କମିଶନରେଟ୍‌ ଅଞ୍ଚଳରେ ୩ଟି ନୂଆ ଥାନାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ଅପରାଧ ନିୟନ୍ତ୍ରଣ ପାଇଁ ଖେଲିବ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା 

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର-କଟକ କମିଶନରେଟ୍‌ ପୁଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ନିମନ୍ତେ ଏହି ଦୁଇ ସହରାଞ୍ଚଳ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିନିମନ୍ତେ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏହି ଶାଖା ସଂଗଠିତ ଅପରାଧ, ଅର୍ଥନୈତିକ ଅପରାଧ ତଥା ନିଶାଦ୍ରବ୍ୟ ସଂପର୍କିତ ବିଭିନ୍ନ ଅପରାଧ ସଂପର୍କରେ ଅନୁସଂଧାନ କରି ପଦକ୍ଷେପ ନେବେ। ଜଣେ ଡିସିପିଙ୍କ ଅଧୀନରେ ଏହି ସ୍ବତନ୍ତ୍ର ଶାଖା କାର୍ଯ୍ୟ କରିବ। ଏଥିରେ ଜଣେ […]

ଭୁବନେଶ୍ବର: ଭୁବନେଶ୍ବର-କଟକ କମିଶନରେଟ୍‌ ପୁଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ନିମନ୍ତେ ଏହି ଦୁଇ ସହରାଞ୍ଚଳ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିନିମନ୍ତେ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏହି ଶାଖା ସଂଗଠିତ ଅପରାଧ, ଅର୍ଥନୈତିକ ଅପରାଧ ତଥା ନିଶାଦ୍ରବ୍ୟ ସଂପର୍କିତ ବିଭିନ୍ନ ଅପରାଧ ସଂପର୍କରେ ଅନୁସଂଧାନ କରି ପଦକ୍ଷେପ ନେବେ। ଜଣେ ଡିସିପିଙ୍କ ଅଧୀନରେ ଏହି ସ୍ବତନ୍ତ୍ର ଶାଖା କାର୍ଯ୍ୟ କରିବ। ଏଥିରେ ଜଣେ ଅତିରିକ୍ତ ଡିସିପି, ୩ ଜଣ ଏସିପି, ୯ଜଣ ଇନ୍‌ସପେକ୍ଟର, ୧୨ଜଣ ସବ୍‌ଇନିସ୍‌ପେକ୍ଟର, ୩ ଜଣ ଏଏସ୍‌ଆଇ (ଯୋଗାଯୋଗ), ୩ ଜଣ କନେଷ୍ଟବଳ (ଯୋଗାଯୋଗ) ଓ ୨୭ ଜଣ କନେଷ୍ଟବଳ, ଏହିପରି ୫୯ ଜଣ କର୍ମଚାରୀଙ୍କୁ ନେଇ ଏହି ଶାଖା କାର୍ଯ୍ୟ କରିବ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସେହିପରି କମିଶନରେଟ୍‌ ପୁଲିସ ଅଞ୍ଚଳରେ ବର୍ଦ୍ଧିତ ଜନସଂଖ୍ୟା ଦୃଷ୍ଟିରୁ ଲୋକଙ୍କୁ ଉତ୍ତମ ପୁଲିସ ସେବା ଯୋଗାଇ ଦେବା ପାଇଁ ଏହି ଅଞ୍ଚଳରେ ୩ ଗୋଟି ନୂତନ ଥାନାକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ସେହି ନୂଆ ଥାନା ଗୁଡିକ ହେଲା – ପାହାଳ, ଇନ୍‌ଫୋଭାଲି ଓ ବୟାଳିଶମୌଜା/ବେଣ୍ଟକାର। ବାଲିଅନ୍ତା ଥାନା ଅଧୀନରେ କାମ କରୁଥିବା ପାହାଳ ଫାଣ୍ଡି, ଜଟଣୀ ଥାନା ଅଧୀନରେ କାମ କରୁଥିବା ଇନ୍‌ଫୋଭାଲି ଫାଣ୍ଡି ଓ କଟକ ସଦର ଥାନା ଅଧୀନରେ କାମ କରୁଥିବା ବେଣ୍ଟକାର ଫାଣ୍ଡିକୁ ଉନ୍ନୀତ କରାଯାଇ ଏହି ୩ଟି ନୂତନ ଥାନା ସୃଷ୍ଟି କରାଯାଇଛି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର