କ୍ରୀଡ଼ା କ୍ଷେତ୍ରରେ କ୍ଯାବିନେଟରେ ବଡ଼ ନିଷ୍ପତ୍ତି: ୮୯ଟି ବହୁମୁଖୀ କ୍ରୀଡ଼ା ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ, ୧୮ ମାସ ମଧ୍ୟରେ ସରିବ ନିର୍ମାଣ କାର୍ଯ୍ଯ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ଯୟ ଆଶ୍ରୟସ୍ଥଳୀ ଏବଂ ଚିକିତ୍ସାଳୟ ଉପଯୋଗୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ ମିଳିଛି । ‘ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ’ ଯୋଜନାରେ ୮୯ ଗୋଟି ‘ବହୁମୂଖୀ ଇନଡୋର ଷ୍ଟାଡିୟମ’ ନିର୍ମାଣ ନିମନ୍ତେ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିପାଇଁ ୬୯୩.୩୫ କୋଟି ବ୍ୟୟ ବରାଦ କରାଯାଇଛି । ଏହା ୧୮ ମାସ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ଯୟ ଆଶ୍ରୟସ୍ଥଳୀ ଏବଂ ଚିକିତ୍ସାଳୟ ଉପଯୋଗୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ ମିଳିଛି ।

ଆହୁରି ପଢ଼ନ୍ତୁ: ପାରାଦୀପ ଉପକୂଳରୁ ଚୀନ୍ ଯାଉଥିବା ପାନାମା ଜାହାଜ 'ଏମ୍‌ଭି ଓସେନ୍ ୱିନର' ବୁଡ଼ିଲା: ୨ ଜଣ ଉଦ୍ଧାର, ୨୨ ନିଖୋଜ

‘ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ’ ଯୋଜନାରେ ୮୯ ଗୋଟି ‘ବହୁମୂଖୀ ଇନଡୋର ଷ୍ଟାଡିୟମ’ ନିର୍ମାଣ ନିମନ୍ତେ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିପାଇଁ ୬୯୩.୩୫ କୋଟି ବ୍ୟୟ ବରାଦ କରାଯାଇଛି । ଏହା ୧୮ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରାଯିବ । ରାଜ୍ୟରେ କ୍ରୀଡ଼ା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଠ ପଦକ୍ଷେପ । ରାଜ୍ୟ ସରକାର ଓଡ଼ିଶାରେ କ୍ରୀଡ଼ାର ବିକାଶ ନିମନ୍ତେ ନିରନ୍ତର ଧ୍ୟାନ କେନ୍ଦ୍ରୀତ କରିଆସୁଛନ୍ତି । ଗତ କିଛି ବର୍ଷ ମଧ୍ୟରେ ଆମ ରାଜ୍ୟ କ୍ରୀଡ଼ାର ବିକାଶ ଏବଂ କ୍ରୀଡ଼ା ଆୟୋଜନର ଏକ ପ୍ରମୁଖ ସ୍ଥାନର ମାନ୍ୟତା ପାଇଅଛି। ୫ଟି କାର୍ୟ୍ୟସୂତ୍ରୀ ଅନୁଯାୟୀ ରାଜ୍ୟରେ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣକୁ ସୁନିଶ୍ଚିତ କରିବା ପାଇଁ ଏହି ପ୍ରକଳ୍ପ ପରିକଳ୍ପନା କରାଯାଇଅଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜନ ପ୍ରତିନିଧି ଓ କ୍ରୀଡ଼ାବିତ ମାନଙ୍କୁ ନେଇ ହୋଇଥିବା ପରାମର୍ଶ ଆଧାରରେ ଏହି କ୍ରୀଡ଼ା ଭିତ୍ତିଭୂମିର ଆବଶ୍ୟକୀୟ ନକ୍ସା ପ୍ରସ୍ତୁତ ହୋଇଛି । ‘ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ’ ଉନ୍ନତମାନର କ୍ରୀଡ଼ା ଭିତ୍ତିଭୂମି ବିକାଶ ନିମନ୍ତେ ଉଦ୍ଦିଷ୍ଠ । ଏହି ପ୍ରକଳ୍ପ ଅଧୀନରେ ୮୯ ଗୋଟି ‘ବହୁମୂଖୀ ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ’ କରିବା ନିମନ୍ତେ ଯୋଜନା କରାଯାଇଅଛି, ଯେଉଁଠି ବର୍ତ୍ତମାନ ଉନ୍ନତ ଭିତ୍ତିଭୂମି ଉପଲବ୍ଧ ନାହିଁ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ୟୁପି ପୋଲିସର ଛାପା; ଦୋନମ୍ବରି କାମରେ ଲିପ୍ତ ଥିବା ଗାଡି ମାଲିକଙ୍କୁ ଖୋଜିବା ପାଇଁ ଧଉଳି ଅଞ୍ଚଳରେ ଚଢ଼ାଉ

ଏହି ଇନଡୋର ଷ୍ଟାଡିୟମଗୁଡ଼ିକ ବହୁମୂଖୀ ଉପଯୋଗ ନିମନ୍ତେ ବ୍ୟବହୃତ ହେବ । ବ୍ୟାଡମିଣ୍ଟନ, ଟେବୁଲ ଟେନିସ୍, ଭାରୋତ୍ତଳନ ଆଦି କ୍ରୀଡ଼ା ସହ ଯୋଗ ଓ ବ୍ୟାୟାମଶାଳାର ବ୍ୟବସ୍ଥା ମଧ୍ୟ ଉକ୍ତ ଷ୍ଟାଡିୟମରେ ରହିବ । ଏହି ଆନ୍ତଃଗୃହ ଗୁଡ଼ିକ ଉକ୍ତ ଅଞ୍ଚଳର ଅନ୍ୟାନ୍ୟ ଲୋକପ୍ରିୟ ଇନଡୋର ଖେଳ ନିମନ୍ତେ ମଧ୍ୟ ବ୍ୟବହୃତ କରାଯାଇ ପାରିବ । ଇନଡୋର ଷ୍ଟାଡିୟମ ଗୁଡ଼ିକ ଘଣ୍ଟାପ୍ରତି ୨୦୦ କି.ମି. ପବନର ବେଗକୁ ସହ୍ୟ କରିପାରୁଥିବା ଭଳି ନିର୍ମାଣ କରାଯିବ ଯଦ୍ୱାରା ପ୍ରାକୃତିକ ବିପର୍ୟ୍ୟୟ ମହାବାତ୍ୟା ଏବଂ ବନ୍ୟା ଆଦି ସମୟରେ ଏଗୁଡ଼ିକ ଆଶ୍ରୟ କେନ୍ଦ୍ର ରୂପେ ବ୍ୟବହୃତ ହୋଇପାରିବ ।

ଆହୁରି ପଢ଼ନ୍ତୁ: ଶରଣକୁଳ ଥାନା ପୂର୍ବତନ IIC ସୁଜିତ ଦାସଙ୍କ ନାଁରେ NBW ଜାରି, ଦୀର୍ଘ ଦିନ ହେଲା ଫେରାର ଅଛନ୍ତି

ମହାମାରୀ ସମୟରେ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଷ୍ଟାଡିୟମ ଗୁଡ଼ିକ ୫୦ ଗୋଟି ଶଯ୍ୟା ବିଶିଷ୍ଟ ଏବଂ ପୌରାଞ୍ଚଳରେ ୧୦୦ ଗୋଟି ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ରୂପେ ବ୍ୟବହାର କରାଯାଇ ପାରିବ । ଏହା ବାଦ୍ ତାଲିମ୍ ପ୍ରଦାନ, ସଭା ପରିଚାଳନା, ପରୀକ୍ଷା କେନ୍ଦ୍ର ଇତ୍ୟାଦି କାର୍ୟ୍ୟ ପାଇଁ ମଧ୍ୟ ଉକ୍ତ ଷ୍ଟାଡିୟମ ଅତ୍ୟନ୍ତ ଉପଯୋଗୀ ହୋଇପାରିବ । ଏହି ପ୍ରକଳ୍ପ ଦ୍ୱାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଆହୁରି ଦୃଢ଼ୀଭୁତ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର