୩୫ ଡିଗ୍ରୀ ଛୁଇଁଲା ୪ ଜିଲ୍ଲାର ପାରଦ, ଆଉ ୨ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

The Sakala Picture
Published On

ଭୁବନେଶ୍ୱର: ମାଘରେ ବାଘଖରା। ଫେବ୍ରୁଆରୀ ଆରମ୍ଭରୁ ଶୀତ ଉଭାନ ହୋଇଥିବା ଯୋଗୁଁ ରାତିରେ ବି ଆଉ ଥଣ୍ଡା ହେଉନାହିଁ। ଏବେଠାରୁ ଟାଣ ଖରା ଆରମ୍ଭ ହୋଇଯାଇଥିବା ବେଳେ ଉଭୟ ଦିନ ଓ ରାତିରେ ଏବେଠାରୁ ଫ୍ୟାନ/ଏସି ଲୋଡ଼ା ପଡ଼ିଲାଣି। ଖରାର ପ୍ରକୋପ ଯୋଗୁଁ ବର୍ତ୍ତମାନ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିବା ସହ ରାତି ତାପମାତ୍ରା ମଧ୍ୟ ୨୦ ଡିଗ୍ରୀ ଉପରେ ରହୁଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨ଦିନ ମଧ୍ୟରେ ରାତି […]

ଭୁବନେଶ୍ୱର: ମାଘରେ ବାଘଖରା। ଫେବ୍ରୁଆରୀ ଆରମ୍ଭରୁ ଶୀତ ଉଭାନ ହୋଇଥିବା ଯୋଗୁଁ ରାତିରେ ବି ଆଉ ଥଣ୍ଡା ହେଉନାହିଁ। ଏବେଠାରୁ ଟାଣ ଖରା ଆରମ୍ଭ ହୋଇଯାଇଥିବା ବେଳେ ଉଭୟ ଦିନ ଓ ରାତିରେ ଏବେଠାରୁ ଫ୍ୟାନ/ଏସି ଲୋଡ଼ା ପଡ଼ିଲାଣି। ଖରାର ପ୍ରକୋପ ଯୋଗୁଁ ବର୍ତ୍ତମାନ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିବା ସହ ରାତି ତାପମାତ୍ରା ମଧ୍ୟ ୨୦ ଡିଗ୍ରୀ ଉପରେ ରହୁଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨ଦିନ ମଧ୍ୟରେ ରାତି ତାପମାତ୍ରାରେ ଆହୁରି ୨ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ଚଳିତ ସପ୍ତାହ ଶେଷ ସୁଦ୍ଧା କିଛି କିଛି ସ୍ଥାନରେ ରାତିର ତାପମାତ୍ରା ପ୍ରାୟ ୨୫ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ରବିବାର ରାଜ୍ୟର ଅଧିକାଂଶ ସ୍ଥାନରେ ଟାଣଖରା ଅନୁଭୂତ ହୋଇଛି। ରାଜ୍ୟର ୪ଟି ସ୍ଥାନରେ ତାପମାତ୍ରା ୩୫ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଭବାନୀପାଟଣା‌ରେ ସର୍ବାଧିକ ୩୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଏହା ତଳକୁ ଟିଟଲାଗଡ଼, ବୌଦ୍ଧ ଓ ପାରଳାଖେମୁଣ୍ଡିରେ ତାପମାତ୍ରା ୩୫ ଡିଗ୍ରୀ ଲେଖାଏଁ ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ତାପମାତ୍ରା ୩୪.୬ ଡିଗ୍ରୀ ରହିଥିବା ବେଳେ କଟକରେ ତାପମାତ୍ରା ୩୩.୨ ଡିଗ୍ରୀ ରେକର୍ଡ କରାଯାଇଛି। ଗୁରୁଚାପବଳୟର ସକ୍ରିୟତା ବୃଦ୍ଧି ପ୍ରଭାବରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବେ ଜଳୀୟବାଷ୍ପପୂର୍ଣ୍ଣ ଉଷ୍ମବାୟୁ ପ୍ରବେଶ କରୁଛି। ଏଥିପାଇଁ ଆଗାମୀ ୨ ଦିନରେ ରାତିର ତାପମାତ୍ରାରେ ଆହୁରି ୨ଡିଗ୍ରୀ ଯାଏ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ୬ରୁ ୭ଦିନ ଯାଏ ଶୀତର କୌଣସି ସମ୍ଭାବନା ନଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ, ରାତି ତାପମାତ୍ରା ଅଧିକ ରହୁଥିଲେ ହେଁ ଭୋର୍‌ ସମୟରେ ପ୍ରବଳ ଘନ କୁହୁଡ଼ି ଅନୁଭୂତ ହେଉଛି। ଘନ କୁହୁଡ଼ି ସମୟରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ସୀମିତ ରହୁଥିବାରୁ ଜାତୀୟ ରାଜପଥରେ ଯାତାୟାତ କରୁଥିବା ଯାନବାହାନଗୁଡ଼ିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ତେଣୁ ଯାତାୟାତ ସମୟରେ ଅଧିକ ସତର୍କତା ଅବଲମ୍ୱନ କରିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।  ସୋମବାର ବିଳମ୍ବିତ ରାତିରୁ ମଙ୍ଗଳବାର ସକାଳ ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଆଦିରେ ଘନ କୁହୁଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପାଣିପାଗ କେନ୍ଦ୍ରର ସୂଚନା ଆଧାରରେ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଏସ୍‌‌ଆରସି ସତର୍କ କରାଇଛନ୍ତି। ରାଜପଥରେ ଯାନବହାନ ଚଳାଚଳ ବେଳେ ଦୁର୍ଘଟଣା ଏଡ଼ାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର