୪ ତାରିଖରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ମୌସୁମୀ ଜନିତ ନିମ୍ନଚାପ ରେଖା ଅନୁପଗଡ଼଼ରୁ ବାହାରି ଉତ୍ତରବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପାଗ ଆଂଶିକ ମେଘୁଆ ରହିବା ସହିତ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ତେବେ ୪ ତାରିଖ ପର୍ଯ୍ୟନ୍ତ ଏମିତି ପାଗ ରହିବା ପରେ ଏଥିରେ ସାମାନ୍ୟ ପରିବର୍ତ୍ତନ ଆସିବ। ୪ ତାରିଖରେ ସୁନ୍ଦରଗଡ଼଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ୫ […]

ଭୁବନେଶ୍ୱର : ମୌସୁମୀ ଜନିତ ନିମ୍ନଚାପ ରେଖା ଅନୁପଗଡ଼଼ରୁ ବାହାରି ଉତ୍ତରବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପାଗ ଆଂଶିକ ମେଘୁଆ ରହିବା ସହିତ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ତେବେ ୪ ତାରିଖ ପର୍ଯ୍ୟନ୍ତ ଏମିତି ପାଗ ରହିବା ପରେ ଏଥିରେ ସାମାନ୍ୟ ପରିବର୍ତ୍ତନ ଆସିବ। ୪ ତାରିଖରେ ସୁନ୍ଦରଗଡ଼଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ୫ ତାରିଖରେ ମଧ୍ୟରେ କିଛି ସ୍ଥାନରେ ବର୍ଷା ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି। ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିବା ସୂଚନା ମିଳିଛି। ରାଜ୍ୟରେ ରବିବାର ସୁଦ୍ଧା ରାଜ୍ୟରେ ୪୫୯.୬ ମିମି ବର୍ଷା ହୋଇଛି। ଯାହାକି ସ୍ୱାଭାବିକ ବର୍ଷା ୫୭୩.୪ ମିମିଠାରୁ ୨୦ ପ୍ରତିଶତ କମ୍‍ ରହିଛି। ବର୍ତ୍ତମାନ ସୁଦ୍ଧା ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଓ ବାକି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି।

About The Author: The Sakala