ନଭେମ୍ବର ୩୦ ତାରିଖରୁ ଆରମ୍ଭ ହେବ ମେକ୍ ଇନ୍ ଓଡିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ନଭେମ୍ବର ୩୦ ତାରିଖରୁ ଆରମ୍ଭ ହେବ ମେକ୍ ଇନ୍ ଓଡିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣ । ଏଥିପାଇଁ ଆଜି IPICOL ଓ FICCI ମଧ୍ୟରେ ଏକ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହା ଡିସେମ୍ବର ୪ ତାରିଖ ପର୍ଯ୍ଯନ୍ତ ଚାଲିବ । ଏଥିରେ ଦେଶ ତଥା ଦେଶ ବାହାରୁ ପୁଞ୍ଜିପତିମାନେ ଯୋଗଦେବେ । ଏମଓୟୁ ସ୍ବାକ୍ଷର ସମାରୋହରେ ଶିଳ୍ପ, ଏମଏସଏମଇ ଏବଂ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ଶିଳ୍ପ ବିଭାଗର ମୁଖ୍ୟ ଶାସନ ସଚିବ […]

ଭୁବନେଶ୍ବର: ଆସନ୍ତା ନଭେମ୍ବର ୩୦ ତାରିଖରୁ ଆରମ୍ଭ ହେବ ମେକ୍ ଇନ୍ ଓଡିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣ । ଏଥିପାଇଁ ଆଜି IPICOL ଓ FICCI ମଧ୍ୟରେ ଏକ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହା ଡିସେମ୍ବର ୪ ତାରିଖ ପର୍ଯ୍ଯନ୍ତ ଚାଲିବ । ଏଥିରେ ଦେଶ ତଥା ଦେଶ ବାହାରୁ ପୁଞ୍ଜିପତିମାନେ ଯୋଗଦେବେ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷିବ, ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ ଜାରି

ଏମଓୟୁ ସ୍ବାକ୍ଷର ସମାରୋହରେ ଶିଳ୍ପ, ଏମଏସଏମଇ ଏବଂ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ଶିଳ୍ପ ବିଭାଗର ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଫିକିର ମହାନିର୍ଦ୍ଦେଶକ ଅରୁଣ ଚାଓ୍ବଲା ପ୍ରମୁଖ ଉପସ୍ଥିତ ଥିଲେ । ୨୦୧୬ରେ ପ୍ରଥମ ମେକ୍ ଇନ୍ ଓଡିଶା କନକ୍ଳେଭ ହୋଇଥିଲା । ସେଥିରେ ୨ ଲକ୍ଷ କୋଟିରୁ ଅଧିକ ମୂଲ୍ୟର ପୁଞ୍ଜି ବିନିଯୋଗ ପାଇଁ ପ୍ରତିଶ୍ରୁତି ମିଳିଥିଲା । ଏଥିରେ ୫୦୦୦ରୁ ଅଧିକ ପ୍ରତିନିଧି ଭାଗ ନେଇଥିଲେ । ସେହିଭଳି ୨୦୧୮ରେ ଦ୍ବିତୀୟ ସଂସ୍କରଣରେ ୪ ଲକ୍ଷ ୧୯ ହଜାର କୋଟିରୁ ଅଧିକ ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ଆସିଥିଲା ।

ଆହୁରି ପଢ଼ନ୍ତୁ: ଅଧାରାସ୍ତାରେ ଖରାପ ହୋଇଗଲା ଆମ୍ବୁଲାନ୍ସ, ହସ୍ପିଟାଲ ପହଞ୍ଚିବା ପୂର୍ବରୁ ରୋଗୀଙ୍କ ମୃତ୍ୟୁ

ଚଳିତବର୍ଷ କନକ୍ଲେଭ୍‌ର ଲକ୍ଷ୍ୟ ହେଉଛି ସମସ୍ତ ଆଶାକୁ ଅତିକ୍ରମ କରିବା ଏବଂ ଓଡିଶାକୁ ବିଶ୍ବ ମାନଚିତ୍ରରେ ସ୍ଥାନ ଦେବା ବୋଲି ବିଭାଗୀୟ ମନ୍ତ୍ରୀ ପ୍ରତାପ ଦେବ ସୂଚନା ଦେଇଛନ୍ତି । ଏହାସହ ଆମର ପ୍ରାକୃତିକ ସମ୍ପଦ ଏବଂ ଇକୋସିଷ୍ଟମ୍ ସୁବିଧା ଯୋଗୁଁ ଓଡ଼ିଶା ଧାତୁ ଏବଂ ସହଯୋଗୀ କ୍ଷେତ୍ରଗୁଡିକର ଶିଳ୍ପ ପାଇଁ ପସନ୍ଦର ସ୍ପଟ ପାଲଟିଛି ବୋଲି ସେ କହିଛନ୍ତି । ରାସାୟନିକ ପଦାର୍ଥ ଏବଂ ପେଟ୍ରୋକେମିକାଲ୍ସ, ବୟନ ଶିଳ୍ପ ଓ ପୋଷାକ ପରି ସେକ୍ଟର ସହିତ ରାଜ୍ୟରେ ଶିଳ୍ପ ଇକୋସିଷ୍ଟମକୁ ବ୍ୟାପକ କରିବା ପାଇଁ ସରକାର ସକ୍ରିୟ ଭାବରେ ପଦକ୍ଷେପ ନେଇଛନ୍ତି । ପୂର୍ବ ଦୁଇଟି ସଂସ୍କରଣରେ ଭାଗ ନେଇଥିବା ୫୩ ପ୍ରତିଶତ ପୁଞ୍ଜି ନିବେଶକାରୀ ଓଡିଶାରେ ସେମାନଙ୍କର ଶିଳ୍ପ ଆରମ୍ଭ କଲେଣି ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଖୁବଶୀଘ୍ର ଖୋଲିବ ଓରାଙ୍ଗଉଟାନ ରହସ୍ୟ: ଦୀଘା ହୋଟେଲ୍‌ରେ ଛାନ୍‌ଭିନ୍‌, ୩ ଜଣଙ୍କୁ ଉଠାଇଆଣିଲା ଏସ୍‌ଟିଏଫ୍‌

ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ସହ ରୋଜଗାର ସୃଷ୍ଟି କରିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟ । ସେଥିପାଇଁ ରାଜ୍ୟକୁ କିଭଳି ପୁଞ୍ଜିପତିମାନେ ଆସିବେ ସେ ନେଇ ମେକ ଇନ୍ ଓଡିଶା କାର୍ଯ୍ଯକ୍ରମ ଆୟୋଜନ କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର