ଓମ୍‌ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା: ଗୋଖାଦ୍ୟ ଖର୍ଚ୍ଚ ବାବଦକୁ ମିଳିବ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା

The Sakala Picture
Published On

ଭୁବନେଶ୍ବର:  ଓମ୍‌ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଓଡିଶା ସମେତ […]

ଭୁବନେଶ୍ବର:  ଓମ୍‌ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ ଉପକୃତ ହେବେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଛୋଟ ଧରଣର ପ୍ରଶାସନିକ ଅଦଳବଦଳ କଲେ ସରକାର; ୪ ଓଏଏସ୍ ଅଫିସରଙ୍କ ବଦଳି

ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା: IMD

ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍‌ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ଏବଂ ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନଜୀବିକାରେ ବିଶେଷ ସହାୟକ ହୋଇଥାଏ । କୋଭିଡ ମହାମାରୀ ପରିପ୍ରେକ୍ଷୀରି ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ; ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ କ୍ୟାମ୍ପସରେ ଉତ୍ତେଜନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର