ଦୁଇ ଦିନ ପାଇଁ କାଳବୈଶାଖୀ ସତର୍କତା ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗି ରହିଛି। ଖରା ଯୋଗୁଁ ଭୂପୃଷ୍ଟ ଉତ୍ତପ୍ତ ରହୁଥିବା ବେଳେ ରାଜ୍ୟକୁ ପ୍ରବେଶ କରୁଥିବା ବଙ୍ଗୋପସାଗରୀୟ ବାୟୁ କାଳବୈଶାଖୀ କରାଇବାରେ ସହାୟକ ହେଉଛି। ଏଥିପାଇଁ ଅପରାହ୍ଣରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହା ସାଙ୍ଗକୁ ଏହି ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗି ରହିଛି। ଖରା ଯୋଗୁଁ ଭୂପୃଷ୍ଟ ଉତ୍ତପ୍ତ ରହୁଥିବା ବେଳେ ରାଜ୍ୟକୁ ପ୍ରବେଶ କରୁଥିବା ବଙ୍ଗୋପସାଗରୀୟ ବାୟୁ କାଳବୈଶାଖୀ କରାଇବାରେ ସହାୟକ ହେଉଛି। ଏଥିପାଇଁ ଅପରାହ୍ଣରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହା ସାଙ୍ଗକୁ ଏହି ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୪୦-୫୦ କିମି ପହଞ୍ଚିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି କେନ୍ଦୁଝର, ଯାଜପୁର, କଟକ ଓ ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ବୁଧବାର ମଧ୍ୟ ଅନେକ ଜିଲ୍ଲାରେ ସମାନ ସ୍ଥିତି ଦେଖା ଦେବାକୁ ଥିବାରୁ ପାଣିପାଗ କେନ୍ଦ୍ର ସତର୍କ ରହିବା ପାଇଁ ପରାମର୍ଶ ଦେଇଛି। ଅନ୍ୟପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ଯୋଗୁଁ ତାପମାତ୍ରା ବିଶେଷ ବୃଦ୍ଧି ହୋଇପାରୁ ନ ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିର ପ୍ରକୋପ ଜାରି ରହିଛି। ସୋମବାର ରାଜ୍ୟର ୧୦ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଛି। ୪୨.୫ ଡିଗ୍ରୀ ସହ ବୌଦ୍ଧ ଓ ଟିଟଲା ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଥିବା ବେଳେ ବଲାଙ୍ଗୀର, ଭବାନୀପାଟଣା ଓ ନୂଆପଡ଼ାରେ ତାପମାତ୍ରା ୪୧ ଡିଗ୍ରୀ ଲେଖାଏଁ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର