ଆଜିଠୁ ଖସିବ ତାପମାତ୍ରା, ପୁଣି ବଢ଼ିବ ଶୀତର ପ୍ରକୋପ

ଭୁବନେଶ୍ୱର: ଶୁକ୍ରବାର ରାତିରୁ ବଢ଼ିବ ଶୀତର ପ୍ରକୋପ। ରାଜ୍ୟର ବିଭନ୍ନ ସ୍ଥାନରେ ତାପମାତ୍ରାରେ ହ୍ରାସ ଯୋଗୁଁ ଶୀତର ପ୍ରକୋପ ବୃଦ୍ଧି ପାଇବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ବଢ଼଼ିବ। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ୨-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ଅନ୍ୟପଟେ ଶୁକ୍ରବାର ସକାଳ ସୁଦ୍ଧା ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଢେଙ୍କନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, […]

ଭୁବନେଶ୍ୱର: ଶୁକ୍ରବାର ରାତିରୁ ବଢ଼ିବ ଶୀତର ପ୍ରକୋପ। ରାଜ୍ୟର ବିଭନ୍ନ ସ୍ଥାନରେ ତାପମାତ୍ରାରେ ହ୍ରାସ ଯୋଗୁଁ ଶୀତର ପ୍ରକୋପ ବୃଦ୍ଧି ପାଇବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ବଢ଼଼ିବ। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ୨-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ଅନ୍ୟପଟେ ଶୁକ୍ରବାର ସକାଳ ସୁଦ୍ଧା ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଢେଙ୍କନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଓ ନବରଙ୍ଗପୁର ଆଦିରେ ଘନ କୁହୁଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଶୁକ୍ରବାର ପରେ କୁହୁଡ଼ିର ପ୍ରକୋପ କମିବାକୁ ଥିବା ବେଳେ ପରବର୍ତ୍ତୀ ସମୟରେ ଶୀତର ପ୍ରକୋପ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

About The Author: The Sakala