ପୁରୀ ରଥଯାତ୍ରା: ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ପହଞ୍ଚିଲା ତାଳଧ୍ୱଜ ଓ ଦର୍ପଦଳନ ରଥ

Madhusudan Das Picture
Published On

ପୁରୀ: ପବିତ୍ର ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ଲାଗିଛି ଭକ୍ତଙ୍କ ଭିଡ଼। ଇତିମଧ୍ୟରେ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ରଥ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ରଥ ଦର୍ପଦଳନ ଯାଇ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି। ଏହି ଦୁଇ ରଥର ଆଗମନ ସହିତ ଶରଧାବାଲିରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ପୁଣି କୋଟିଆରେ ଆନ୍ଧ୍ରର ଦାଦାଗିରି; ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କଲା ଆନ୍ଧ୍ର, ନିଦା ବିଷ୍ଣୁ ସାଜିଛନ୍ତି ଓଡିଶା ସରକାର

ଦୁଇ ରଥ ଶରଧାବାଲିରେ ପହଞ୍ଚିବା ମାତ୍ରେ ସମଗ୍ର ପରିବେଶ ଭକ୍ତିମୟ ହୋଇଉଠିଥିଲା। ଉପସ୍ଥିତ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ‘ଜୟ ଜଗନ୍ନାଥ’, ‘ହରି ବୋଲ’ ଏବଂ ମହିଳାମାନଙ୍କ ହୁଳହୁଳି ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଶରଧାବାଲି। ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବା ସହ ଲକ୍ଷାଧିକ ଭକ୍ତ ନିଜ ଆରାଧ୍ୟ ଦେବତାଙ୍କ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ବଡ଼ଭାଇ ଓ ଭଉଣୀଙ୍କ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଭକ୍ତଙ୍କ ଉତ୍ସାହ ବହୁଗୁଣିତ ହୋଇଛି। ବର୍ତ୍ତମାନ ସମସ୍ତଙ୍କ ନଜର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରହିଛି। ଅଗଣିତ ଭକ୍ତ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିବାକୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି। 

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର