‘ଜୀବନବ୍ୟାପୀ ସାଧନା ସମ୍ମାନ’ନେଇ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ: ଜନସମୁଦ୍ର ମଧ୍ୟରେ ନବୀନଙ୍କୁ ଦିଆଗଲା ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ ଭୁବନେଶ୍ବର ଫେରିଛନ୍ତି। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଦିଆଯାଇଛି ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା। ବିମାନ ବନ୍ଦରରୁ ନବୀନ ନିବାସ ଯାଏଁ ଜନସମୁଦ୍ର ମିଳିଛି। ଏକ ବିରାଟ ପଟୁଆରରେ ବିମାନବନ୍ଦରରୁ ନବୀନ ନିବାସ ଯାଏ ମୁଖ୍ୟମନ୍ତ୍ରୀଙ୍କୁ ହଜାର ହଜାର ଦଳୀୟ କର୍ମୀ ପାଛୋଟି ନେଇଛନ୍ତି। ରାଜ୍ୟର […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ ଭୁବନେଶ୍ବର ଫେରିଛନ୍ତି। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଦିଆଯାଇଛି ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା। ବିମାନ ବନ୍ଦରରୁ ନବୀନ ନିବାସ ଯାଏଁ ଜନସମୁଦ୍ର ମିଳିଛି। ଏକ ବିରାଟ ପଟୁଆରରେ ବିମାନବନ୍ଦରରୁ ନବୀନ ନିବାସ ଯାଏ ମୁଖ୍ୟମନ୍ତ୍ରୀଙ୍କୁ ହଜାର ହଜାର ଦଳୀୟ କର୍ମୀ ପାଛୋଟି ନେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଦଳର ବହୁ କର୍ମୀ, ଦଳୀୟ କର୍ମକର୍ତ୍ତା ଓ ବୁଦ୍ଧିଜୀବ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି। ନାଚ, ଗୀତ, ପାରମ୍ପାରିକ ବାଦ୍ୟରେ ପରିବେଶ କମ୍ପୁଛି। ମୁଖ୍ୟମନ୍ତ୍ରୀ ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରଛକରେ ଥିବା ବିଜୁ ପଟ୍ଟନାୟକଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅପର୍ଣ କରିବା ପରେ ନବୀନ ନିବାସ ଅଭିମୂଖେ ଆସିଛନ୍ତି।  ସମ୍ବର୍ଦ୍ଧନା ପରେ ଏକ ବିଶାଳ ଶୋଭାଯାତ୍ରାରେ ତାଙ୍କୁ ନବୀନ ନିବାସ ପର୍ଯ୍ୟନ୍ତ ପାଛୋଟି ନିଆଯାଉଛି । ଦଳର ରଜତ ଜୟନ୍ତୀ ବର୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନ ଦଳୀୟ କର୍ମୀ ଓ କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିଛି । ଦଳ ମଧ୍ୟରେ ଏକ ଉତ୍ସବ ପରି ପରିବେଶ ସୃଷ୍ଟି ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ରାଜ୍ୟର କୋଣ ଅନୁକୋଣରୁ ବହୁ କର୍ମୀ ଆସିଛନ୍ତି। ଏକାଧିକ ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତପୂର୍ବକ ଗୋଟିପୁଅ, ଯୋଡ଼ିଶଙ୍ଖ, ଢେମେସା, ସମ୍ୱଲପୁରୀ ଏବଂ ପାରମ୍ପରିକ ବାଜା ଓ ସଙ୍ଗୀତ ପରିବେଷଣ କରାଯାଉଛି।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

ସେପଟେ ଟ୍ରାଫିକ୍ ବ୍ୟବସ୍ଥା ସହ ନିରାପତ୍ତା ବ୍ୟବସ୍ଥାକୁ ପୁରା କଡ଼ାକଡ଼ି କରାଯାଇଛି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଦୁଇଟି ରାସ୍ତାରୁ ଗୋଟେ ରାସ୍ତାରେ ଜନସାଧାରଣଙ୍କ ପାଇଁ ଖୋଲା ରଖାଯାଇଥିବା ବେଳେ.ଆଉ ଗୋଟେ ରାସ୍ତା କର୍ମୀମାନଙ୍କ ପାଇଁ ରହିଛି। ଏଥିଲାଗି ରାଜଧାନୀରେ ୪୦ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ସୁରକ୍ଷା ଓ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୫୦ ଜଣ ପୁଲିସ୍ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି। ଏଥିରେ ୮ ଅତିରିକ୍ତ ଡିସିପି, ୧୬ ଏସିପି, ୨୫ ଆଇଆଇସି, ୯୦ ଏସ୍ଆଇଙ୍କ ସମେତ ୪୦ପ୍ଲାଟୁନ୍ ପୁଲିସ ଫୋର୍ସ ପୂରା ସହର ଉପରେ ନଜର ରଖିଛନ୍ତି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର