ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍‌ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି। ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ […]

ଭୁବନେଶ୍ୱର: ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍‌ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି। ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି। ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି। ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି। ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି। ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ଦୁଇ ଦିନ ଧରି ମୟୁରଭଂଜ ଗସ୍ତରେ ଯାଇଥିବା ବେଳେ ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ ଏବଂ ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ। ତାଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସେ ସାନ୍ତାଳି ଭାଇଭଉଣୀଙ୍କ ସହ ଆଲୋଚନା ବେଳେ ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ। ତଦ୍‌ନୁଯାୟୀ ସେଥିପାଇଁ ଏକ ବିସ୍ତୁତ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି। ତଦନୁଯାୟୀ ଦାଣ୍ଡବୋସ-କାପିବୁରୁ ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କର ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନକେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏତଦ୍‌ବ୍ୟତୀତ କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ଥିବାବେଳେ, ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ସେଠାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Dormitory ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏତଦ୍‌ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର କରାଯାଇଛି। ୫-ଟି ଉପକ୍ରମରେ ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସଂପାଦନ କରାଯିବ। ଖୁବଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

04 May 2023 By The Sakala

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍‌ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି। ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି। ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି।

ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି। ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି। ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି। ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ଦୁଇ ଦିନ ଧରି ମୟୁରଭଂଜ ଗସ୍ତରେ ଯାଇଥିବା ବେଳେ ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ ଏବଂ ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ। ତାଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସେ ସାନ୍ତାଳି ଭାଇଭଉଣୀଙ୍କ ସହ ଆଲୋଚନା ବେଳେ ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ। ତଦ୍‌ନୁଯାୟୀ ସେଥିପାଇଁ ଏକ ବିସ୍ତୁତ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଥିଲେ।

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି। ତଦନୁଯାୟୀ ଦାଣ୍ଡବୋସ-କାପିବୁରୁ ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କର ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନକେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏତଦ୍‌ବ୍ୟତୀତ କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ଥିବାବେଳେ, ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ସେଠାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Dormitory ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏତଦ୍‌ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର କରାଯାଇଛି। ୫-ଟି ଉପକ୍ରମରେ ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସଂପାଦନ କରାଯିବ। ଖୁବଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର