ସକାଳ ଓ ନନ୍ଦିଘୋଷ ଟିଭି ପକ୍ଷରୁ ଆୟୋଜିତ ହେଉଛି ଗୁରୁବ୍ରହ୍ମା ସମ୍ମାନ କାର୍ଯ୍ଯକ୍ରମ

The Sakala Picture
Published On

ବନେଶ୍ୱର: ଗୁରୁ ହେଉଛନ୍ତି ସାକ୍ଷାତ ପରମ୍‌ବ୍ରହ୍ମ। ଭାରତୀୟ ପରମ୍ପରାରେ ଗୁରୁ ପୂଜା କାହିଁ କେଉଁ କାଳରୁ ପ୍ରଚଳିତ। ‘ଗୁ’ ଅର୍ଥ ଅନ୍ଧାର। ‘ରୁ’ ଅର୍ଥ ଦୂରେଇବା। ଅଜ୍ଞାନ ରୂପକ ଅନ୍ଧକାରରୁ ଯିଏ ଆଲୋକ ଦେଖାନ୍ତି ସେ ହିଁ ଗୁରୁ। ବାପାମା’ଙ୍କ ପରେ ଗୁରୁ ହିଁ ଜୀବନରେ ଆଗକୁ ବଢ଼ିବା ପାଇଁ ସଠିକ୍ ମାର୍ଗ ଦେଖାଇଥାନ୍ତି। ଶିକ୍ଷା ପ୍ରଦାନ ସହ ଜୀବନକୁ ମାର୍ଜିତ, ଶୃଙ୍ଖଳିତ କରିବାରେ ତାଙ୍କ ଅବଦାନ ଥାଏ ଖୁବ୍ ଗୁରୁତ୍ବପୂର୍ଣ୍ଣ। ଆମ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର […]

ବନେଶ୍ୱର: ଗୁରୁ ହେଉଛନ୍ତି ସାକ୍ଷାତ ପରମ୍‌ବ୍ରହ୍ମ। ଭାରତୀୟ ପରମ୍ପରାରେ ଗୁରୁ ପୂଜା କାହିଁ କେଉଁ କାଳରୁ ପ୍ରଚଳିତ। ‘ଗୁ’ ଅର୍ଥ ଅନ୍ଧାର। ‘ରୁ’ ଅର୍ଥ ଦୂରେଇବା। ଅଜ୍ଞାନ ରୂପକ ଅନ୍ଧକାରରୁ ଯିଏ ଆଲୋକ ଦେଖାନ୍ତି ସେ ହିଁ ଗୁରୁ। ବାପାମା’ଙ୍କ ପରେ ଗୁରୁ ହିଁ ଜୀବନରେ ଆଗକୁ ବଢ଼ିବା ପାଇଁ ସଠିକ୍ ମାର୍ଗ ଦେଖାଇଥାନ୍ତି। ଶିକ୍ଷା ପ୍ରଦାନ ସହ ଜୀବନକୁ ମାର୍ଜିତ, ଶୃଙ୍ଖଳିତ କରିବାରେ ତାଙ୍କ ଅବଦାନ ଥାଏ ଖୁବ୍ ଗୁରୁତ୍ବପୂର୍ଣ୍ଣ। ଆମ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଏ।ଆଜିର ପବିତ୍ର ଦିନରେ ଗୁରୁଙ୍କୁ ସମ୍ମାନିତ କରିବାକୁ ନନ୍ଦିଘୋଷ ଟିଭି ଓ ସକାଳ ପକ୍ଷରୁ ଆୟୋଜନ କରାଯାଉଛି ନିଆରା କାର୍ଯ୍ୟକ୍ରମ ଗୁରୁବ୍ରହ୍ମା । ଅପରାହ୍ମ ୪ଟାରେ ଭୁବନେଶ୍ବରରେ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଏହି ଅବସରରେ ରାଜ୍ୟର ପ୍ରାଥମିକ, ମାଧ୍ୟମିକ, ଓ ଉଚ୍ଚ ମାଧ୍ୟମିକ ସ୍କୁଲର ୧୬ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସମ୍ମାନିତ କରାଯିବ । ସମ୍ମାନ ସହିତ ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ । ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ସମ୍ମାନିତ ଅତିଥି ଭାବେ ସ୍କୁଲ ଏବଂ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ, ସକାଳର ସଂପାଦକ ଡଃ. ଉମାକାନ୍ତ ମିଶ୍ର ଓ ସିଭିରମଣ ଗ୍ଲୋବାଲ ୟୁନିଭରସିଟିର ଅଧ୍ୟକ୍ଷ ପ୍ରଫେସର ସଞ୍ଜୀବ ରାଉତ ଯୋଗଦେବେ ।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର