ଆମ ଓଡିଶାର ପିଲାମାନେ କାହା ଠାରୁ କମ୍ ନୁହନ୍ତି, ସୁଯୋଗ ଦେଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର : ରୂପାନ୍ତରିତ ହେଉଛି ସରକାରୀ ସ୍କୁଲ। ଆଜି ଦ୍ୱିତୀୟ ପର୍ଯ୍ୟାୟରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଓ ଶେରଗଡ ବ୍ଲକରେ ଆଉ ୧୦ଟି ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବୋଧନ […]

ଭୁବନେଶ୍ୱର : ରୂପାନ୍ତରିତ ହେଉଛି ସରକାରୀ ସ୍କୁଲ। ଆଜି ଦ୍ୱିତୀୟ ପର୍ଯ୍ୟାୟରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଓ ଶେରଗଡ ବ୍ଲକରେ ଆଉ ୧୦ଟି ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଯେ ଆମ ଓଡିଶାର ପିଲାମାନେ ପ୍ରତିଭାରେ କାହା ଠାରୁ କମ୍ ନୁହନ୍ତି । ସେମାନଙ୍କ ପାଖରେ ଭରପୁର ସମ୍ଭାବନା ରହିଛି । ସୁଯୋଗ ପାଇଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ ।

ଆହୁରି ପଢ଼ନ୍ତୁ: ପୋଲିସ SI ନିଯୁକ୍ତି କେଳେଙ୍କାରୀ: ଭୁବନେଶ୍ବର ଖଣ୍ଡଗିରି ସ୍ଥିତ ଟେକ୍ନୋ ସ୍କୁଲ୍‌ କ୍ୟାମ୍ପସ୍‌ରେ CBI ରେଡ୍‌

ଆହୁରି ପଢ଼ନ୍ତୁ: ଫେସବୁକରେ ଲାଇଭ କରି ହଷ୍ଟେଲରେ ଝୁଲି ପଡିଲେ ଯୁବତୀ, କାରଣ ଅସ୍ପଷ୍ଟ

ଆହୁରି ପଢ଼ନ୍ତୁ: ମହିଳାଙ୍କୁ ରାଜନୈତିକ ସଂରକ୍ଷଣ: ବିଜୁଙ୍କ ସ୍ୱପ୍ନ, ନବୀନଙ୍କ ପ୍ରୟାସ; ମହିଳା ସଶକ୍ତୀକରଣ ଅଭିଯାନକୁ ଆନ୍ଦୋଳନରେ ପରିଣତ କରିଥିଲେ ନବୀନ

ଏହି ପ୍ରସଙ୍ଗରେ ହକି ଖେଳର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ହକି ଖେଳରେ ଆମର ପ୍ରଚୁର ସମ୍ଭାବନା ଥିଲା। ଯେତେବେଳେ ସେମାନଙ୍କୁ ପ୍ରୋତ୍ସାହନ ମିଳିଲା, ସେମାନେ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକରେ ମେଡାଲ ଜିତି ଆମ ପାଇଁ ଗୌରବ ଆଣିଲେ। ଓଡିଶା ସରକାର ହକିକୁ ପ୍ରୋତ୍ସାହନ କରୁଛି। ଓଡିଶାର ଦୁଇ ଜଣ ଖେଳାଳୀ ଦେଶପାଇଁ ଖେଳି ଆମର ମର୍ଯ୍ୟାଦା ବଢାଇଛନ୍ତି।

ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ୫-ଟି କାର୍ଯ୍ୟକ୍ରମ ଏହି ରୂପାନ୍ତରୀକରଣରେ କିପରି ପ୍ରମୁଖ ଭୂମିକା ନେଇଛି ସେ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫ଟିର ପ୍ରତ୍ୟେକ ନୀତିର ପ୍ରୟୋଗ ବିଦ୍ୟାଳୟ ରୂପାନ୍ତରଣ କୁ ସଫଳ କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ଆଗ୍ରହ ସୃଷ୍ଟି କରିଛି । ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରୁ ଆରମ୍ଭ ହୋଇଥିବା ସ୍କୁଲ ମାନଙ୍କର ଏ ରୂପାନ୍ତରଣ ଓଡ଼ିଶାର ଶିକ୍ଷା ଇତିହାସ ରେ ଏକ ଗୌରବମୟ ଅଧ୍ୟାୟ ଯୋଡ଼ି ପାରିଛି ।

ଏଥି ସହିତ ହିଞ୍ଜିଳିକାଟୁ ଓ ଶେରଗଡ ବ୍ଲକକୁ ପରିଦର୍ଶନରେ ଯାଇଥିବା ରାଜ୍ୟର ମନ୍ତ୍ରୀ ଓ ବିଧାୟକମାନେ ସେମାନଙ୍କ ଅଞ୍ଚଳରେ ଏହି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ କିପରି ଭଲ ଭାବରେ କାର୍ଯ୍ୟକାରୀ ହେବ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ ସ୍ଥାନୀୟ ଜନସାଧାରଣଙ୍କୁ ସାମିଲ କରି ଗଞ୍ଜାମରେ ଯେପରି ସଫଳତା ମିଳିଛି, ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ସେହିପରି ଲୋକଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ୟ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟ ,ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ । କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ୫ଟିସଚିବ  ଭି କେ ପାଣ୍ଡିଆନ୍ । ଗଞ୍ଜାମ ଜିଲ୍ଳାପାଳ ସ୍ଵାଗତ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଗଞ୍ଜାମ ର ଛାତ୍ରଛାତ୍ରୀ ଅଭିଭାବକ ଓ ସାଧାରଣ ଲୋକଙ୍କ ମନରେ ବିପୁଳ ଉତ୍ସାହ ସୃଷ୍ଟି କରିଛି ।

23 Aug 2021 By The Sakala

ଆମ ଓଡିଶାର ପିଲାମାନେ କାହା ଠାରୁ କମ୍ ନୁହନ୍ତି, ସୁଯୋଗ ଦେଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୂପାନ୍ତରିତ ହେଉଛି ସରକାରୀ ସ୍କୁଲ। ଆଜି ଦ୍ୱିତୀୟ ପର୍ଯ୍ୟାୟରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଓ ଶେରଗଡ ବ୍ଲକରେ ଆଉ ୧୦ଟି ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଯେ ଆମ ଓଡିଶାର ପିଲାମାନେ ପ୍ରତିଭାରେ କାହା ଠାରୁ କମ୍ ନୁହନ୍ତି । ସେମାନଙ୍କ ପାଖରେ ଭରପୁର ସମ୍ଭାବନା ରହିଛି । ସୁଯୋଗ ପାଇଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ ।

ଏହି ପ୍ରସଙ୍ଗରେ ହକି ଖେଳର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ହକି ଖେଳରେ ଆମର ପ୍ରଚୁର ସମ୍ଭାବନା ଥିଲା। ଯେତେବେଳେ ସେମାନଙ୍କୁ ପ୍ରୋତ୍ସାହନ ମିଳିଲା, ସେମାନେ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକରେ ମେଡାଲ ଜିତି ଆମ ପାଇଁ ଗୌରବ ଆଣିଲେ। ଓଡିଶା ସରକାର ହକିକୁ ପ୍ରୋତ୍ସାହନ କରୁଛି। ଓଡିଶାର ଦୁଇ ଜଣ ଖେଳାଳୀ ଦେଶପାଇଁ ଖେଳି ଆମର ମର୍ଯ୍ୟାଦା ବଢାଇଛନ୍ତି।

ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ୫-ଟି କାର୍ଯ୍ୟକ୍ରମ ଏହି ରୂପାନ୍ତରୀକରଣରେ କିପରି ପ୍ରମୁଖ ଭୂମିକା ନେଇଛି ସେ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫ଟିର ପ୍ରତ୍ୟେକ ନୀତିର ପ୍ରୟୋଗ ବିଦ୍ୟାଳୟ ରୂପାନ୍ତରଣ କୁ ସଫଳ କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ଆଗ୍ରହ ସୃଷ୍ଟି କରିଛି । ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରୁ ଆରମ୍ଭ ହୋଇଥିବା ସ୍କୁଲ ମାନଙ୍କର ଏ ରୂପାନ୍ତରଣ ଓଡ଼ିଶାର ଶିକ୍ଷା ଇତିହାସ ରେ ଏକ ଗୌରବମୟ ଅଧ୍ୟାୟ ଯୋଡ଼ି ପାରିଛି ।

ଏଥି ସହିତ ହିଞ୍ଜିଳିକାଟୁ ଓ ଶେରଗଡ ବ୍ଲକକୁ ପରିଦର୍ଶନରେ ଯାଇଥିବା ରାଜ୍ୟର ମନ୍ତ୍ରୀ ଓ ବିଧାୟକମାନେ ସେମାନଙ୍କ ଅଞ୍ଚଳରେ ଏହି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ କିପରି ଭଲ ଭାବରେ କାର୍ଯ୍ୟକାରୀ ହେବ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ ସ୍ଥାନୀୟ ଜନସାଧାରଣଙ୍କୁ ସାମିଲ କରି ଗଞ୍ଜାମରେ ଯେପରି ସଫଳତା ମିଳିଛି, ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ସେହିପରି ଲୋକଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ୟ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟ ,ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ । କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ୫ଟିସଚିବ  ଭି କେ ପାଣ୍ଡିଆନ୍ । ଗଞ୍ଜାମ ଜିଲ୍ଳାପାଳ ସ୍ଵାଗତ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଗଞ୍ଜାମ ର ଛାତ୍ରଛାତ୍ରୀ ଅଭିଭାବକ ଓ ସାଧାରଣ ଲୋକଙ୍କ ମନରେ ବିପୁଳ ଉତ୍ସାହ ସୃଷ୍ଟି କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର