ଖୁବ୍‌ ଶିଘ୍ର ଗଠନ ହେବ ନବୀନଙ୍କ ନୂଆ ଟିମ୍‌, ପଞ୍ଚମ ପାଳିରେ ପ୍ରଥମ ଥର ହେବ ମନ୍ତ୍ରୀମଣ୍ଡଳ ଅଦଳବଦଳ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳର ହେବ ପରିବର୍ତ୍ତନ। ଖୁବ୍‌ ଶିଘ୍ର ଗଠନ ହେବ ନବୀନଙ୍କ ନୂଆ ଟିମ୍‌। ଏନେଇ ପକ୍ରିୟା ଆରମ୍ଭ ହୋଇଯାଇଛି। ଜୁନ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିୟରକୁ ୨୫ ବର୍ଷ ପୂରିଛି। ଏହା ପୂର୍ବରୁ ମେ’ ୨୯ରେ ନବୀନଙ୍କ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହୋଇଥିଲା । ଏଥିସହ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଓ ରାଜ୍ୟସଭା ନିର୍ବାଚନ ଶେଷ ହୋଇଛି। ଆଗକୁ ୨୦୨୪ ସାଧାରଣ ନିର୍ବାଚନ। ଏଭଳି […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳର ହେବ ପରିବର୍ତ୍ତନ। ଖୁବ୍‌ ଶିଘ୍ର ଗଠନ ହେବ ନବୀନଙ୍କ ନୂଆ ଟିମ୍‌। ଏନେଇ ପକ୍ରିୟା ଆରମ୍ଭ ହୋଇଯାଇଛି। ଜୁନ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିୟରକୁ ୨୫ ବର୍ଷ ପୂରିଛି। ଏହା ପୂର୍ବରୁ ମେ’ ୨୯ରେ ନବୀନଙ୍କ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହୋଇଥିଲା । ଏଥିସହ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଓ ରାଜ୍ୟସଭା ନିର୍ବାଚନ ଶେଷ ହୋଇଛି। ଆଗକୁ ୨୦୨୪ ସାଧାରଣ ନିର୍ବାଚନ। ଏଭଳି ସମୟରେ ନିଜର ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ ଆଣିବାକୁ ମୁଖ୍ୟମନ୍ତ୍ରୀ ସ୍ଥିତ କରିଛନ୍ତି।

ଆହୁରି ପଢ଼ନ୍ତୁ: ମୋତେ ଚାକିରି ଫେରାଇ ଦିଅନ୍ତୁ… ମୁଁ କେମିତି ବଞ୍ଚିବି….ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣିରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

ଏଥି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ  ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ଦେଇଥିବାବେଳେ ଆସନ୍ତାକାଲି ଅର୍ଥାତ ରବିବାର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ ବୋଲି ଜଣାପଡ଼ିଛି। ମନ୍ତ୍ରିମଣ୍ଡଳରେ ୧୦ରୁ ୧୨ ଜଣ ନୂଆ ମୁହଁ ସାମିଲ ହେବାକୁ ଥିବା ବେଳେ ଅନ୍ୟ ମନ୍ତ୍ରୀ ମାନଙ୍କ ବିଭାଗ ପରିବର୍ତ୍ତନ ହେବ ବୋଲି ଜଣାପଡିଛି। ସୂଚନାନୁସାରେ ବିଭିନ୍ନ ବିବାଦରେ ଛନ୍ଦି ହୋଇଥିବା ୧୦ ଅଧିକ ମନ୍ତ୍ରୀଙ୍କର ପଦ କଟାଯିବ।  ସେମାନେ ସମୂହ ସ୍ୱଇଚ୍ଛାରେ ଇସ୍ତଫା ଦେବେ ବୋଲି ଜଣାପଡ଼ିଛି।  ଆବଶ୍ୟକ ପଡ଼ିଲେ ସବୁମନ୍ତ୍ରୀ ଇସ୍ତଫା ଦେଇପାରନ୍ତି ।

ଆହୁରି ପଢ଼ନ୍ତୁ: ୪ ଦିନ ହେଲା ଲାଇନ ନଥିଲା, ତାତିଲେ ଲୋକେ; ମରାମତି ପାଇଁ ଆସିଥିବା କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଦେଲେ

ଅନ୍ୟପଟେ ଗଣାମଧ୍ୟମରେ ହେଉଥିବା ଚର୍ଚ୍ଚା ଅନୁସାରେ ଆସନ୍ତାକାଲି ପୂର୍ବାହ୍ଣ ୧୧ଟା ସମୟରେ ନୂତନ ମନ୍ତ୍ରିମଣ୍ଡଳ ଶପଥ ନେବାର ସମ୍ଭାବନା ରହିଛି। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଇସ୍ତଫା ଦେଇଛନ୍ତି। ଏହାଛଡ଼ା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ରଘୁନନ୍ଦନ ଦାସ, ପଦ୍ମନାଭ ବେହେରା, ପଦ୍ମିନୀ ଦିଆନ ଓ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବି ଇସ୍ତଫା ଦେବାକୁ ନିର୍ଦେଶ ଦିଆଯାଇଛି। ଏଣେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବି ନିଜ ପଦରୁ ଇସ୍ତଫା ଦେଇଥିବାର ଖବର ମିଳିଛି। ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳରେ ୮ ପୁରୁଣା ମନ୍ତ୍ରୀଙ୍କ ବଦଳିବ ବିଭାଗ। ଏଥି ସହ ମନ୍ତ୍ରୀ ସଂଖ୍ୟା ୨୦ ନୁହଁ ୨୧ ହେବ ଓ ମନ୍ତ୍ରୀ ପଦକୁ ଫେରିବେ ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ର।

ଆହୁରି ପଢ଼ନ୍ତୁ: ବୟସ୍କଙ୍କୁ ଭତ୍ତା ଦେବାରେ ଡବଲ ଇଞ୍ଜିନ ସରକାର
ସମ୍ପୂର୍ଣ୍ଣ ବିଫଳ: ବିଜେଡି

ଏପ୍ରିଲ୍ ମାସରେ ମୁଖ୍ୟମନ୍ତ୍ରୀ ସବୁ ମନ୍ତ୍ରୀଙ୍କର ରିପୋର୍ଟ କାର୍ଡ ମାଗିଥିଲେ। ଫଳରେ ମନ୍ତ୍ରିମଣ୍ଡଳରେ ଶୀଘ୍ର ଅଦଳବଦଳ ହୋଇପାରେ ବୋଲି କୁହାଯାଉଥିଲା । ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହିଭଳି ମନ୍ତ୍ରୀମାନଙ୍କର ରିପୋର୍ଟ କାର୍ଡ ମାଗିବା ସହ ମନ୍ତ୍ରୀମାନଙ୍କ ସହ ବ୍ୟକ୍ତିଗତ ଭାବେ ଆଲୋଚନା କରିବା ପରେ ମନ୍ତ୍ରିମଣ୍ଡଳ ଅଦଳବଦଳ କରିଥିଲେ। ତେଣୁ ଏବେ ସେହି ସମାନ ତରିକା ଆପଣାଇବେ ବୋଲି କୁହାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ରିପୋର୍ଟ କାର୍ଡରେ ମନ୍ତ୍ରୀମାନେ ସେମାନଙ୍କ ବିଭାଗର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ କେତେ ସଫଳତାର ସହ ଲୋକଙ୍କ ପାଖରେ ପହଞ୍ଚାଇଛନ୍ତି, ସେମାନଙ୍କ ବିଭାଗର କେଉଁ ଯୋଜନା ଅଧିକ ଫଳପ୍ରଦ ହୋଇଛି, ଆଗାମୀ ଦିନରେ କ’ଣ କରିବାକୁ ଯୋଜନା କରିଛନ୍ତି ସେ ନେଇ ବିସ୍ତୃତ ରିପୋର୍ଟ ଦେଇଥିଲେ। ବିଶେଷ କରି ୧୫ରୁ ଊର୍ଦ୍ଧ୍ବ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଓ ଦଳର ମଙ୍ଗୁଆଳମାନଙ୍କୁ ନିରାଶ କରିଥିବାରୁ ସେମାନଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ ଦେଇ ନୂଆମୁହଁଙ୍କୁ ସାମିଲ କରାଯିବ ବୋଲି ଚର୍ଚ୍ଚା ଚାଲିଛି।

ଅନ୍ୟପଟେ ଗଣାମଧ୍ୟମରେ ହେଉଥିବା ଚର୍ଚ୍ଚା ଅନୁସାରେ ନବୀନଙ୍କ ମନ୍ତ୍ରୀମଣ୍ଡଳରୁ ବାଦ୍‌ପଡିବା ପାଇଁ  ପାଇଁ ଛଅଟି “ମାନ ଦଣ୍ଡ” ସ୍ଥିର ହୋଇଛି । ଯେଉଁ ମନ୍ତ୍ରୀଙ୍କ ‘ଇଣ୍ଡିଗ୍ରିଟି ଡାଉଟଫୁଲ’ ଥିବ, ଯେଉଁ ମନ୍ତ୍ରୀଙ୍କ କାର୍ଯ୍ୟ ଦକ୍ଷତା ଭଲ ନ ଥିବ, ଯେଉଁ ମନ୍ତ୍ରୀ କିଛି ‘ଘୋଟଲା’ରେ ସାମିଲ ଥିବେ, ଯେଉଁ ମନ୍ତ୍ରୀ ବିବାଦୀୟ ହୋଇଥିବେ, ଯେଉଁ ମନ୍ତ୍ରୀ ଦଳ ପାଇଁ ବାରମ୍ବାର ସମସ୍ୟା ସୃଷ୍ଟି କରୁଥିବେ ଓ ପଞ୍ଚାୟତ, ପୌର ନିର୍ବାଚନରେ ଦକ୍ଷତା ପ୍ରତିପାଦନ କରିନଥିବେ ସେମାନେ ମନ୍ତ୍ରୀମଣ୍ଡଳରୁ ବାଦ୍‌ ପଡିବେ।

04 Jun 2022 By The Sakala

ଖୁବ୍‌ ଶିଘ୍ର ଗଠନ ହେବ ନବୀନଙ୍କ ନୂଆ ଟିମ୍‌, ପଞ୍ଚମ ପାଳିରେ ପ୍ରଥମ ଥର ହେବ ମନ୍ତ୍ରୀମଣ୍ଡଳ ଅଦଳବଦଳ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳର ହେବ ପରିବର୍ତ୍ତନ। ଖୁବ୍‌ ଶିଘ୍ର ଗଠନ ହେବ ନବୀନଙ୍କ ନୂଆ ଟିମ୍‌। ଏନେଇ ପକ୍ରିୟା ଆରମ୍ଭ ହୋଇଯାଇଛି। ଜୁନ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିୟରକୁ ୨୫ ବର୍ଷ ପୂରିଛି। ଏହା ପୂର୍ବରୁ ମେ’ ୨୯ରେ ନବୀନଙ୍କ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହୋଇଥିଲା । ଏଥିସହ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଓ ରାଜ୍ୟସଭା ନିର୍ବାଚନ ଶେଷ ହୋଇଛି। ଆଗକୁ ୨୦୨୪ ସାଧାରଣ ନିର୍ବାଚନ। ଏଭଳି ସମୟରେ ନିଜର ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ ଆଣିବାକୁ ମୁଖ୍ୟମନ୍ତ୍ରୀ ସ୍ଥିତ କରିଛନ୍ତି।

ଏଥି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ  ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ଦେଇଥିବାବେଳେ ଆସନ୍ତାକାଲି ଅର୍ଥାତ ରବିବାର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ ବୋଲି ଜଣାପଡ଼ିଛି। ମନ୍ତ୍ରିମଣ୍ଡଳରେ ୧୦ରୁ ୧୨ ଜଣ ନୂଆ ମୁହଁ ସାମିଲ ହେବାକୁ ଥିବା ବେଳେ ଅନ୍ୟ ମନ୍ତ୍ରୀ ମାନଙ୍କ ବିଭାଗ ପରିବର୍ତ୍ତନ ହେବ ବୋଲି ଜଣାପଡିଛି। ସୂଚନାନୁସାରେ ବିଭିନ୍ନ ବିବାଦରେ ଛନ୍ଦି ହୋଇଥିବା ୧୦ ଅଧିକ ମନ୍ତ୍ରୀଙ୍କର ପଦ କଟାଯିବ।  ସେମାନେ ସମୂହ ସ୍ୱଇଚ୍ଛାରେ ଇସ୍ତଫା ଦେବେ ବୋଲି ଜଣାପଡ଼ିଛି।  ଆବଶ୍ୟକ ପଡ଼ିଲେ ସବୁମନ୍ତ୍ରୀ ଇସ୍ତଫା ଦେଇପାରନ୍ତି ।

ଅନ୍ୟପଟେ ଗଣାମଧ୍ୟମରେ ହେଉଥିବା ଚର୍ଚ୍ଚା ଅନୁସାରେ ଆସନ୍ତାକାଲି ପୂର୍ବାହ୍ଣ ୧୧ଟା ସମୟରେ ନୂତନ ମନ୍ତ୍ରିମଣ୍ଡଳ ଶପଥ ନେବାର ସମ୍ଭାବନା ରହିଛି। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଇସ୍ତଫା ଦେଇଛନ୍ତି। ଏହାଛଡ଼ା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ରଘୁନନ୍ଦନ ଦାସ, ପଦ୍ମନାଭ ବେହେରା, ପଦ୍ମିନୀ ଦିଆନ ଓ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବି ଇସ୍ତଫା ଦେବାକୁ ନିର୍ଦେଶ ଦିଆଯାଇଛି। ଏଣେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବି ନିଜ ପଦରୁ ଇସ୍ତଫା ଦେଇଥିବାର ଖବର ମିଳିଛି। ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳରେ ୮ ପୁରୁଣା ମନ୍ତ୍ରୀଙ୍କ ବଦଳିବ ବିଭାଗ। ଏଥି ସହ ମନ୍ତ୍ରୀ ସଂଖ୍ୟା ୨୦ ନୁହଁ ୨୧ ହେବ ଓ ମନ୍ତ୍ରୀ ପଦକୁ ଫେରିବେ ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ର।

ଏପ୍ରିଲ୍ ମାସରେ ମୁଖ୍ୟମନ୍ତ୍ରୀ ସବୁ ମନ୍ତ୍ରୀଙ୍କର ରିପୋର୍ଟ କାର୍ଡ ମାଗିଥିଲେ। ଫଳରେ ମନ୍ତ୍ରିମଣ୍ଡଳରେ ଶୀଘ୍ର ଅଦଳବଦଳ ହୋଇପାରେ ବୋଲି କୁହାଯାଉଥିଲା । ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହିଭଳି ମନ୍ତ୍ରୀମାନଙ୍କର ରିପୋର୍ଟ କାର୍ଡ ମାଗିବା ସହ ମନ୍ତ୍ରୀମାନଙ୍କ ସହ ବ୍ୟକ୍ତିଗତ ଭାବେ ଆଲୋଚନା କରିବା ପରେ ମନ୍ତ୍ରିମଣ୍ଡଳ ଅଦଳବଦଳ କରିଥିଲେ। ତେଣୁ ଏବେ ସେହି ସମାନ ତରିକା ଆପଣାଇବେ ବୋଲି କୁହାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ରିପୋର୍ଟ କାର୍ଡରେ ମନ୍ତ୍ରୀମାନେ ସେମାନଙ୍କ ବିଭାଗର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ କେତେ ସଫଳତାର ସହ ଲୋକଙ୍କ ପାଖରେ ପହଞ୍ଚାଇଛନ୍ତି, ସେମାନଙ୍କ ବିଭାଗର କେଉଁ ଯୋଜନା ଅଧିକ ଫଳପ୍ରଦ ହୋଇଛି, ଆଗାମୀ ଦିନରେ କ’ଣ କରିବାକୁ ଯୋଜନା କରିଛନ୍ତି ସେ ନେଇ ବିସ୍ତୃତ ରିପୋର୍ଟ ଦେଇଥିଲେ। ବିଶେଷ କରି ୧୫ରୁ ଊର୍ଦ୍ଧ୍ବ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଓ ଦଳର ମଙ୍ଗୁଆଳମାନଙ୍କୁ ନିରାଶ କରିଥିବାରୁ ସେମାନଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ ଦେଇ ନୂଆମୁହଁଙ୍କୁ ସାମିଲ କରାଯିବ ବୋଲି ଚର୍ଚ୍ଚା ଚାଲିଛି।

ଅନ୍ୟପଟେ ଗଣାମଧ୍ୟମରେ ହେଉଥିବା ଚର୍ଚ୍ଚା ଅନୁସାରେ ନବୀନଙ୍କ ମନ୍ତ୍ରୀମଣ୍ଡଳରୁ ବାଦ୍‌ପଡିବା ପାଇଁ  ପାଇଁ ଛଅଟି “ମାନ ଦଣ୍ଡ” ସ୍ଥିର ହୋଇଛି । ଯେଉଁ ମନ୍ତ୍ରୀଙ୍କ ‘ଇଣ୍ଡିଗ୍ରିଟି ଡାଉଟଫୁଲ’ ଥିବ, ଯେଉଁ ମନ୍ତ୍ରୀଙ୍କ କାର୍ଯ୍ୟ ଦକ୍ଷତା ଭଲ ନ ଥିବ, ଯେଉଁ ମନ୍ତ୍ରୀ କିଛି ‘ଘୋଟଲା’ରେ ସାମିଲ ଥିବେ, ଯେଉଁ ମନ୍ତ୍ରୀ ବିବାଦୀୟ ହୋଇଥିବେ, ଯେଉଁ ମନ୍ତ୍ରୀ ଦଳ ପାଇଁ ବାରମ୍ବାର ସମସ୍ୟା ସୃଷ୍ଟି କରୁଥିବେ ଓ ପଞ୍ଚାୟତ, ପୌର ନିର୍ବାଚନରେ ଦକ୍ଷତା ପ୍ରତିପାଦନ କରିନଥିବେ ସେମାନେ ମନ୍ତ୍ରୀମଣ୍ଡଳରୁ ବାଦ୍‌ ପଡିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର