ବଢ଼ିଲା ତାପମାତ୍ରା: ଆଗାମୀ ୫ ଦିନ ଯାଏ ଶୁଖିଲା ରହିବ ପାଗ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ଆରମ୍ଭ ହୋଇଛି। ଏହି ତାପମାତ୍ରା ଆହୁରି ବଢ଼଼ିବା ଯୋଗୁଁ ଶୀତର ପ୍ରକୋପ ହ୍ରାସ ହେବ। ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୩-୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଉପକୂଳ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇ ନ ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ୨.୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ଆରମ୍ଭ ହୋଇଛି। ଏହି ତାପମାତ୍ରା ଆହୁରି ବଢ଼଼ିବା ଯୋଗୁଁ ଶୀତର ପ୍ରକୋପ ହ୍ରାସ ହେବ। ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୩-୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଉପକୂଳ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇ ନ ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ୨.୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ଶୁଖିଲା ଥିବା ବେଳେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହୋଇଛି। ଏହା ଦ୍ୱାରା କିଛି ଅଞ୍ଚଳରେ ସ୍ୱାଭାବିକଠାରୁ ତାପମାତ୍ରା ଉପରକୁ ଯାଇଛି। ବର୍ତ୍ତମାନ ଓଡ଼ିଶା ଉପରେ ପାଣିପାଗ ଜନିତ କୌଣସି ସ୍ଥିତି ନାହିଁ। ତେଣୁ ଆଗାମୀ ୫ ଦିନ ଯାଏ ପାଗ ଶୁଖିଲା ରହିବ। ତେବେ ରାତି ସମୟରେ ବାୟୁ ମଣ୍ଡଳ ସ୍ଥିର ରହିବା ସହିତ ଆକାଶ ନିର୍ମଳ ରହୁଛି। ଯାହାକି କୁହୁଡ଼ି କରାଇବାରେ ସହାୟକ ହେଉଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର