ତିନି ଦିନ ପ୍ରବଳ ବର୍ଷା: ଆଜି ୨୩ ଜିଲ୍ଲାକୁ ବର୍ଷା ସତର୍କତା ଜାରି….

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର-ପୂର୍ବ ତତ୍‌‌-ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। […]

ଭୁବନେଶ୍ୱର: ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର-ପୂର୍ବ ତତ୍‌‌-ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୧୭ଓ ୧୮ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ(୭ରୁ ୨୦ ସେଣ୍ଟିମିଟର) ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ଆହୁରି ପଢ଼ନ୍ତୁ: ରାଜ୍ୟର ବିଭିନ୍ନ ଜିଲ୍ଲା କୋର୍ଟକୁ ପୁଣି ବୋମା ଧମକ, ଇମେଲ୍‌ରେ ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌‌ ଅନୁଯାୟୀ ୧୭ ତାରିଖରେ ପୁରୀ, ଖୋର୍ଦ୍ଧା, କଟକ, ଅନୁଗୋଳ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କନାଳ, ଦେବଗଡ଼, ବରଗଡ଼, ବୌଦ୍ଧ, ସୋନପୁର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟର ଆଉ ୧୨ ସାଂଗଠନିକ ଜିଲ୍ଲାରେ ବିଜେଡିର ନୂଆ କମିଟି

୧୮ ତାରିଖରେ ବର୍ଷାର ପରିମାଣ ବଢ଼଼ିବା ସହ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉପରୋକ୍ତ ଜିଲ୍ଲା ବ୍ୟତୀତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ରାୟଗଡ଼ା, କଟକ, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀଙ୍କୁ ସାସଂଦ ମାନସଙ୍କ ପ୍ରଶ୍ନ: ଗତ ୩ ବର୍ଷରେ କେତେ ଟଙ୍କା କେନ୍ଦ୍ରୀୟ ଅନୁଦାନ ମିଳିଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp