ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

Madhusudan Das Picture
Published On

ଭୁବନେଶ୍ୱର: ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ପରବର୍ତ୍ତୀ ୩ ଦିନରେ ମଧ୍ୟ ତାପମାତ୍ରାରେ ସେପରି ପରିବର୍ତ୍ତନ ହେବନି । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି । ମାର୍ଚ୍ଚ ୧୦ ତାରିଖରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । 

ଆହୁରି ପଢ଼ନ୍ତୁ: ରାଜଧାନୀରୁ ପୁଣି ସିମ୍ ବକ୍ସ ଠାବ, ୨ କେରଳ ଯୁବକ ଅଟକ

ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି ରାୟଗଡ଼ାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୩.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯଥା ମୟୂରଭଞ୍ଜ, ବାଲେଶ୍ୱର, କେଉଁଝର ଓ ଭଦ୍ରକ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏଥିପାଇଁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp