ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

The Sakala Picture
Published On

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି  ସୁରମା ପାଢୀ। ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ । ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢ଼ୀ । ଗତକାଲି ବିଜେପି ପକ୍ଷରୁ ବାଚସ୍ପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ରଣପୁର ବିଧାୟିକା ସୁରମା ପାଢ଼ୀ । ତେବେ ଆଜି ସର୍ବସମ୍ମତି […]

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି  ସୁରମା ପାଢୀ। ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ । ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢ଼ୀ । ଗତକାଲି ବିଜେପି ପକ୍ଷରୁ ବାଚସ୍ପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ରଣପୁର ବିଧାୟିକା ସୁରମା ପାଢ଼ୀ । ତେବେ ଆଜି ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢ଼ୀ ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ସୁରମା ପାଢ଼ୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପମୁଖ୍ଯମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଓ କଂଗ୍ରେସ ବିଧାୟକ ତାରାବାହିନୀ ପତି ଶୁଭେଚ୍ଛା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ସୁରମା। ଏଭଳି ଏକ ଆସନରେ ସେ ଦିନେ ବସିବେ ବୋଲି କେବେ ଭାବିନଥିଲେ। ନିରପକ୍ଷତାର ସହ ଗୃହ ପରିଚାଳନା କରିବି ବୋଲି କହିଛନ୍ତି। ଗୃହର ସୁପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ସୁରମା ପାଢ଼ୀ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର