ଚଳିତ ବିଧାନସଭାରେ ରହିବ ପ୍ରଶ୍ନକାଳ, ତାରକା ପ୍ରଶ୍ନ ପଚାରିପାରିବେ ବିଧାୟକ

The Sakala Picture
Published On

ଭୁବନେଶ୍ବର :  ଆସନ୍ତାକାଲି ଠାରୁ ବସିବାକୁ ଯାଉଛି ବଜେଟ ଅଧିବେଶନ। ଏହା ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ। ବିଧାନସଭାର କନଫରେନ୍ସ ହଲରେ ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଚାଲିଥିଲା ବୈଠକ। ତେବେ ବୈଠକରେ ବିଭିନ୍ନ ଦିକଗୁ ନେଇ ଆଲୋଚନା ହୋଇଛି। ଚଳିତ ଥର ରହିବ ପ୍ରଶ୍ନକାଳ ଓ ତାରକା ପ୍ରଶ୍ନ ପଚାରିବେ ବିଧାୟକ। ମୁଲତବୀ ପ୍ରସ୍ତାବ ଆଲୋଚନା ଦେଢ଼ ଘଣ୍ଟା ଚାଲିବା ପାଇଁ ଏହି ବୈଠକରେ ନିଷ୍ପତ୍ତି ହୋଇଛି। ଯଦି ଦେଖିବା କାର୍ଯ୍ୟକାଳର ସମୟ ଉପରେ […]

ଭୁବନେଶ୍ବର :  ଆସନ୍ତାକାଲି ଠାରୁ ବସିବାକୁ ଯାଉଛି ବଜେଟ ଅଧିବେଶନ। ଏହା ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ। ବିଧାନସଭାର କନଫରେନ୍ସ ହଲରେ ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଚାଲିଥିଲା ବୈଠକ। ତେବେ ବୈଠକରେ ବିଭିନ୍ନ ଦିକଗୁ ନେଇ ଆଲୋଚନା ହୋଇଛି। ଚଳିତ ଥର ରହିବ ପ୍ରଶ୍ନକାଳ ଓ ତାରକା ପ୍ରଶ୍ନ ପଚାରିବେ ବିଧାୟକ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ମୁଲତବୀ ପ୍ରସ୍ତାବ ଆଲୋଚନା ଦେଢ଼ ଘଣ୍ଟା ଚାଲିବା ପାଇଁ ଏହି ବୈଠକରେ ନିଷ୍ପତ୍ତି ହୋଇଛି। ଯଦି ଦେଖିବା କାର୍ଯ୍ୟକାଳର ସମୟ ଉପରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ପୂର୍ବ ପରି ଗୃହ କାର୍ଯ୍ୟ ଦୈନିକ ସାଢେ ୪ଘଣ୍ଟା ଚାଲିବ ବୋଲି ନିଷ୍ପତ୍ତି ହୋଇଛି। ପ୍ରଥମ ପର୍ଯ୍ୟାୟ ୧୦ଟା ୩୦ରୁ ଅପରାହ୍ଣ ୧ ଟା ପର୍ଯ୍ୟନ୍ତ ଚାଲିବ । ଏବଂ ଦ୍ୱିତୀୟ ପର୍ଯ୍ୟାୟ ଅପରାହ୍ନ ୪ଟାରୁ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ଦ୍ୱିତୀୟ ପର୍ଯ୍ୟାୟ ୩ ଟାରୁ ସନ୍ଧ୍ୟା ୫ ଟା ଯାଏଁ ଥିଲା। କିନ୍ତୁ ଯେଉଁଦିନ ସେସନରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବ ସେଦିନ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ଚାଲିବ। ଏଥି ସହିତ ବିଧାନସଭାର ସମସ୍ତ ତଥ୍ୟ ନେଭା ଆପ୍‌ ଜରିଆରେ ମିଳିପାରିବ ବୋଲି ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ବୈଠକରେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିକ୍ରମ ଆରୁଖ, ପ୍ରଣବ ପ୍ରକାଶ ଦାସ ଯୋଗଦେଇଥିଲେ। ଗୃହକାର୍ଯ୍ୟ ସୁପରିଚାଳନା ନେଇ ବିସ୍ତାର ଆଲୋଚନା ହୋଇଥିଲା। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ।

ଆହୁରି ପଢ଼ନ୍ତୁ: ଅଗ୍ନିଶମ କେନ୍ଦ୍ରରେ ହାଇଡ୍ରାମା: ବରିଷ୍ଠ ଅଧିକାରୀଙ୍କ ନିର୍ଯାତନା ଅଭିଯୋଗ କରି ଛାତ ଉପରକୁ ଚଢ଼ିଲେ କର୍ମଚାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର