ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

Madhusudan Das Picture
Published On

ଭୁବନେଶ୍ୱର: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ । ମୋହନ ମାଝୀଙ୍କ ଚିଠି ପାଇବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ କଲେ ବଡ଼ ଘୋଷଣା । ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କି, 'ଦୀଘା ଜଗନ୍ନାଥ ଧାମ' ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ପୂର୍ବ ସରକାର ଧାମ ଶବ୍ଦ ଯୋଡିଥିଲେ, ଏହା ସନାତନ ଧର୍ମ ବିରୋଧୀ ଥିଲା। ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି ପାଇଛି, ‘ଧାମ’ ଶବ୍ଦ ହଟାଇଲୁ। ଏଥିପାଇଁ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କୁ ମଧ୍ୟ ପଠାଇଛନ୍ତି। ଏହାସହ ଏଥିପାଇଁ କ୍ୟାବିନେଟରେ ପ୍ରସ୍ତାତ ପାରିତ କରାଯିବ ବୋଲି କହିଛନ୍ତି ଶୁଭେନ୍ଦୁ ଅଧିକାରୀ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

‘ଦୀଘା ଜଗନ୍ନାଥ ଧାମ’ ନାମକରଣ ପରିବର୍ତ୍ତନ ପାଇଁ ଆଜି ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ‘ଦୀଘା ଜଗନ୍ନାଥ ଧାମ’ ବଦଳରେ ‘ଶ୍ରୀଜଗନ୍ନାଥ ମନ୍ଦିର, ଦୀଘା’ ଲେଖିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ ଦେଇଥିଲେ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର