ଆସନ୍ତା ୨୫ରୁ ବନ୍ଦ ହେବ ଭୁବନେଶ୍ବରର ଏମ୍ସ ଓପିଡ଼ି

The Sakala Picture
Published On

ଭୁବନେଶ୍ୱର: ବର୍ଦ୍ଧିତ କରୋନା ସଂକ୍ରମଣ ମାମଲାକୁ ଦେଖି ଭୁବନେଶ୍ୱର ଏମ୍ସ ବର୍ହି ବିଭାଗ (OPD) ବନ୍ଦ ପାଇଁ ନିଷ୍ପତ୍ତି ନେଇଛି । ଆସନ୍ତା ୨୫ ତାରିଖରୁ ଏମ୍ସ ବର୍ହି ବିଭାଗ ସାମିୟକ ଭାବେ ବନ୍ଦ ରହିବ।ଏମ୍ସର ଏକାଧିକ କର୍ମଚାରୀ କୋଭିଡ୍ ସଂକ୍ରମିତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ଏହି ସମୟରେ ଡେ କେୟାର ସର୍ଭିସ୍, ରେଡିଓଥେରାପି, ଡାଏଲେସିସ୍, ଟ୍ରମା ଆଣ୍ଡ ଏମରଜେନ୍ସି,, ଏମରଜେନ୍ସି ଆଣ୍ଡ ଲାଇଫ୍-ସେଭିଂ ସର୍ଜରୀ, ଟେଲିମେଡିସିନ୍ ଆଣ୍ଡ ଟେଲିକନସଲଟେସନ୍, ଆଇପିଡି […]

ଭୁବନେଶ୍ୱର: ବର୍ଦ୍ଧିତ କରୋନା ସଂକ୍ରମଣ ମାମଲାକୁ ଦେଖି ଭୁବନେଶ୍ୱର ଏମ୍ସ ବର୍ହି ବିଭାଗ (OPD) ବନ୍ଦ ପାଇଁ ନିଷ୍ପତ୍ତି ନେଇଛି । ଆସନ୍ତା ୨୫ ତାରିଖରୁ ଏମ୍ସ ବର୍ହି ବିଭାଗ ସାମିୟକ ଭାବେ ବନ୍ଦ ରହିବ।ଏମ୍ସର ଏକାଧିକ କର୍ମଚାରୀ କୋଭିଡ୍ ସଂକ୍ରମିତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଏହି ସମୟରେ ଡେ କେୟାର ସର୍ଭିସ୍, ରେଡିଓଥେରାପି, ଡାଏଲେସିସ୍, ଟ୍ରମା ଆଣ୍ଡ ଏମରଜେନ୍ସି,, ଏମରଜେନ୍ସି ଆଣ୍ଡ ଲାଇଫ୍-ସେଭିଂ ସର୍ଜରୀ, ଟେଲିମେଡିସିନ୍ ଆଣ୍ଡ ଟେଲିକନସଲଟେସନ୍, ଆଇପିଡି ସେବା, ପଲମୋନାରୀ, ଆନେସ୍ଥେସିଓଲୋଜି ସେବା ଜାରି ରହିବ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ଏଥିସହ ବୁଧବାର ଓ ଶୁକ୍ରବାର ବୟସ୍କଙ୍କୁ ଟିକାକରଣ ଏବଂ ଗୁରୁବାର ୟେଲୋ ଫିଭର (ପୀତ ଜ୍ୱର) କ୍ଲିନିକ୍ ଖୋଲା ରହିବ । ଏପ୍ରିଲ୍ ୨୫ ପୂର୍ବରୁ ଅନଲାଇନରେ ଟିକେଟ୍ କରିଥିବା ବ୍ୟକ୍ତି ମେସେଜ୍ ଦେଖାଇ ଚିକିତ୍ସା କରାଇ ପାରିବେ । ବର୍ହି ବିଭାଗ ବନ୍ଦର ପରେ ଟେଲି ମେଡିସିନ୍ ସେବା ସକାଳ ୯ରୁ ସନ୍ଧ୍ୟା ୫ଟା ଯାଏ ସୋମବାରରୁ ଶୁକ୍ରବାର ଏବଂ ଶନିବାର ଦିନ ସକାଳ ୯ରୁ ଦିନ ଗୋଟାଏ ଯାଏ ମିଳିବ । ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ପୂର୍ବ ଭଳି ଜାରି ରହିବ ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର