ବର୍ଷାଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ, ନଭେମ୍ବର ୨ ସୁଦ୍ଧା ଶାଶୁଘର ଚାବି ଫେରାଅ
କଟକ : ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ତାରିଖ ସୁଦ୍ଧା ଶାଶୁ ଘର ଚାବି ଫେରସ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବାକୁ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି ତେବେ ସେହି ଚାବିକୁ ବର୍ଷା କୋର୍ଟରେ ଜମା କରିବାକୁ […]
କଟକ : ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ତାରିଖ ସୁଦ୍ଧା ଶାଶୁ ଘର ଚାବି ଫେରସ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବାକୁ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି ତେବେ ସେହି ଚାବିକୁ ବର୍ଷା କୋର୍ଟରେ ଜମା କରିବାକୁ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶରେ ଉଲ୍ଲେଖ କରିଛନ୍ତି।
ଗତ ଅକ୍ଟୋବର ୨ ତାରିଖରେ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶାଶୂଘର ଛାଡିଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ନିର୍ଦ୍ଧାରିତ ସମୟ ପୂର୍ବରୁ ଘର ଛାଡ଼ିବା ସତ୍ୱେ ତାଲା ପକାଇ ସାଙ୍ଗରେ ନେଇଯାଇଥିଲେ ଚାବି ।କୋର୍ଟଙ୍କ ପୂର୍ବ ଆଦେଶ ସତ୍ତ୍ୱେ ବର୍ଷା ତାଙ୍କ ଶାଶୁଘର ଚାବି ପ୍ରଦାନ ନ କରିବାରୁ ଅନୁଭବ କୋର୍ଟରେ ବର୍ଷାଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଏହାସହ ବର୍ଷା ରୁଜୁ କରିଥିବା ଅନ୍ୟ ୨ ମାମଲାକୁ ମଧ୍ୟ କୋର୍ଟ ଖାରଜ କରି ଦେଇଛନ୍ତି।
ଅନ୍ୟପଟେ ଅନୁଭବଙ୍କ ପିଟିସନର ଉତ୍ତରରେ ବର୍ଷା କହିଥିଲେ ଘର ଛାଡ଼ିବା ପରେ ଏହାର ସୁରକ୍ଷା ପାଇଁ ସେ ତାଲା ପକାଇ ଚାବି ନିଜ ପାଖରେ ରଖିଥିଲେ । କୋର୍ଟରେ ଏହି ଚାବିକୁ ହସ୍ତାନ୍ତର ମଧ୍ୟ କରିବେ ବୋଲି ବର୍ଷା କହିଛନ୍ତି ।