ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି: ପଶ୍ଚିମା ଝଡ ଆଣିବ ବର୍ଷା, ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି । ପଶ୍ଚିମା ଝଡ ଆଣିବ ବର୍ଷା । ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା । ଘଡଘଡି ବିଜୁଳି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ନେଇ ବି ସତର୍କତା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ହେବ […]

ଭୁବନେଶ୍ବର: ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି । ପଶ୍ଚିମା ଝଡ ଆଣିବ ବର୍ଷା । ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା । ଘଡଘଡି ବିଜୁଳି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ନେଇ ବି ସତର୍କତା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଏଥିପାଇଁ କାଲି ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାରେ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ସେହିଭଳି  ୨୦ ରେ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ସେପଟେ ଆଜି ବି ରାଜ୍ୟରେ ଜାରି ରହିବ ତାତି । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ଉପରେ ରହିବ ପାରଦ । ରାଜଧାନୀ ଭୁବନେଶ୍ବର ସମେତ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ମାଲକାନଗିରି, ଗଜପତି, ଭଦ୍ରକ, ଜଗତସିଂହପୁର ଜିଲ୍ଲାରେ ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଉପରେ ପାରଦ ରହିବ ବୋଲି ଆକଳନ କରାଯାଇଛି । ଏହି ସବୁ ଜିଲ୍ଲାରେ ୩୫ ରୁ ୩୮ ଡିଗ୍ରୀ ମଧ୍ୟରେ ଦିନର ତାପମାତ୍ରା ରେକର୍ଡ ହୋଇପାରେ ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

18 Feb 2025 By The Sakala

ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି: ପଶ୍ଚିମା ଝଡ ଆଣିବ ବର୍ଷା, ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର: ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି । ପଶ୍ଚିମା ଝଡ ଆଣିବ ବର୍ଷା । ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା । ଘଡଘଡି ବିଜୁଳି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ନେଇ ବି ସତର୍କତା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଏଥିପାଇଁ କାଲି ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାରେ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ସେହିଭଳି  ୨୦ ରେ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି ।

ସେପଟେ ଆଜି ବି ରାଜ୍ୟରେ ଜାରି ରହିବ ତାତି । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ଉପରେ ରହିବ ପାରଦ । ରାଜଧାନୀ ଭୁବନେଶ୍ବର ସମେତ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ମାଲକାନଗିରି, ଗଜପତି, ଭଦ୍ରକ, ଜଗତସିଂହପୁର ଜିଲ୍ଲାରେ ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଉପରେ ପାରଦ ରହିବ ବୋଲି ଆକଳନ କରାଯାଇଛି । ଏହି ସବୁ ଜିଲ୍ଲାରେ ୩୫ ରୁ ୩୮ ଡିଗ୍ରୀ ମଧ୍ୟରେ ଦିନର ତାପମାତ୍ରା ରେକର୍ଡ ହୋଇପାରେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର