ବର୍ତ୍ତମାନ ପର୍ଯ୍ୟନ୍ତ ଯାହା ତଥ୍ୟ ରହିଛି, ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ: ଡିଏମଇଟି

The Sakala Picture
Published On

ଭୁବନେଶ୍ବର : ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ରାଜ୍ୟରୁ ୨୪୬ ନମୂନା ଜିନମ ସିକ୍ୱେନ୍ସିଂ ଲାଗି ଯାଇଛି। ଏସବୁ ବୁର୍ଲା, ମୟୁରଭଞ୍ଜ ସମେତ ବିଭିନ୍ନ କୋଭିଡ କ୍ଲଷ୍ଟରର ପଜିଟିଭ ନମୂନା ବୋଲି ଡିଏମଇଟି ଡାକ୍ତର ରମାରମଣ ମହାନ୍ତି କହିଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ କୌଣସି ବିଦେଶ ଫେରନ୍ତା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି ନା ନାହିଁ, ତାହା ଶୁକ୍ରବାର ଜଣା ପଡ଼ିବ । ଏହାସତ୍ତ୍ୱେ ମୁଁ ଜନସାଧାରଣଙ୍କୁ ନିବେଦନ କରିବି, ଓମିକ୍ରନକୁ ନେଇ […]

ଭୁବନେଶ୍ବର : ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ରାଜ୍ୟରୁ ୨୪୬ ନମୂନା ଜିନମ ସିକ୍ୱେନ୍ସିଂ ଲାଗି ଯାଇଛି। ଏସବୁ ବୁର୍ଲା, ମୟୁରଭଞ୍ଜ ସମେତ ବିଭିନ୍ନ କୋଭିଡ କ୍ଲଷ୍ଟରର ପଜିଟିଭ ନମୂନା ବୋଲି ଡିଏମଇଟି ଡାକ୍ତର ରମାରମଣ ମହାନ୍ତି କହିଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ କୌଣସି ବିଦେଶ ଫେରନ୍ତା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି ନା ନାହିଁ, ତାହା ଶୁକ୍ରବାର ଜଣା ପଡ଼ିବ । ଏହାସତ୍ତ୍ୱେ ମୁଁ ଜନସାଧାରଣଙ୍କୁ ନିବେଦନ କରିବି, ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ।ଯେଉଁ ଜାଗାରେ ଓମିକ୍ରନ ଚିହ୍ନଟ ହେଲାଣି, ସ୍ୱଳ୍ପ ଲକ୍ଷଣ ଦେଖାଦେଉଛି। ୧୮ ବର୍ଷରୁ କମ ବୟସ୍କଙ୍କ ଟିକାକରଣ ପ୍ରକ୍ରିୟା ଆରମ୍ଭ ପର୍ୟ୍ୟାୟରେ ଅଛି। ଯଦି ସେମାନଙ୍କୁ ଟିକା ଦିଆଯାଏ, ତେବେ ଶତପ୍ରତିଶତ ଜନସଂଖ୍ୟାକୁ ଟିକାକରଣ କରାଯାଇ ପାରିବ।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ଅନ୍ୟପଟେ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ଗଣାମଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଗତକାଲି ସନ୍ଧ୍ୟା ଯାଏଁ କୌଣସି ବିଦେଶ ଫେରନ୍ତା ପଜିଟିଭ ବାହାରିନାହାନ୍ତି । ୬ ବିଦେଶ ଫେରନ୍ତା ପଜିଟିଭ ବାହାରିଥିବା ନେଇ ଯେଉଁ ଖବର ଆସୁଛି, ତାହା ତର୍ଜମା କରାଯାଉଛି । ସଂଧ୍ୟା ସୁଦ୍ଧା ଏନେଇ ସ୍ପଷ୍ଟ କରାଯିବ । ଯେଉଁଦେଶରେ ଓମିକ୍ରନ ଚିହ୍ନଟ ହୋିଛି ସେଠାରୁ ଫେରନ୍ତାଙ୍କୁ ଠାବ କରିବାକୁ ଜିଲ୍ଲା ସ୍ତରରେ ମାଇକ୍ରୋ ଲେଭଲରେ ପ୍ରଚେଷ୍ଟା ଜାରି ରହିଛି । ଆମେ ନିଶ୍ଚିତ ସମସ୍ତଙ୍କୁ ଖୋଜି ବାହାର କରିବୁ । ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି, ସ୍ୱଳ୍ପ ଲକ୍ଷଣ ଦେଖାଯାଉଛି । ଏଯାଏଁ କାହାରି ମୃତ୍ୟୁ ହୋଇନି । ଟୀକା କାମ କରୁଛି ବୋଲି ସବୁ ବିଶେଷଜ୍ଞ ମତ ଦେଉଛନ୍ତି । ବର୍ତ୍ତମାନ ସୁଦ୍ଧା ଯାହା ତଥ୍ୟ ଆସିଛି, ଓମିକ୍ରନକୁ ଡରିଲା ଭଳି ନୁହେଁ । ୧୮ ବର୍ଷରୁ କମ ପିଲାଙ୍କ ଟୀକାକରଣ ଲାଗି କୌଣସି ନିର୍ଦେଶ ଆସିନି । ଯଦି ନିର୍ଦେଶ ଆସିବ, ଆମର ଭିତ୍ତିଭୂମି ପ୍ରସ୍ତୁତ ରହିଛି । ଟୀକା ବି ଅଛି  ବୋଲି ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

07 Dec 2021 By The Sakala

ବର୍ତ୍ତମାନ ପର୍ଯ୍ୟନ୍ତ ଯାହା ତଥ୍ୟ ରହିଛି, ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ: ଡିଏମଇଟି

ଭୁବନେଶ୍ବର : ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ରାଜ୍ୟରୁ ୨୪୬ ନମୂନା ଜିନମ ସିକ୍ୱେନ୍ସିଂ ଲାଗି ଯାଇଛି। ଏସବୁ ବୁର୍ଲା, ମୟୁରଭଞ୍ଜ ସମେତ ବିଭିନ୍ନ କୋଭିଡ କ୍ଲଷ୍ଟରର ପଜିଟିଭ ନମୂନା ବୋଲି ଡିଏମଇଟି ଡାକ୍ତର ରମାରମଣ ମହାନ୍ତି କହିଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ କୌଣସି ବିଦେଶ ଫେରନ୍ତା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି ନା ନାହିଁ, ତାହା ଶୁକ୍ରବାର ଜଣା ପଡ଼ିବ । ଏହାସତ୍ତ୍ୱେ ମୁଁ ଜନସାଧାରଣଙ୍କୁ ନିବେଦନ କରିବି, ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ।ଯେଉଁ ଜାଗାରେ ଓମିକ୍ରନ ଚିହ୍ନଟ ହେଲାଣି, ସ୍ୱଳ୍ପ ଲକ୍ଷଣ ଦେଖାଦେଉଛି। ୧୮ ବର୍ଷରୁ କମ ବୟସ୍କଙ୍କ ଟିକାକରଣ ପ୍ରକ୍ରିୟା ଆରମ୍ଭ ପର୍ୟ୍ୟାୟରେ ଅଛି। ଯଦି ସେମାନଙ୍କୁ ଟିକା ଦିଆଯାଏ, ତେବେ ଶତପ୍ରତିଶତ ଜନସଂଖ୍ୟାକୁ ଟିକାକରଣ କରାଯାଇ ପାରିବ।

ଅନ୍ୟପଟେ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ଗଣାମଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଗତକାଲି ସନ୍ଧ୍ୟା ଯାଏଁ କୌଣସି ବିଦେଶ ଫେରନ୍ତା ପଜିଟିଭ ବାହାରିନାହାନ୍ତି । ୬ ବିଦେଶ ଫେରନ୍ତା ପଜିଟିଭ ବାହାରିଥିବା ନେଇ ଯେଉଁ ଖବର ଆସୁଛି, ତାହା ତର୍ଜମା କରାଯାଉଛି । ସଂଧ୍ୟା ସୁଦ୍ଧା ଏନେଇ ସ୍ପଷ୍ଟ କରାଯିବ । ଯେଉଁଦେଶରେ ଓମିକ୍ରନ ଚିହ୍ନଟ ହୋିଛି ସେଠାରୁ ଫେରନ୍ତାଙ୍କୁ ଠାବ କରିବାକୁ ଜିଲ୍ଲା ସ୍ତରରେ ମାଇକ୍ରୋ ଲେଭଲରେ ପ୍ରଚେଷ୍ଟା ଜାରି ରହିଛି । ଆମେ ନିଶ୍ଚିତ ସମସ୍ତଙ୍କୁ ଖୋଜି ବାହାର କରିବୁ । ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି, ସ୍ୱଳ୍ପ ଲକ୍ଷଣ ଦେଖାଯାଉଛି । ଏଯାଏଁ କାହାରି ମୃତ୍ୟୁ ହୋଇନି । ଟୀକା କାମ କରୁଛି ବୋଲି ସବୁ ବିଶେଷଜ୍ଞ ମତ ଦେଉଛନ୍ତି । ବର୍ତ୍ତମାନ ସୁଦ୍ଧା ଯାହା ତଥ୍ୟ ଆସିଛି, ଓମିକ୍ରନକୁ ଡରିଲା ଭଳି ନୁହେଁ । ୧୮ ବର୍ଷରୁ କମ ପିଲାଙ୍କ ଟୀକାକରଣ ଲାଗି କୌଣସି ନିର୍ଦେଶ ଆସିନି । ଯଦି ନିର୍ଦେଶ ଆସିବ, ଆମର ଭିତ୍ତିଭୂମି ପ୍ରସ୍ତୁତ ରହିଛି । ଟୀକା ବି ଅଛି  ବୋଲି ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର