ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା। ଆସନ୍ତାକାଲି ଅପରାହ୍ନରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା ଦିଲ୍ଲୀରୁ ବାହାରି ସନ୍ଧ୍ୟା ୫.୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ପୁରୀ ଅଭିମୁଖେ ଯାଇ ସେଠାରେ ରାତ୍ରୀଯାପନ କରିବେ । ତା’ପର ଦିନ ଅର୍ଥାତ ୨୫ ତାରିଖ ସକାଳ ୭.୩୦ରେ  ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା ଶ୍ରୀ ମନ୍ଦିର ଯାଇ ଜଗନ୍ନାଥଙ୍କ […]

ଭୁବନେଶ୍ବର : ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା। ଆସନ୍ତାକାଲି ଅପରାହ୍ନରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା ଦିଲ୍ଲୀରୁ ବାହାରି ସନ୍ଧ୍ୟା ୫.୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ପୁରୀ ଅଭିମୁଖେ ଯାଇ ସେଠାରେ ରାତ୍ରୀଯାପନ କରିବେ । ତା’ପର ଦିନ ଅର୍ଥାତ ୨୫ ତାରିଖ ସକାଳ ୭.୩୦ରେ  ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା ଶ୍ରୀ ମନ୍ଦିର ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଏହାପରେ କଟକ ଅଭିମୁଖେ ଯାଇ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଥି ସହିତ କଟକରେ ଆଇନ ସେବା ଭବନର ମଧ୍ୟ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ୨୫ ତାରିଖରେ ସମସ୍ତ କାର୍ଯ୍ୟକ୍ରମ ସରିବା ପରେ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଜଷ୍ଟିସ୍ ଏନ୍‌ଭି ରମନା ଦେଶର ୪୮ତମ ପ୍ରଧାନ ବିଚାରପତି। ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡ଼େଙ୍କ ପରେ ବିଚାରପତି ଏନ୍‌ଭି ରମନା ହେଉଛନ୍ତି ସୁପ୍ରିମ୍‌କୋର୍ଟର ସବୁଠୁ ବରିଷ୍ଠ ବିଚାରପତି। ଆନ୍ଧ୍ର ପ୍ରଦେଶସ୍ଥିତ କ୍ରିଷ୍ଣା ଜିଲ୍ଲାର ପୁନାଭରମ୍ ଗ୍ରାମର ଏକ କୃଷକ ପରିବାର ୧୯୫୭ ଅଗଷ୍ଟ ୨୭ରେ ଜନ୍ମଲାଭ କରିଥିଲେ ରମନା। ଜଷ୍ଟିସ୍ ରମନା ଜଣେ ଆଇନଜୀବୀ ଭାବେ ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ୧୯୮୩ ମସିହାରେ ବୃତ୍ତି ଆରମ୍ଭ କରିଥିଲେ। ଏହାପରେ ସେ ଆନ୍ଧ୍ରପ୍ରଦେଶର ଆଡଭୋକେଟ୍ ଜେନେରାଲ୍ ଭାବେ କାର୍ଯ୍ୟ କରିଥିଲେ। ସେ ୨୦୦୦ ମସିହା ଜୁନ୍‌ ମାସରେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟରେ ଜଣେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୪ ଫେବ୍ରୁଆରିରେ ସୁପ୍ରିମ୍‌କୋର୍ଟକୁ ଯିବା ପୂର୍ବରୁ ସେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

23 Sep 2021 By The Sakala

ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା

ଭୁବନେଶ୍ବର : ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା। ଆସନ୍ତାକାଲି ଅପରାହ୍ନରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା ଦିଲ୍ଲୀରୁ ବାହାରି ସନ୍ଧ୍ୟା ୫.୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ପୁରୀ ଅଭିମୁଖେ ଯାଇ ସେଠାରେ ରାତ୍ରୀଯାପନ କରିବେ । ତା’ପର ଦିନ ଅର୍ଥାତ ୨୫ ତାରିଖ ସକାଳ ୭.୩୦ରେ  ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା ଶ୍ରୀ ମନ୍ଦିର ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ।

ଏହାପରେ କଟକ ଅଭିମୁଖେ ଯାଇ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏଥି ସହିତ କଟକରେ ଆଇନ ସେବା ଭବନର ମଧ୍ୟ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ୨୫ ତାରିଖରେ ସମସ୍ତ କାର୍ଯ୍ୟକ୍ରମ ସରିବା ପରେ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍‌ଭି ରମନା।

ଜଷ୍ଟିସ୍ ଏନ୍‌ଭି ରମନା ଦେଶର ୪୮ତମ ପ୍ରଧାନ ବିଚାରପତି। ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡ଼େଙ୍କ ପରେ ବିଚାରପତି ଏନ୍‌ଭି ରମନା ହେଉଛନ୍ତି ସୁପ୍ରିମ୍‌କୋର୍ଟର ସବୁଠୁ ବରିଷ୍ଠ ବିଚାରପତି। ଆନ୍ଧ୍ର ପ୍ରଦେଶସ୍ଥିତ କ୍ରିଷ୍ଣା ଜିଲ୍ଲାର ପୁନାଭରମ୍ ଗ୍ରାମର ଏକ କୃଷକ ପରିବାର ୧୯୫୭ ଅଗଷ୍ଟ ୨୭ରେ ଜନ୍ମଲାଭ କରିଥିଲେ ରମନା। ଜଷ୍ଟିସ୍ ରମନା ଜଣେ ଆଇନଜୀବୀ ଭାବେ ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ୧୯୮୩ ମସିହାରେ ବୃତ୍ତି ଆରମ୍ଭ କରିଥିଲେ। ଏହାପରେ ସେ ଆନ୍ଧ୍ରପ୍ରଦେଶର ଆଡଭୋକେଟ୍ ଜେନେରାଲ୍ ଭାବେ କାର୍ଯ୍ୟ କରିଥିଲେ। ସେ ୨୦୦୦ ମସିହା ଜୁନ୍‌ ମାସରେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟରେ ଜଣେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୪ ଫେବ୍ରୁଆରିରେ ସୁପ୍ରିମ୍‌କୋର୍ଟକୁ ଯିବା ପୂର୍ବରୁ ସେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର