୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା, ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର : ରାଜ୍ୟର କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ  ପୂର୍ବାନୁମାନ କରାଯାଇଛି। ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା କରି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ରହିଛି। ଏସବୁ ଜିଲ୍ଲାର ଗୋଟିଏ […]

ଭୁବନେଶ୍ବର : ରାଜ୍ୟର କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ  ପୂର୍ବାନୁମାନ କରାଯାଇଛି। ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା କରି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ରହିଛି। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ଲଜ୍ଜା: କର୍ମା ପୂଜା ଦେଖି ଫେରୁଥିବା ବେଳେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୪ ଅଟକ


ଅନ୍ୟପଟେ ରାଜ୍ୟରେ ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ରାତ୍ରି ତାପମାତ୍ରା ଅପରିବର୍ତ୍ତିତ ରହିବାକୁ ଥିବାବେଳେ ଏହାପରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଦେଖାଦେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ ଆର୍‍ ବିଶ୍ୱାସଙ୍କ ଅନୁଯାୟୀ ୨୩ ତାରିଖ ଅର୍ଥାତ୍‍ ରବିବାର ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହା ସହ ଉପରୋକ୍ତ ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ସମ୍ଭାବନା ରହିଥିବା ଡ. ବିଶ୍ୱାସ ପୂର୍ବାନୁମାନ କରିଛନ୍ତି। ୨୪ ତାରିଖରେ ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼଼ା, କନ୍ଧମାଳ ସହ ରାଜ୍ୟର ଅନ୍ୟ କେତେକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ୨୫ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼଼ା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲାରେ ସ୍ୱଳ୍ପ ବୃଷ୍ଟିର ସମ୍ଭାବନା ଥିବାବେଳେ ବଳକା ଜିଲ୍ଲାମାନଙ୍କରେ ପାଗ ଶୁଖିଲା ନେଇ ପୂର୍ବାନୁମାନ କରାଯାଇଛି। ୨୬ ତାରିଖ ବେଳକୁ ରାଜ୍ୟବ୍ୟାପୀ ପାଗରେ ପରିବର୍ତ୍ତନ ହେବା ସହ ଆଉ ବର୍ଷା ହେବାର କୌଣସି ସମ୍ଭାବନା ପ୍ରାୟତଃ ନଥିବା ଡ. ବିଶ୍ୱାସ ସ୍ପଷ୍ଟ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର