କାଲିଠାରୁ ଉପରମୁହାଁ ହେବ ପାରଦ, ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଡେଇଁପାରେ ତାପମାତ୍ରା

ଭୁବନେଶ୍ୱର: ବର୍ତ୍ତମାନ ଓଡ଼ିଶା ଉପରେ ଏକ ଟ୍ରପଲାଇନ୍ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ହୋଇପାରେ । ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ନେଇ ଜାରି ହୋଇଛି ୟଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଯାଜପୁର,ଭଦ୍ରକ, ବାଲେଶ୍ୱର।
 
କାଲିଠାରୁ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଉପରମୁହାଁ ହେବ ପାରଦ। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁବ। ୧୧ ରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ହେବାର ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗ୍ରୀଷ୍ମ ପ୍ରବାହ ନେଇ ଜାରି ହୋଇଛି ୟେଲୋ ଆଲର୍ଟ।ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି।ଏଥିସହ ଦିନ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିବାର ଆକଳନ କରିଛି ପାଣିପାଗ କେନ୍ଦ୍ର।

ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ପୁରୀ ଜିଲ୍ଲାର ନିମାପଡ଼ା ରେ ୬୦.୦ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ସର୍ବାଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଛି ବୌଦ୍ଧ ରେ ୩୮.୯ ଡିଗ୍ରୀ ସେଲସିୟସ।ଏପଟେ ଭୁବନେଶ୍ଵର ରେ ୩୪.୭ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବା ବେଳେ କଟକରେ ୩୩.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

About The Author: Madhusudan Das