ଆଗପଛ ହୋଇ ଚାଲିଗଲେ ବାପା ଓ ଦୁଇ ପୁଅ: ପ୍ରଖ୍ୟାତ ଶିଳ୍ପୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ରଙ୍କର ମଧ୍ୟ ଦେହାନ୍ତ

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପ୍ରଖ୍ୟାତ ଶିଳ୍ପୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଗୁରୁବାର ବିୟୋଗ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ। ତେବେ ସମ କୋଭିଡର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ୱେ ତାଙ୍କର ଆଜି ଦିନ ୧ ଘଟିକାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ […]

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପ୍ରଖ୍ୟାତ ଶିଳ୍ପୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଗୁରୁବାର ବିୟୋଗ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ। ତେବେ ସମ କୋଭିଡର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ୱେ ତାଙ୍କର ଆଜି ଦିନ ୧ ଘଟିକାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନର ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ

ଗତକାଲି କୋଭିଡ ଆକ୍ରାନ୍ତ ଥିବା ତାଙ୍କ ସାନ ଭାଇ ତଥା କ୍ରିକେଟର ପ୍ରଶାନ୍ତ ମହାପାତ୍ରଙ୍କର ଏମ୍ସରେ ମୃତ୍ୟୁ ଘଟିଥିବା ବେଳେ ୧୨ ଦିନ ତଳେ ବାପା ରଘୁନାଥ ମହାପାତ୍ର ମଧ୍ୟ କରୋନା ସଂକ୍ରମଣ ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

ମେ ୯ ତାରିଖ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ଘଟିଥିଲା।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର