ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଶୁଣାଣିକୁ ସେପ୍ଟେମ୍ବର ୭କୁ ଘୁଞ୍ଚାଇଲେ ସୁପ୍ରିମକୋର୍ଟ

Madhusudan Das Picture
Published On

ଭୁବନେଶ୍ୱର: ଘୁଞ୍ଚିଲା ଓଡ଼ିଶା DGP ନିଯୁକ୍ତି ସମ୍ପର୍କିତ ମାମଲାର ଶୁଣାଣି । ଆସନ୍ତା ୭ ତାରିଖରେ ଶୁଣାଣି କରିବେ ସୁପ୍ରିମକୋର୍ଟ । ଭାରତର ସର୍ବୋଚ୍ଚ ନ୍ୟାୟାଳୟ ବା ସୁପ୍ରିମକୋର୍ଟ ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତି ମାମଲାର ଶୁଣାଣିକୁ ଆସନ୍ତା ସେପ୍ଟେମ୍ବର ୭ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ପୂର୍ବରୁ ଏହି ମାମଲାର ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଥିଲା, ମାତ୍ର ବର୍ତ୍ତମାନ ଏହାକୁ ସ୍ଥଗିତ ରଖାଯାଇ ପରବର୍ତ୍ତୀ ତାରିଖ ଘୋଷଣା କରାଯାଇଛି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଆସନ୍ତା ୭ ତାରିଖରେ ଏହି ମାମଲାର ଶୁଣାଣି କରିବେ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ଆସନ୍ତା ଶୁଣାଣିରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଏବଂ ଏହି ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଆବେଦନଗୁଡ଼ିକ ଉପରେ କୋର୍ଟ ଯୁକ୍ତି ଶୁଣିବେ। ଆସନ୍ତା ମାସଗୁଡ଼ିକରେ ଓଡ଼ିଶା ପୋଲିସର ନେତୃତ୍ୱ କିଏ ନେବ, ତାହା କେବଳ ସୁପ୍ରିମକୋର୍ଟଙ୍କ ଚୂଡ଼ାନ୍ତ ନିଷ୍ପତ୍ତି ପରେ ହିଁ ସ୍ପଷ୍ଟ ହେବ। ରାଜ୍ୟ ସରକାର DGP ପଦ ପାଇଁ ସମ୍ଭାବ୍ୟ ଅଧିକାରୀଙ୍କ ତାଲିକା ପ୍ରସ୍ତୁତ କରିବା ବେଳେ ସୁପ୍ରିମକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ପାଳନ କରିଛନ୍ତି କି ନାହିଁ, ତାହା ଏହି ମାମଲାର ମୁଖ୍ୟ ପ୍ରସଙ୍ଗ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଅର୍ଣ୍ଣବର ତାଣ୍ଡବ; ପବନରେ ମୋଡ଼ି ହୋଇ ପଡ଼ିଲା ଲକ୍ଷ୍ମୀପୂଜା ତୋରଣ

ମାମଲାରେ ଆବେଦନକାରୀଙ୍କ ଅଭିଯୋଗ ହେଉଛି, DGP ଚୟନ ପାଇଁ ଯୋଗ୍ୟ ଅଧିକାରୀଙ୍କ ତାଲିକାରେ ତୁଳନାତ୍ମକ ଭାବେ କନିଷ୍ଠ ଅଧିକାରୀଙ୍କୁ ସାମିଲ କରିବାକୁ ଉଦ୍ୟମ କରାଯାଇଛି ଏବଂ ଏହା ୨୦୦୬ର ପ୍ରକାଶ ସିଂହ ମାମଲାରେ ସୁପ୍ରିମକୋର୍ଟ ଧାର୍ଯ୍ୟ କରିଥିବା DGP ନିଯୁକ୍ତି ନୀତିର ଉଲ୍ଲଂଘନ । ଅନ୍ୟପଟେ ରାଜ୍ୟ ସରକାର ଏହି ଅଭିଯୋଗକୁ ବିରୋଧ କରିଆସୁଛନ୍ତି । ପୂର୍ବ ଶୁଣାଣିରେ ରାଜ୍ୟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ୍ ତୁଷାର ମେହେଟା କୋର୍ଟଙ୍କୁ ଜଣାଇଥିଲେ ଯେ ରାଜ୍ୟ ନିଜର ଜବାବ ଦାଖଲ କରିସାରିଛି ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ, ୪୮ ଘଣ୍ଟାରେ ଅବପାତ ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର