ଆରମ୍ଭ ହେଲା ଦୁଇଦିନିଆ ନୂଆ ଓଡ଼ିଶା ବିଶ୍ବ ସମ୍ମିଳନୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱଠାରେ ଆରମ୍ଭ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ୫୦୦ରୁ ଅଧିକ ପ୍ରମୁଖ ବ୍ୟକ୍ତିତ୍ବ, ୧୦୦ରୁ ଅଧିକ ବିଶିଷ୍ଟ ବକ୍ତା, ନୀତି ନିର୍ଦ୍ଧାରକ ଏବଂ ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ଅଧିକାରୀ ଓ ବିଶେଷଜ୍ଞମାନେ ଯୋଗ ଦେଇଛନ୍ତି। ସାମାଜିକ, ଅର୍ଥନୀତି ଏବଂ ନିବେଶ ଆଦି କ୍ଷେତ୍ରରେ ଓଡିଶା ଆଜି ଦେଶର ଏକ ପ୍ରମୁଖ ରାଜ୍ୟ ଭାବେ ପରିଚିତ […]

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱଠାରେ ଆରମ୍ଭ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ୫୦୦ରୁ ଅଧିକ ପ୍ରମୁଖ ବ୍ୟକ୍ତିତ୍ବ, ୧୦୦ରୁ ଅଧିକ ବିଶିଷ୍ଟ ବକ୍ତା, ନୀତି ନିର୍ଦ୍ଧାରକ ଏବଂ ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ଅଧିକାରୀ ଓ ବିଶେଷଜ୍ଞମାନେ ଯୋଗ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବନ୍ୟାଞ୍ଚଳ ପରିଦର୍ଶନ ବେଳେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କୁ କାମୁଡ଼ିଲା ସାପ

ସାମାଜିକ, ଅର୍ଥନୀତି ଏବଂ ନିବେଶ ଆଦି କ୍ଷେତ୍ରରେ ଓଡିଶା ଆଜି ଦେଶର ଏକ ପ୍ରମୁଖ ରାଜ୍ୟ ଭାବେ ପରିଚିତ ହୋଇପାରିଛି। ଏହି ସମ୍ମିଳନୀରେ ଓଡ଼ିଶାରେ ଅଭିବୃଦ୍ଧିକୁ ଆହୁରି ଆଗକୁ ନେବା ସହ ଭବିଷ୍ୟତ ଲାଗି ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ଓ ନିଯୁକ୍ତି ସମ୍ଭାବନା ଉପରେ ମାନସମନ୍ଥନ କରାଯାଉଛି। ଫେବ୍ରୁଆରୀ ୧୯ରୁ ଆରମ୍ଭ ହୋଇଥିବା ଏହି ବିଶେଷ କାର୍ଯ୍ୟକ୍ରମ ୨୦ ତାରିଖ ଯାଏଁ ଚାଲିବ। ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୧୦ରୁ ଅଧିକ ପ୍ରେରଣାଦାୟୀ ଆଲୋଚନାଚକ୍ର ଆୟୋଜନ କରାଯିବ।

ଆହୁରି ପଢ଼ନ୍ତୁ: ଟ୍ୱିନ୍‌‌ସିଟିରେ ଖାଦ୍ୟ ସୁରକ୍ଷା ଯାଞ୍ଚ କଡ଼ାକଡ଼ି: ବିପୁଳ ପରିମାଣର ଭେଜାଲ ପନିର, ନକଲି ଛେନା ଜବତ

ଉଦଘାଟନୀ ଅଧିବେଶନରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଊଷା ପାଢ଼ୀ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର, ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜିଙ୍କ ସହ ଶିଳ୍ପ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ଯୋଗ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କାଲିମେଳା ପୋଲିସକୁ ବଡ଼ ସଫଳତା: ଚଢ଼ାଉବେଳେ ଜଙ୍ଗଲରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର