ବିବାହ ଓ ଅନ୍ତିମ ସଂସ୍କାର ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନାର ସ୍ଥିତି ବେକାକୁ ଆଡକୁ ଗତି କରୁଥିବା ବେଳେ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ରାଜ୍ୟ ସରକାର ସମଗ୍ର ରାଜ୍ୟରେ ନାଇଟ୍‌କର୍ଫ୍ୟୁ ଲାଗୁ କରିଥିବା ବେଳେ ବିବାହ ଓ ଅନ୍ତିମ ସଂସ୍କାର ଉପରେ କଟକଣା ଲଗାଇଛନ୍ତି। ଏଣିକି ରାଜ୍ୟରେ ବିବାହ ଉତ୍ସବ ପାଇଁ ୫୦ ଓ ଅନ୍ତିମ ସଂସ୍କାର ପାଇଁ ୨୦ ଜଣଙ୍କୁ ଅନୁମତି ମିଳିବ। ଏଥି ସହିତ ବିବାହ ଉତ୍ସବରେ କରୋନା ଗାଇଡଲାଇନ୍‌ ସଠିକ ରୂପେ ପାଳନ କରାଯିବ। ଯଦି […]

ଭୁବନେଶ୍ବର : ରାଜ୍ୟରେ କରୋନାର ସ୍ଥିତି ବେକାକୁ ଆଡକୁ ଗତି କରୁଥିବା ବେଳେ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ରାଜ୍ୟ ସରକାର ସମଗ୍ର ରାଜ୍ୟରେ ନାଇଟ୍‌କର୍ଫ୍ୟୁ ଲାଗୁ କରିଥିବା ବେଳେ ବିବାହ ଓ ଅନ୍ତିମ ସଂସ୍କାର ଉପରେ କଟକଣା ଲଗାଇଛନ୍ତି। ଏଣିକି ରାଜ୍ୟରେ ବିବାହ ଉତ୍ସବ ପାଇଁ ୫୦ ଓ ଅନ୍ତିମ ସଂସ୍କାର ପାଇଁ ୨୦ ଜଣଙ୍କୁ ଅନୁମତି ମିଳିବ। ଏଥି ସହିତ ବିବାହ ଉତ୍ସବରେ କରୋନା ଗାଇଡଲାଇନ୍‌ ସଠିକ ରୂପେ ପାଳନ କରାଯିବ। ଯଦି ଏଥିରେ ଉଲଘଂନ ହୁଏ ତେବେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ବିଭତ୍ସ ହତ୍ୟା: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାରେ ହାଣିଦେଲେ ଦୁର୍ବୁତ୍ତ !

ଏଥି ସହିତ ଛତିଶଗଡ଼ ସୀମାନ୍ତ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ଆସନ୍ତାକାଲିଠାରୁ ରାତ୍ରୀକାଳୀନ କର୍ଫ୍ୟୁ ସମୟ ପରିବର୍ତ୍ତନ ହେବ । ୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ଏହାବ୍ୟତୀତ ଓଡ଼ିଶାର ଅନ୍ୟ ୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୯ଟାରୁ ସକାଳ ୫ଟା ଯାଏ ଆସନ୍ତାକାଲି ଠାରୁ ଲାଗୁ ହେବ ।

ଆହୁରି ପଢ଼ନ୍ତୁ: ଇଂରାଜୀ ବହିକୁ ମାଡ଼ିଗଲା ଓଡ଼ିଆ ଅସ୍ମିତା; ପଞ୍ଚମ ଶ୍ରେଣୀ ଇଂରାଜୀ ବହିରେ ଓଡ଼ିଆ ରଜଦୋଳି ଗୀତ

ପଡୋଶୀ ରାଜ୍ୟରେ କରୋନା ଭୟଙ୍କର ସ୍ଥିତିରେ ଥିବା କାରଣରୁ ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତରେ ଥିବା ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ । ପ୍ରତି ଶନିବାର ଓ ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ୱିକେଣ୍ଡ କର୍ଫ୍ୟୁ ଲାଗୁ ହେବ । ଆସନ୍ତା ଶନିବାର ଓ ରବିବାର ଠାରୁ ଏହି ସାପ୍ତାହିକ ସଟଡାଉନ୍ ଲାଗୁ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ୧୬୦୦ରୁ ଅଧିକ ଭୁଲ: ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ଲାଗୁଛି କହିଲେ ମୁଖ୍ୟମନ୍ତ୍ରୀ

ରାତ୍ରୀକାଳୀନ କର୍ଫ୍ୟୁ ସମୟରେ ସମସ୍ତ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି । ଜରୁରୀକାଳୀନ ସେବାରେ ନିୟୋଜିତ ବ୍ୟକ୍ତି ନିଜ ଆଇକାର୍ଡ ଚେକିଂ ସମୟରେ ଦେଖାଇବେ । ନାଇଟ୍ କର୍ଫ୍ୟୁ ସମୟରେ ମାଲ ପରିବହନ ଗାଡ଼ି ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ।

15 Apr 2021 By The Sakala

ବିବାହ ଓ ଅନ୍ତିମ ସଂସ୍କାର ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟରେ କରୋନାର ସ୍ଥିତି ବେକାକୁ ଆଡକୁ ଗତି କରୁଥିବା ବେଳେ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ରାଜ୍ୟ ସରକାର ସମଗ୍ର ରାଜ୍ୟରେ ନାଇଟ୍‌କର୍ଫ୍ୟୁ ଲାଗୁ କରିଥିବା ବେଳେ ବିବାହ ଓ ଅନ୍ତିମ ସଂସ୍କାର ଉପରେ କଟକଣା ଲଗାଇଛନ୍ତି। ଏଣିକି ରାଜ୍ୟରେ ବିବାହ ଉତ୍ସବ ପାଇଁ ୫୦ ଓ ଅନ୍ତିମ ସଂସ୍କାର ପାଇଁ ୨୦ ଜଣଙ୍କୁ ଅନୁମତି ମିଳିବ। ଏଥି ସହିତ ବିବାହ ଉତ୍ସବରେ କରୋନା ଗାଇଡଲାଇନ୍‌ ସଠିକ ରୂପେ ପାଳନ କରାଯିବ। ଯଦି ଏଥିରେ ଉଲଘଂନ ହୁଏ ତେବେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

ଏଥି ସହିତ ଛତିଶଗଡ଼ ସୀମାନ୍ତ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ଆସନ୍ତାକାଲିଠାରୁ ରାତ୍ରୀକାଳୀନ କର୍ଫ୍ୟୁ ସମୟ ପରିବର୍ତ୍ତନ ହେବ । ୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ଏହାବ୍ୟତୀତ ଓଡ଼ିଶାର ଅନ୍ୟ ୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୯ଟାରୁ ସକାଳ ୫ଟା ଯାଏ ଆସନ୍ତାକାଲି ଠାରୁ ଲାଗୁ ହେବ ।

ପଡୋଶୀ ରାଜ୍ୟରେ କରୋନା ଭୟଙ୍କର ସ୍ଥିତିରେ ଥିବା କାରଣରୁ ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତରେ ଥିବା ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ । ପ୍ରତି ଶନିବାର ଓ ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ୱିକେଣ୍ଡ କର୍ଫ୍ୟୁ ଲାଗୁ ହେବ । ଆସନ୍ତା ଶନିବାର ଓ ରବିବାର ଠାରୁ ଏହି ସାପ୍ତାହିକ ସଟଡାଉନ୍ ଲାଗୁ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

ରାତ୍ରୀକାଳୀନ କର୍ଫ୍ୟୁ ସମୟରେ ସମସ୍ତ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି । ଜରୁରୀକାଳୀନ ସେବାରେ ନିୟୋଜିତ ବ୍ୟକ୍ତି ନିଜ ଆଇକାର୍ଡ ଚେକିଂ ସମୟରେ ଦେଖାଇବେ । ନାଇଟ୍ କର୍ଫ୍ୟୁ ସମୟରେ ମାଲ ପରିବହନ ଗାଡ଼ି ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର