ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

The Sakala Picture
Published On

ଭୁବନେଶ୍ୱର: ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ।। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୁଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ […]

ଭୁବନେଶ୍ୱର: ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ।। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୁଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ୟ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର