ଆସନ୍ତାକାଲି କଟକ ଓ ଖୋର୍ଦ୍ଧାରେ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଏସକେଓ୍ବାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସକାଳ ୧୦ଟା ୪୫ରେ କଟକ ଯାଇ ସ୍ବାସ୍ଥ୍ୟ ଓ ବିକାଶର ନୂଆ କାହାଣୀ ଲେଖିବେ ମୁଖ୍ୟମନ୍ତ୍ରୀ। ଉପର ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ଯକ୍ରମରେ ଯୋଗଦେଇ ଈଝକଣ ସ୍ମାର୍ଟକାର୍ଡ ବଣ୍ଟନ କରିବେ ନବୀନ । ଏହା ସହିତ କଟକ ଜିଲ୍ଲାବାସୀଙ୍କ ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ। ପରେ ୧୧ଟା ୪୦ରେ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆସ୍ଥିତ […]

ଭୁବନେଶ୍ବର: ଆସନ୍ତାକାଲି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଏସକେଓ୍ବାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସକାଳ ୧୦ଟା ୪୫ରେ କଟକ ଯାଇ ସ୍ବାସ୍ଥ୍ୟ ଓ ବିକାଶର ନୂଆ କାହାଣୀ ଲେଖିବେ ମୁଖ୍ୟମନ୍ତ୍ରୀ। ଉପର ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ଯକ୍ରମରେ ଯୋଗଦେଇ ଈଝକଣ ସ୍ମାର୍ଟକାର୍ଡ ବଣ୍ଟନ କରିବେ ନବୀନ । ଏହା ସହିତ କଟକ ଜିଲ୍ଲାବାସୀଙ୍କ ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ପରେ ୧୧ଟା ୪୦ରେ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ବିଏସକେଓ୍ବାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ ସହିତ ବିଭିନ୍ନ ଜନହିତକର କାର୍ଯ୍ଯର ଶୁଭାରମ୍ଭ ଓ ଶିଳାନ୍ୟାସ କରିବେ ନବୀନ ପଟ୍ଟନାୟକ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ କଟକରେ ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର