କାଳବୈଶାଖୀ ନେଇ ମେ ୯ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

The Sakala Picture
Published On

ଭୁବନେଶ୍ୱର: ତାତିରୁ ଆଶ୍ୱସ୍ତି ମିଳିଥିବା ବେଳେ ରାଜ୍ୟରେ କାଳବୈଶାଖୀ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୫ ତାରିଖ ସକାଳ ୮ଟା ୩୦ ଯାଏ ୧୯ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, […]

ଭୁବନେଶ୍ୱର: ତାତିରୁ ଆଶ୍ୱସ୍ତି ମିଳିଥିବା ବେଳେ ରାଜ୍ୟରେ କାଳବୈଶାଖୀ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୫ ତାରିଖ ସକାଳ ୮ଟା ୩୦ ଯାଏ ୧୯ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କାଳବୈଶାଖୀ ହେବ । ଏଥିସହ ଗଜପତି, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

ସେହିଭଳି ୬ ତାରିଖ ସକାଳ ୮ଟା ୩୦ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

୭ ତାରିଖ ସକାଳ ୮ଟା ୩୦ ଯାଏ କାଳବୈଶାଖୀ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

୮ ତାରିଖ ସକାଳ ୮ଟା ୩୦ ଯାଏ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ସମ୍ଭାବନା ରହିଛି । ସେହିଭଳି ୯ ତାରିଖ ସକାଳ ୮ଟା ୩୦ ଯାଏ କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

04 May 2021 By The Sakala

କାଳବୈଶାଖୀ ନେଇ ମେ ୯ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ତାତିରୁ ଆଶ୍ୱସ୍ତି ମିଳିଥିବା ବେଳେ ରାଜ୍ୟରେ କାଳବୈଶାଖୀ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୫ ତାରିଖ ସକାଳ ୮ଟା ୩୦ ଯାଏ ୧୯ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କାଳବୈଶାଖୀ ହେବ । ଏଥିସହ ଗଜପତି, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ସେହିଭଳି ୬ ତାରିଖ ସକାଳ ୮ଟା ୩୦ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

୭ ତାରିଖ ସକାଳ ୮ଟା ୩୦ ଯାଏ କାଳବୈଶାଖୀ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

୮ ତାରିଖ ସକାଳ ୮ଟା ୩୦ ଯାଏ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ସମ୍ଭାବନା ରହିଛି । ସେହିଭଳି ୯ ତାରିଖ ସକାଳ ୮ଟା ୩୦ ଯାଏ କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର