SCB ମାନସିକ ରୋଗ ବିଭାଗରେ ରୋଗୀଙ୍କ ସନ୍ଦେହଜନକ ମୃତ୍ୟୁ: ସୁରକ୍ଷାକର୍ମୀଙ୍କ ନାଁରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ

Madhusudan Das Picture
Published On

କଟକ: କଟକର ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଜଣେ ମାନସିକ ରୋଗୀଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ମୃତକଙ୍କ ପରିବାର ଲୋକେ ମଙ୍ଗଳାବାଗ ଥାନାରେ ଅଭିଯୋଗ ଦର୍ଜ କରିଛନ୍ତି। ମୃତକ ଜଣକ ହେଲେ ଯାଜପୁର ଜିଲ୍ଲାର ଶ୍ରୀକାନ୍ତ ଦାସ। ଗତ ସେପ୍ଟେମ୍ବର ୨୮ ତାରିଖରେ ତାଙ୍କୁ ଚିକିତ୍ସା ପାଇଁ ଏସ୍‌ସିବିର ମାନସିକ ରୋଗ ବିଭାଗରେ ଭର୍ତ୍ତି କରାଯାଇଥିଲା ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି। ତେବେ ସୋମବାର ରାତିରେ ଉକ୍ତ ବିଭାଗ ଭିତରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବରଗଡ଼ର ପିଇଓଙ୍କୁ ଗିରଫ କଲା ଭିଜିଲାନ୍ସ

ପରିବାର ଲୋକଙ୍କ କହିବା ଅନୁଯାୟୀ, ଶ୍ରୀକାନ୍ତଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଏବଂ ମାଡ଼ ମରାଯାଇଥିବାର ଚିହ୍ନ ରହିଛି। ତେଣୁ ମାନସିକ ରୋଗ ବିଭାଗରେ ମୁତୟନ ଥିବା ସୁରକ୍ଷାକର୍ମୀମାନେ ତାଙ୍କୁ ଆକ୍ରମଣ କରିବା ସହ ନିର୍ମମ ଭାବେ ହତ୍ୟା କରିଛନ୍ତି ବୋଲି ପରିବାର ଲୋକେ ସିଧାସଳଖ ଅଭିଯୋଗ ଆଣିଛନ୍ତି। ଏଥିସହ ସମ୍ପୃକ୍ତ ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ: ଜୟପୁର ସରକାରୀ ଆର୍ଟ ବିଦ୍ୟାଳୟରେ ଅଗ୍ନିକାଣ୍ଡ: କମ୍ପ୍ୟୁଟର ଓ ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ପୋଡ଼ି ନଷ୍ଟ

ପରିବାର ପକ୍ଷରୁ ଦିଆଯାଇଥିବା ଏତଲାକୁ ଭିତ୍ତି କରି ମଙ୍ଗଳାବାଗ ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) ପାଇଁ ପଠାଯାଇଛି ଏବଂ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ଅଧିକାରୀମାନେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପୁରୀରେ ଖଜା ତିଆରି ଗୋଦାମରେ ଚଢ଼ାଉ; ୫ଟି ୟୁନିଟ୍ ସିଲ୍, ୪ କୁଇଣ୍ଟାଲ ଖଜା ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର