ତୈଳଦର ଓ ଅତ୍ୟାବଶକୀୟ ସାମଗ୍ରୀର ଦର ବୃଦ୍ଧିକୁ ନେଇ ୭ ରୁ ୧୭ ଯାଏ କଂଗ୍ରେସର ରାଜ୍ୟ ବ୍ୟାପି ଆନ୍ଦୋଳନ

The Sakala Picture
Published On

ଭୁବନେଶ୍ୱର : କେନ୍ଦ୍ରର ବିଜେପି ନେତୃତ୍ୱ ମୋଦୀ ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁଁ ସାରା ଦେଶରେ କରୋନା ମହାମାରୀ ଥମିବାର ନାଁ ନେଉନଥିବା ବେଳେ କେନ୍ଦ୍ର ସରକାର କ୍ରମାଗତ ଭାବେ ୨ ମାସ ମଧ୍ୟରେ ୨୯ ଥର ତୈଳଦର ଆଶାତୀତ ବୃଦ୍ଧି କରିବା ଦ୍ୱାରା ଦେଶରେ ପ୍ରାୟ ୧୫୦ ସହରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ପାର କରିଛି। ରନ୍ଧନ ଗ୍ୟାସ, ଖାଇବା ତେଲ, ଡାଲି ଜାତୀୟ ଦ୍ରବ୍ୟ ଠାରୁ ଆରମ୍ଭ […]

ଭୁବନେଶ୍ୱର : କେନ୍ଦ୍ରର ବିଜେପି ନେତୃତ୍ୱ ମୋଦୀ ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁଁ ସାରା ଦେଶରେ କରୋନା ମହାମାରୀ ଥମିବାର ନାଁ ନେଉନଥିବା ବେଳେ କେନ୍ଦ୍ର ସରକାର କ୍ରମାଗତ ଭାବେ ୨ ମାସ ମଧ୍ୟରେ ୨୯ ଥର ତୈଳଦର ଆଶାତୀତ ବୃଦ୍ଧି କରିବା ଦ୍ୱାରା ଦେଶରେ ପ୍ରାୟ ୧୫୦ ସହରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ପାର କରିଛି। ରନ୍ଧନ ଗ୍ୟାସ, ଖାଇବା ତେଲ, ଡାଲି ଜାତୀୟ ଦ୍ରବ୍ୟ ଠାରୁ ଆରମ୍ଭ କରି ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆଁ ହୋଇଛି ଓ ସାଧାରଣ ଖାଉଟୀମାନେ ନାହିଁ ନଥିବା ହଇରାଣ ହରକତ ହେଉଛନ୍ତି।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

ଲୋକମାନଙ୍କ ଏପରି ଦୁଃଖ ଦୁର୍ଦ୍ଦଶାକୁ ହୃଦୟଙ୍ଗମ କରି ଏଆଇସିସି ତରଫରୁ ସାରା ଦେଶରେ ବ୍ଲକ, ନଗର, ଜିଲ୍ଲା ଓ ପ୍ରଦେଶ ସ୍ତରରେ କଂଗ୍ରେସ ଦଳ ପକ୍ଷରୁ ଧାରଣା, ବିକ୍ଷୋଭ ଓ ପ୍ରତିବାଦ ସହ ସାଇକେଲ ଯାତ୍ରା ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆସନ୍ତା ୭ ଜୁଲାଇ ବୁଧବାର ଠାରୁ ୧୭ ଜୁଲାଇ ଶନିବାର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ନିଷ୍ପତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଫସିରହିଥିବା ଓଡ଼ିଆ ଲୋକଙ୍କୁ ସୁରକ୍ଷିତ ଫେରାଇ ଆଣିବାକୁ ସରକାରଙ୍କୁ ଅନୁରୋଧ କଲେ ନବୀନ

ଏଆଇସିସି ନିର୍ଦେଶ ମୁତାବକ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆସନ୍ତା ମାସ ୭ରୁ ୧୭ ଜୁଲାଇ ଶନିବାର ପର୍ଯ୍ୟନ୍ତ ରାଜ୍ୟ ବ୍ୟାପି କରିବା ପାଇଁ ନିଷ୍ପତି ଗ୍ରହଣ କରାଯାଇଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ କହିଛନ୍ତି ।
ଆସନ୍ତା ବୁଧବାର ୭ ତାରିଖ ୧୦ ଘଟିକା ସମୟରେ ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥାଳି, ଖଞ୍ଜଣି ବଜେଇ, ପ୍ଲାକାର୍ଡ଼, ବ୍ୟାନର ଓ ପତାକା ସହ ଦିବା ୧ ଘଟିକା ପର୍ଯ୍ୟନ୍ତ ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ, ଖାଇବା ତେଲ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ଦର ବୃଦ୍ଧି, ଧାନର କୁଇଣ୍ଟାଲ ପ୍ରତି ଏମ୍‌ଏସପି ୨୯୩୦ ଟଙ୍କାକୁ ବୃଦ୍ଧି କରିବା, ଧାନ କିଣିବାର ଟୋକନ ଅବଧିକୁ ଜୁନ-୩୦ ପରିବର୍ତ୍ତେ ଜୁଲାଇ-୨୫ ପର୍ଯ୍ୟନ୍ତ ବୃଦ୍ଧି କରିବା, କଟନୀ ଓ ଛଟନୀକୁ ସଂପୂର୍ଣ୍ଣ ବାଦ ଦେବା, ଖରିଫ ଋତୁରେ ସମସ୍ତ ଚାଷୀଭାଇଙ୍କୁ ରିହାତି ଦରରେ ବିହନ, ସାର ଓ କୀଟନାଶକ ଦ୍ରବ୍ୟ ଅବିଳମ୍ବେ ପ୍ରଦାନ କରିବା ଓ ରବି ଋତୁରେ ଚାଷୀଙ୍କର ହଜାର ହଜାର କୁଇଣ୍ଟାଲ ଧାନକୁ ନ କଣିବା ଦ୍ୱାରା ଧାନ ଗଜା ହୋଇ ନଷ୍ଟ ହେବା ଫଳରେ ଚାଷୀଙ୍କୁ ଅବିଳମ୍ବେ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନେଇ ଧାରଣା, ବିକ୍ଷୋଭ କରିବାକୁ ଦଳର ସମସ୍ତ ରାଜ୍ୟ ଓ ଜିଲ୍ଲା ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟମାନେ ତୃଣମୂଳସ୍ତରର କର୍ମକର୍ତ୍ତା ଓ ସାଥିମାନଙ୍କୁ ଏକତ୍ର କରି କାର୍ଯ୍ୟକ୍ରମକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ନିବେଦନ କରିଛନ୍ତି। ଏହି ଅବସରରେ ବ୍ଲକ କଂଗ୍ରେସ କମିଟିର ସଭାପତିଗଣ ଏହି କାର୍ଯ୍ୟକ୍ରମରେ ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ସମସ୍ତ ନେତୃମଣ୍ଡଳୀଙ୍କୁ ପୂର୍ଣ୍ଣ ପ୍ରାଣରେ ସହଯୋଗ କରିବାକୁ ସେ ବିଶେଷ ଅନୁରୋଧ କରିଛନ୍ତି ।

କେନ୍ଦ୍ର ସରକାରଙ୍କ ତୈଳ ଦରର ଅହେତୁକ ମୂଲ୍ୟବୃଦ୍ଧିର ପ୍ରତିବାଦରେ ଆସନ୍ତା ଜୁଲାଇ ୧୭ ତାରିଖ ଶନିବାର ତୃଣମୂଳ ସ୍ତରର କାର୍ଯ୍ୟକର୍ତାଙ୍କ ଠାରୁ ଆରମ୍ଭ କରି ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀଙ୍କ ପର୍ଯ୍ୟନ୍ତ ଦଳର ସମସ୍ତ ଛାମୁଆ ସଂଗଠନ, ବିଭାଗ,ପ୍ରକୋଷ୍ଠର ନେତା ଓ କର୍ମୀମାନେ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପରେ ପ୍ରାତଃ ୯ ଘଟିକାରୁ ଦିବା ୧୧ଟା ୩୦ ମି. ପର୍ଯ୍ୟନ୍ତ ଗ୍ରାହକ ମାନଙ୍କର ପ୍ରତିକ୍ରିୟା ଓ ଦସ୍ତଖତ ସଂଗ୍ରହ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମକୁ କୋଭିଡ-୧୯ର ନୀତିନିୟମକୁ ପାଳନ କରି ସମସ୍ତ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ବିଶେଷ ଅନୁରୋଧ କରିଛନ୍ତି ।

30 Jun 2021 By The Sakala

https://www.thesakala.in/latest-odisha-news/the-statewide-agitation-of-the-congress-rise-in-the-price-of-oil-and-essential-commodities/article-3365
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର