ବାତ୍ୟା ‘ଦାନା’ର ସୃଷ୍ଟି ହୋଇନି ଆଖି , ବଡ଼ ବାତ୍ୟା ହେଲେ ସୃଷ୍ଟି ହୋଇଥାଏ ଆଖି: IMD ଡିଜି

The Sakala Picture
Published On

ଭୁବନେଶ୍ବର: ବାତ୍ୟା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । ୨୪ ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ଲ୍ୟାଣ୍ଡଫଲ୍‌ ବେଳେ ସମୁଦ୍ରରେ ଉଚ୍ଚ ଜୁଆର ଆସିପାରେ। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୁଳରେ ଜୁଆର ଆସିବ । ଉକ୍ତ ୩ ଜିଲ୍ଲାରେ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ । ଜଗତସିଂହପୁର ଜିଲ୍ଲାରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ । ଉକ୍ତ ଜିଲ୍ଲାରେ ନଦୀ ମଧ୍ୟରେ ମଧ୍ୟ ଜୁଆର ମାଡ଼ିଯିବ। ନଦୀରେ […]

ଭୁବନେଶ୍ବର: ବାତ୍ୟା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । ୨୪ ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ଲ୍ୟାଣ୍ଡଫଲ୍‌ ବେଳେ ସମୁଦ୍ରରେ ଉଚ୍ଚ ଜୁଆର ଆସିପାରେ। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୁଳରେ ଜୁଆର ଆସିବ । ଉକ୍ତ ୩ ଜିଲ୍ଲାରେ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ । ଜଗତସିଂହପୁର ଜିଲ୍ଲାରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ । ଉକ୍ତ ଜିଲ୍ଲାରେ ନଦୀ ମଧ୍ୟରେ ମଧ୍ୟ ଜୁଆର ମାଡ଼ିଯିବ। ନଦୀରେ ପ୍ରାୟ ୩ କିମି ଉପର ଯାଏଁ ଜୁଆର ଆସିପାରେ ବୋଲି ଆକଳନ କରାଯାଉଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ଏବେ ପାରାଦୀପ ଠାରୁ ୨୦୦ କିମି ଦୂରରେ ରହିଛି ବାତ୍ୟା। ୩ ଜିଲ୍ଲାରେ ବେଶୀ ପବନ ହେବ। କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରରେ ବେଶୀ ପବନ ହେବ। ଉକ୍ତ ୩ ଜିଲ୍ଲାରେ ୧୦୦ରୁ ୧୨୦ କିମି ପବନ ବହିପାରେ। ବାତ୍ୟା ଦାନାର ଆଖି ସୃଷ୍ଟି ହୋଇନି କି ହେବନି। ବଡ଼ ବାତ୍ୟା ହେଲେ ଆଖି ସୃଷ୍ଟି ହୋଇଥାଏ। ବାତ୍ୟା ଭୀଷଣ ବାତ୍ୟାରେ ସୀମିତଥିବାରୁ ଆଖି ହୋଇ ନାହିଁ।  ବର୍ତ୍ତମାନ ଅବସ୍ଥାରେ ବାତ୍ୟାର ତୀବ୍ରତା ରହିବ। ଆଉ ବଢିବନି। ଲ୍ୟାଣ୍ଡଫଲ ପରେ ଟିକେ ବଙ୍କେଇବ ବାତ୍ୟାର ଗତିପଥ। ଲ୍ୟାଣ୍ଡଫଲର ପରେ ବାତ୍ୟା ପଶ୍ଚିମ- ଉତ୍ତର ପଶ୍ଚମିକୁ ଗତି କରିବ। ଲ୍ୟାଣ୍ଡଫଲ ପରେ ବର୍ଷାର ପରିମାଣ ଅଧିକ ରହିବ।  ୨୪ ଓ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ଜାଗାରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର