କୋଣାର୍କରେ ହେବ ଜି-୨୦ ବୈଠକ

The Sakala Picture
Published On

ଭୁବନେଶ୍ବର : କୋଣାର୍କରେ ହେବ ଜି-୨୦ ବୈଠକ । ଆସନ୍ତା ଡିସେମ୍ବର ୧ ତାରିଖରୁ ୩୦ ନଭେମ୍ବର ୨୦୨୩ ବର୍ଷେ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି । ଜି-୨୦ ବୈଠକର ୨୧୫ଟି ବୈଠକ ମଧ୍ୟରୁ ୫ଟି […]

ଭୁବନେଶ୍ବର : କୋଣାର୍କରେ ହେବ ଜି-୨୦ ବୈଠକ । ଆସନ୍ତା ଡିସେମ୍ବର ୧ ତାରିଖରୁ ୩୦ ନଭେମ୍ବର ୨୦୨୩ ବର୍ଷେ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ଜି-୨୦ ବୈଠକର ୨୧୫ଟି ବୈଠକ ମଧ୍ୟରୁ ୫ଟି ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ। ଯାହା ଦ୍ବାରା ଭାରତର ଐତିହ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ।କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରାଳୟ ସୂତ୍ରରୁ ଜଣାପଡ଼ିଛି, ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତ୍ତିରାଜି ନିକଟର ୫ଟି ବୈଠକ ଆୟୋଜିତ ହେବ। ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି , ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ ।୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ଦୁଇଟି ଓ ଅନ୍ୟ ଐତିହ୍ୟ ସ୍ଥଳମାନଙ୍କରେ ଗୋଟିଏ ଲେଖାଏଁ ବୈଠକ ହେବ। ଏହି ସବୁ ବୈଠକ ସମ୍ମିଳନୀ ପ୍ରକୋଷ୍ଠ କିମ୍ବା କୌଣସି ପ୍ରତିଷ୍ଠାନରେ ଆୟୋଜନ କରାଯିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଜି-୨୦ ପ୍ରତିନିଧି ଓ ଅଧିକାରୀଙ୍କ ପାଇଁ ୨୫୦ଟି ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯିବ । ଏଥିପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଚୂଡାନ୍ତ ରୂପରେଖ ପ୍ରସ୍ତୁତି କରୁଛି । ଏଥି ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତି କରୁଛି। ଏଥିରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର କଳା ଓ ସଂସ୍କୃତିକୁ ସାମିଲ କରାଯିବ। ମୁଖ୍ୟ ବୈଠକ ଦିଲ୍ଲୀର ପ୍ରଗତି ମୈଦାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

23 Oct 2022 By The Sakala

କୋଣାର୍କରେ ହେବ ଜି-୨୦ ବୈଠକ

ଭୁବନେଶ୍ବର : କୋଣାର୍କରେ ହେବ ଜି-୨୦ ବୈଠକ । ଆସନ୍ତା ଡିସେମ୍ବର ୧ ତାରିଖରୁ ୩୦ ନଭେମ୍ବର ୨୦୨୩ ବର୍ଷେ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି ।

ଜି-୨୦ ବୈଠକର ୨୧୫ଟି ବୈଠକ ମଧ୍ୟରୁ ୫ଟି ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ। ଯାହା ଦ୍ବାରା ଭାରତର ଐତିହ୍ୟକୁ ବିଶ୍ବ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ।କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରାଳୟ ସୂତ୍ରରୁ ଜଣାପଡ଼ିଛି, ୟୁନେସ୍କୋ ବିଶ୍ବ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତ୍ତିରାଜି ନିକଟର ୫ଟି ବୈଠକ ଆୟୋଜିତ ହେବ। ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି , ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ ।୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ଦୁଇଟି ଓ ଅନ୍ୟ ଐତିହ୍ୟ ସ୍ଥଳମାନଙ୍କରେ ଗୋଟିଏ ଲେଖାଏଁ ବୈଠକ ହେବ। ଏହି ସବୁ ବୈଠକ ସମ୍ମିଳନୀ ପ୍ରକୋଷ୍ଠ କିମ୍ବା କୌଣସି ପ୍ରତିଷ୍ଠାନରେ ଆୟୋଜନ କରାଯିବା ସମ୍ଭାବନା ରହିଛି।

ଜି-୨୦ ପ୍ରତିନିଧି ଓ ଅଧିକାରୀଙ୍କ ପାଇଁ ୨୫୦ଟି ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯିବ । ଏଥିପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଚୂଡାନ୍ତ ରୂପରେଖ ପ୍ରସ୍ତୁତି କରୁଛି । ଏଥି ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତି କରୁଛି। ଏଥିରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର କଳା ଓ ସଂସ୍କୃତିକୁ ସାମିଲ କରାଯିବ। ମୁଖ୍ୟ ବୈଠକ ଦିଲ୍ଲୀର ପ୍ରଗତି ମୈଦାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ।

https://www.thesakala.in/latest-odisha-news/the-g-20-meeting-will-be-held-in-konark/article-15972
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର