କାଲି ମିଳିବ ୨୪ତମ ପିଏମ୍ କିଷାନ କିସ୍ତି ଟଙ୍କା, ଉପକୃତ ହେବେ ରାଜ୍ୟର ୩୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ଚାଷୀମାନଙ୍କ ପାଇଁ ଖୁସି ଖବର। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନା ଅଧୀନରେ ଓଡ଼ିଶାର ୩୫ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ମୋଟ ୭୦୭.୮୬ କୋଟି ଟଙ୍କା ହସ୍ତାନ୍ତର କରାଯିବ। ଶୁକ୍ରବାର ‘ପିଏମ କିଷାନ ଉତ୍ସବ ଦିବସ’ ଅବସରରେ ଏହି ବୃହତ ପାଣ୍ଠି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାକୁ ପ୍ରେରଣ କରାଯିବ ବୋଲି ସରକାରୀ ସୂତ୍ରରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ବାତ୍ୟା ଆଶଙ୍କା: ଅକ୍ଟୋବର ୨୮ ଓ ୨୯ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

ଏହି ଉପଲକ୍ଷେ ଭୁବନେଶ୍ୱରସ୍ଥିତ ଓୟୁଏଟି (OUAT) କୃଷି ଶିକ୍ଷା ସଦନ ପରିସରରେ ଶୁକ୍ରବାର ପୂର୍ବାହ୍ନ ୯ଟାରେ ଏକ ରାଜ୍ୟସ୍ତରୀୟ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିବେ। ଏହି ଯୋଜନା ଅଧୀନରେ ରାଜ୍ୟର ସମୁଦାୟ ୩୫,୩୯,୨୯୭ ଜଣ ପଞ୍ଜୀକୃତ ଚାଷୀଙ୍କୁ ୭୦୭,୮୫,୯୪,୦୦୦ ଟଙ୍କା ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ପ୍ରସଙ୍ଗ: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

ଜାତୀୟ ସ୍ତରରେ ଏହି କାର୍ଯ୍ୟକ୍ରମ ଗୁଜରାଟର ବନସକାଣ୍ଠା ଜିଲ୍ଲାରେ ଆୟୋଜନ କରାଯାଇଛି। ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମଗ୍ର ଦେଶର ଯୋଗ୍ୟ ଚାଷୀମାନଙ୍କ ପାଇଁ ଏହି କିସ୍ତି ଅର୍ଥ ରାଶି ଜାରି କରିବେ। କେନ୍ଦ୍ର ସରକାରଙ୍କ ଏହି ଯୋଜନା ମାଧ୍ୟମରେ ସହାୟତା ରାଶି ପାଇ ଚାଷୀମାନେ ନିଜ କୃଷି କାର୍ଯ୍ୟ ପାଇଁ ଆବଶ୍ୟକ ଖର୍ଚ୍ଚ ସହଜରେ ତୁଲାଇ ପାରିବେ।

ଆହୁରି ପଢ଼ନ୍ତୁ: ଆନ୍ଧ୍ର ଉପକୂଳରେ ବାତ୍ୟା 'ଅର୍ଣ୍ଣବ'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ: ଦୁର୍ବଳ ହୋଇ ଆଜି ରାତିରେ ମାଲକାନଗିରି ଦେଇ ଛତିଶଗଡ଼ ମୁହାଁ ହେବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର