ରାଜ୍ୟରେ ଜାରି ରହିଛି ଶୀତ: ୧୦ ଡିଗ୍ରୀ ତଳେ ୫ ସହରର ତାପମାତ୍ରା, ଫୁଲବାଣୀ ସବୁଠୁ ଥଣ୍ଡା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ , ଭବାନୀପାଟଣା ୯.୯, ସୁନ୍ଦରଗଡ ୧୦.୨ , କେନ୍ଦୁଝରରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ଵରରେ ରାତି ତାପମାତ୍ରା ୧୩.୨ ଥିବାବେଳେ କଟକରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ […]

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ , ଭବାନୀପାଟଣା ୯.୯, ସୁନ୍ଦରଗଡ ୧୦.୨ , କେନ୍ଦୁଝରରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ଵରରେ ରାତି ତାପମାତ୍ରା ୧୩.୨ ଥିବାବେଳେ କଟକରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ।  ଅନ୍ୟପଟେ କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଏବଂ ନୟାଗଡ଼ ଜିଲାକୁ ଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

About The Author: The Sakala