୩ ଦିନ ପରେ ବଢ଼ିବ ତାତି: ଆଜି ବର୍ଷା ଓ ବଜ୍ରପାତ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର: ମଙ୍ଗଳବାର ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ଜିନିତ ବର୍ଷା ହେବ। ଏହି ସମୟରେ ବିଜୁଳି ଘଡ଼ଘଡ଼ି ହେବାର ମଧ୍ୟ ଆଶଙ୍କା ରହିଛି। ଯଦିଓ କାଳବୈଶାଖୀର ପ୍ରଭାବ ପୂର୍ବ ଅପେକ୍ଷା ସାମାନ୍ୟ କମ୍‍ ରହିବ, କିନ୍ତୁ କୋରାପୁଟ, ଗଞ୍ଜାମ, ମାଲକାନଗିରି, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପରରେ ବିଜୁୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଅନ୍ୟପଟେ କାଳବୈଶାଖି […]

ଭୁବନେଶ୍ୱର: ମଙ୍ଗଳବାର ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ଜିନିତ ବର୍ଷା ହେବ। ଏହି ସମୟରେ ବିଜୁଳି ଘଡ଼ଘଡ଼ି ହେବାର ମଧ୍ୟ ଆଶଙ୍କା ରହିଛି। ଯଦିଓ କାଳବୈଶାଖୀର ପ୍ରଭାବ ପୂର୍ବ ଅପେକ୍ଷା ସାମାନ୍ୟ କମ୍‍ ରହିବ, କିନ୍ତୁ କୋରାପୁଟ, ଗଞ୍ଜାମ, ମାଲକାନଗିରି, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପରରେ ବିଜୁୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ଅନ୍ୟପଟେ କାଳବୈଶାଖି ଯୋଗୁଁ ଗତ କିଛି ଦିନ ହେବ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିବା ବେଳେ ପୁଣି ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ବିଶେଷ ପରିବର୍ତ୍ତନ ହେବ ନାହିଁ। କିନ୍ତୁ ଏହା ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବ। ସେହିପରି ବୁଧବାର ରାଜ୍ୟରେ କାଳବୈଶାଖୀର ପ୍ରଭାବ ବଢ଼ି଼ିବ ବୋଲି ସେ କହିଛନ୍ତି। ସେହିଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ଗଜପତି ଓ ରାୟଗଡ଼ାରେ ବିଜୁଳି ଘଡ଼ଘଡ଼ି ସହିତ ପବନ ବହିବ। ବର୍ଷା ସମୟରେ ଏହି ଜିଲ୍ଲାରେ ଘଣ୍ଟା ପ୍ରତି ୩୦-୪୦ କିମି ପର୍ଯ୍ୟନ୍ତ ପବନ ବହିବାର ଆଶଙ୍କା ରହୁଛି। ସତର୍କତା ପାଇଁ ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଗୁରୁବାରଠାରୁ ରାଜ୍ୟରେ ପାଗ ପରିବର୍ତ୍ତନ ହେବ। ଯଦିଓ କିଛି ସ୍ଥାନରେ ହାଲ୍‍କା ବର୍ଷା ହେବ, ମାତ୍ର ଏହାର ପ୍ରଭାବ କମ୍‍ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର