବିନେଟ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ସମ୍ପାଦନ ପାଇଁ ଠିକାଦାର ସଂସ୍ଥା ଏମ୍‌/ଏସ୍‌ ଲକ୍ଷ୍ମୀ ସିଭିଲ ଇଞ୍ଜିନିୟରିଂ ସର୍ଭିସେସ୍‌ ପ୍ରାଇଭେଟ. ଲିମିଟେଡ ଅନୁମୋଦନ କରିଛନ୍ତି। ଉକ୍ତ ପ୍ରକଳ୍ପଗୁଡ଼ିକ ୨୪ ମାସ ସମୟସୀମା ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।

https://www.thesakala.in/latest-odisha-news/supply-of-clean-drinking-water-to-rural-areas-is-a-priority-of-the-state-government/article-14087
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର