ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜିଠୁ ଶିଶୁ ମହୋତ୍ସବ ‘ସୁରଭି’: ‘ଆକାଂକ୍ଷୀ ପାଭିଲିୟନ୍‌‌’ରେ ପ୍ରଦର୍ଶିତ ହେବ ବିଦ୍ୟାଳୟ ରୂପାନ୍ତରଣ ଚିତ୍ର

The Sakala Picture
Published On

ଭୁବନେଶ୍ୱର: ‘ସୁରଭି’ କହିବ ବିଦ୍ୟାଳୟ ରୂପାନ୍ତରଣ ଗାଥା। ଆଜି ଠାରୁ ୟୁନିଟ୍‌‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆରମ୍ଭ ହେବାକୁ ଯାଉଥିବା ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ‘୫-ଟି’ ବିଦ୍ୟାଳୟ ରୂପାନ୍ତରଣର ଅନେକ ସଫଳ ଚିତ୍ର ଦେଖିବାକୁ ମିଳିବ। ଏଥିପାଇଁ ଚଳିତ ବର୍ଷ ‘ଆକାଂକ୍ଷୀ ପାଭିଲିୟନ୍‌‌’ ତିଆରି ହୋଇଛି। ଏଠାରେ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ‘୫-ଟି’ ବିଦ୍ୟାଳୟ ରୂପାନ୍ତରଣ ଅଧୀନରେ ଗ୍ରହଣ କରାଯାଇଥିବା ଅଭିନବ ପଦକ୍ଷେପଗୁଡ଼ିକୁ ଦେଖିବାକୁ ପାଇବେ। ଗଣଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ ହେବାକୁ […]

ଭୁବନେଶ୍ୱର: ‘ସୁରଭି’ କହିବ ବିଦ୍ୟାଳୟ ରୂପାନ୍ତରଣ ଗାଥା। ଆଜି ଠାରୁ ୟୁନିଟ୍‌‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆରମ୍ଭ ହେବାକୁ ଯାଉଥିବା ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ‘୫-ଟି’ ବିଦ୍ୟାଳୟ ରୂପାନ୍ତରଣର ଅନେକ ସଫଳ ଚିତ୍ର ଦେଖିବାକୁ ମିଳିବ। ଏଥିପାଇଁ ଚଳିତ ବର୍ଷ ‘ଆକାଂକ୍ଷୀ ପାଭିଲିୟନ୍‌‌’ ତିଆରି ହୋଇଛି। ଏଠାରେ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ‘୫-ଟି’ ବିଦ୍ୟାଳୟ ରୂପାନ୍ତରଣ ଅଧୀନରେ ଗ୍ରହଣ କରାଯାଇଥିବା ଅଭିନବ ପଦକ୍ଷେପଗୁଡ଼ିକୁ ଦେଖିବାକୁ ପାଇବେ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗଣଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ବ୍ଲକ୍‌ ଓ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିବେ। ଉଦ୍‌‌ଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ ଓ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦ୍ୱିତୀୟ ଦିନରେ ଛାତ୍ରଛାତ୍ରୀମାନେ ବିଭିନ୍ନ କୀର୍ତ୍ତିରାଜି ଓ ଶିକ୍ଷଣୀୟ ସ୍ଥାନ ପରିଦର୍ଶନ କରିବେ। ଅପରାହ୍‌ଣରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’ ପରିବେଷଣ କରାଯିବ। ଏଥିରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ପ୍ରମିଳା ମଲ୍ଲିକ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ମାର୍ଣ୍ଡିଙ୍କ ସହ ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶିକ୍ଷା ପରାମର୍ଶଦାତା ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ ଯୋଗଦେବେ। ଉଦ୍‌‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଇରଙ୍ଗପୁରରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

14 Nov 2023 By The Sakala

ଆଜିଠୁ ଶିଶୁ ମହୋତ୍ସବ ‘ସୁରଭି’: ‘ଆକାଂକ୍ଷୀ ପାଭିଲିୟନ୍‌‌’ରେ ପ୍ରଦର୍ଶିତ ହେବ ବିଦ୍ୟାଳୟ ରୂପାନ୍ତରଣ ଚିତ୍ର

ଭୁବନେଶ୍ୱର: ‘ସୁରଭି’ କହିବ ବିଦ୍ୟାଳୟ ରୂପାନ୍ତରଣ ଗାଥା। ଆଜି ଠାରୁ ୟୁନିଟ୍‌‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆରମ୍ଭ ହେବାକୁ ଯାଉଥିବା ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ‘୫-ଟି’ ବିଦ୍ୟାଳୟ ରୂପାନ୍ତରଣର ଅନେକ ସଫଳ ଚିତ୍ର ଦେଖିବାକୁ ମିଳିବ। ଏଥିପାଇଁ ଚଳିତ ବର୍ଷ ‘ଆକାଂକ୍ଷୀ ପାଭିଲିୟନ୍‌‌’ ତିଆରି ହୋଇଛି। ଏଠାରେ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ‘୫-ଟି’ ବିଦ୍ୟାଳୟ ରୂପାନ୍ତରଣ ଅଧୀନରେ ଗ୍ରହଣ କରାଯାଇଥିବା ଅଭିନବ ପଦକ୍ଷେପଗୁଡ଼ିକୁ ଦେଖିବାକୁ ପାଇବେ।

ଗଣଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ବ୍ଲକ୍‌ ଓ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିବେ। ଉଦ୍‌‌ଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ ଓ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦ୍ୱିତୀୟ ଦିନରେ ଛାତ୍ରଛାତ୍ରୀମାନେ ବିଭିନ୍ନ କୀର୍ତ୍ତିରାଜି ଓ ଶିକ୍ଷଣୀୟ ସ୍ଥାନ ପରିଦର୍ଶନ କରିବେ। ଅପରାହ୍‌ଣରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’ ପରିବେଷଣ କରାଯିବ। ଏଥିରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ପ୍ରମିଳା ମଲ୍ଲିକ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ମାର୍ଣ୍ଡିଙ୍କ ସହ ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶିକ୍ଷା ପରାମର୍ଶଦାତା ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ ଯୋଗଦେବେ। ଉଦ୍‌‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର